Indus Valley Times

ଚଳିତ ବର୍ଷର ମାଟ୍ରିକ୍ ପରୀକ୍ଷାଫଳ ପ୍ରକାଶିତ, ରେଜଲ୍ଟ ପୁସ୍ତିକା ଉନ୍ମୋଚନ କଲେ ଗଣଶିକ୍ଷା ମନ୍ତ୍ରୀ

 Breaking News

ଚଳିତ ବର୍ଷର ମାଟ୍ରିକ୍ ପରୀକ୍ଷାଫଳ ପ୍ରକାଶିତ, ରେଜଲ୍ଟ ପୁସ୍ତିକା ଉନ୍ମୋଚନ କଲେ ଗଣଶିକ୍ଷା ମନ୍ତ୍ରୀ

May 02
16:44 2025

କଟକ,୨/୫: ଶୁକ୍ରବାର ପ୍ରକାଶ ପାଇଛି ମାଟ୍ରିକ ରେଜଲ୍ଟ। କଟକସ୍ଥିତ ବିଏସ୍‌ଇ ମୁଖ୍ୟାଳୟରେ ବିଧିବଦ୍ଧ ଭାବେ ପ୍ରକାଶ ପାଇଛି। ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ରେଜଲ୍ଟ ପୁସ୍ତିକା ଉନ୍ମୋଚନ କରିଛନ୍ତି । ଚଳିତବର୍ଷ ପାସ୍ ହାର ରହିଛି ୯୪.୯୩%। ତେବେ ପୁଅଙ୍କ ତୁଳନାରେ ଝିଅଙ୍କ ପାସ୍ ହାର ଅଧିକ ରହିଥିବା ମନ୍ତ୍ରୀ କହିଛନ୍ତି। ସନ୍ଧ୍ୟା ୬ଟା ପରେ ଛୀତ୍ରୀଛାତ୍ର ବୋର୍ଡର ଅଫିସିଆଲ ଓ୍ବେବ୍‌ସାଇଟ www.bseodisha.ac.in ଏବଂ www.orissaresults.nic.inରେସେମାନଙ୍କର ଫଳାଫଳ ଦେଖିପାରିବେ।
ଛାତ୍ରୀଛାତ୍ର ସେମାନଙ୍କର ରୋଲ ନମ୍ବର ଏବଂ ଜନ୍ମ ତାରିଖ ବ୍ୟବହାର କରି ଓ୍ବେବ୍‌ସାଇଟ୍‌ରେ ଫଳାଫଳ ଯାଞ୍ଚ କରିପାରିବେ। ଏହା ସହିତ, ଏସ୍‌ଏମ୍‌ଏସ୍ ମାଧ୍ୟମରେ ମଧ୍ୟ ରେଜଲ୍ଟ ଜାଣିବାର ସୁବିଧା ଉପଲବ୍ଧ ହେବ ବୋଲି ବୋର୍ଡ ପକ୍ଷରୁ କୁହାଯାଇଛି। ଏଥିପାଇଁ ଛାତ୍ରୀଛାତ୍ର ନିର୍ଦ୍ଦିଷ୍ଟ ନମ୍ବରକୁ ମେସେଜ ପଠାଇପାରିବେ, ଯାହାର ବିବରଣୀ ୱେବ୍‌ସାଇଟ୍‌ରେ ପ୍ରକାଶ କରାଯିବ।
ଏହି ରେଜଲ୍ଟ ପ୍ରକାଶ ପରେ ଯେଉଁ ଛାତ୍ରୀଛାତ୍ର ଫଳାଫଳ ନେଇ ଅସନ୍ତୁଷ୍ଟ ହେବେ, ସେମାନେ ପୁନଃମୂଲ୍ୟାୟନ କିମ୍ବା ପୁନଃଯାଞ୍ଚ ପାଇଁ ଆବେଦନ କରିପାରିବେ, ଯାହାର ବିବରଣୀ ବୋର୍ଡ ଓ୍ବେବ୍‌ସାଇଟ୍‌ରେ ଉପଲବ୍ଧ ହେବ।

About Author

indadmin

indadmin

Related Articles

Archives

Calendar

October 2026
M T W T F S S
 1234
567891011
12131415161718
19202122232425
262728293031