Indus Valley Times

ଘଞ୍ଚ ଜଙ୍ଗଲରେ ମାଓବାଦୀ -ସୁରକ୍ଷା କର୍ମୀ ଗୁଳି ବିନିମୟ : ସୁରକ୍ଷାକର୍ମୀଙ୍କ ଗୁଳିରେ ୨ ମାଓବାଦୀ ନିହତ

 Breaking News

ଘଞ୍ଚ ଜଙ୍ଗଲରେ ମାଓବାଦୀ -ସୁରକ୍ଷା କର୍ମୀ ଗୁଳି ବିନିମୟ : ସୁରକ୍ଷାକର୍ମୀଙ୍କ ଗୁଳିରେ ୨ ମାଓବାଦୀ ନିହତ

ଘଞ୍ଚ ଜଙ୍ଗଲରେ ମାଓବାଦୀ -ସୁରକ୍ଷା କର୍ମୀ ଗୁଳି ବିନିମୟ : ସୁରକ୍ଷାକର୍ମୀଙ୍କ ଗୁଳିରେ ୨ ମାଓବାଦୀ ନିହତ
June 30
18:59 2025

ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟ
ବାଲିଗୁଡା, ୩୦/୬ : ମାଓ ଦମନ ଅଭିଯାନ କ୍ଷେତ୍ରରେ କନ୍ଧମାଳ ଜିଲା ପୁଲିସକୁ ସୋମବାର ଏକ ବଡ଼ ସଫଳତା ମିଳିଛି। ଏହି ଅଭିଯାନରେ ସୁରକ୍ଷାକର୍ମୀଙ୍କ ଗୁଳିରେ ୨ ଜଣ ଦୁର୍ଦ୍ଦାନ୍ତ ମାଓବାଦୀ ନିପାତ ହୋଇଛନ୍ତି।
ଏଥିସହ ଘଟଣାସ୍ଥଳରୁ ଗୋଟିଏ ରାଇଫଲ, ରିଭଲଭର, ଗୁଳି, ୱାକି ଟକି, ବ୍ୟାଟେରୀ ଏବଂ ଅନ୍ୟାନ୍ୟ ମାଓ ସାମଗ୍ରୀ ଜବତ କରାଯାଇଛି। ମୃତ ମାଓବାଦୀ ଦ୍ଵୟ ମଙ୍କୁ ଏବଂ ଚନ୍ଦନ ବୋଲି ପ୍ରାଥମିକ ତଦନ୍ତରୁ ଜଣାପଡ଼ିଛି।
କନ୍ଧମାଳ ଜିଲାରେ ସକ୍ରିୟ ଥିବା ମାଓବାଦୀ ଗ୍ରୁପର ମଙ୍କୁ ଏସିଏମ କ୍ୟାଡର ଏବଂ ଚନ୍ଦନ ପାର୍ଟି ସଦସ୍ୟ ବୋଲି ପୁଲିସ ପ୍ରାରମ୍ଭିକ ସୂଚନା ପାଇଛି। ଗୁଇନ୍ଦା ସୂଚନା ଅନୁସାରେ, ବାଲିଗୁଡା ଥାନା ଅଧୀନସ୍ତ ଇନ୍ଦ୍ରିସୁଗା ସଂରକ୍ଷିତ ଜଙ୍ଗଲ ନିକଟରେ କିଛି ମାଓବାଦୀ ଲୁଚି ରହିଥିବା ସଂକ୍ରାନ୍ତରେ ଜିଲା ପୁଲିସ ଗୁଇନ୍ଦା ସୂତ୍ରରୁ ଖବର ପାଇଥିଲା। ଏହାପରେ କନ୍ଧମାଳ ଏସପି ହରିଶ ବି.ସିଙ୍କ ନିର୍ଦ୍ଦେଶକ୍ରମେ ଜିଲାର ଡିଭିଏଫ ଯବାନ ଟିମ୍ ସମ୍ପୃକ୍ତ ଅଞ୍ଚଳରେ ମାଓ ବିରୋଧୀ ଅଭିଯାନ ଆରମ୍ଭ କରିଥିଲେ।
ଆଜି ପୂର୍ବାହ୍ନ ପ୍ରାୟ ୧୨ଟା ସମୟରେ ଡିଭିଏଫ ଯବାନ ଏବଂ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଥିଲା।
ଏହି ଗୁଳି ବିନିମୟରେ ମଙ୍କୁ ଏବଂ ଚନ୍ଦନଙ୍କ ମୃତ୍ୟୁ ଘଟିଛି। ପୁଲିସ ଉଭୟଙ୍କ ମୃତଦେହ ଜବତ କରିବା ସହ ଅଦ୍ୟାବଧି ସୁଦ୍ଧା ସମ୍ପୃକ୍ତ ଅଞ୍ଚଳରେ ଏସଓ଼ଜି, ଡିଭିଏଫ, ଏବଂ ସିଆରପିଏଫ ର ମିଳିତ ଅପେରସନ ଜୋରଦାର ଜାରୀ ରହିଛି।

About Author

indadmin

indadmin

Related Articles

Archives

Calendar

March 2026
M T W T F S S
 1
2345678
9101112131415
16171819202122
23242526272829
3031