Indus Valley Times

ଚିଲିକା ରେ ଶିକ୍ଷା ବ୍ୟବସ୍ଥାର ଉନ୍ନତି କୁ ନେଇ ଆଇନ ମନ୍ତ୍ରୀଙ୍କ ସମୀକ୍ଷା

 Breaking News

ଚିଲିକା ରେ ଶିକ୍ଷା ବ୍ୟବସ୍ଥାର ଉନ୍ନତି କୁ ନେଇ ଆଇନ ମନ୍ତ୍ରୀଙ୍କ ସମୀକ୍ଷା

ଚିଲିକା ରେ ଶିକ୍ଷା ବ୍ୟବସ୍ଥାର ଉନ୍ନତି କୁ ନେଇ ଆଇନ ମନ୍ତ୍ରୀଙ୍କ ସମୀକ୍ଷା
August 30
23:29 2026

ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟ
ଖୋରଧା ,୩୦/୮ : ଆଜି ଚିଲିକା ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷରେ ଆଇନ,ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ ତଥା ସ୍ଥାନୀୟ ବିଧାୟକ ପୃଥ୍ୱୀରାଜ ହରିଚନ୍ଦନଙ୍କ ଅଧ୍ୟକ୍ଷତାରେ ଚିଲିକା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ସମସ୍ତ ଉଚ୍ଚ ବିଦ୍ୟାଳୟରେ ଗୁଣାତ୍ମକ ଶିକ୍ଷାର ପ୍ରସାର, ଶିକ୍ଷାର ମାନବୃଦ୍ଧି ଏବଂ ଛାତ୍ରଛାତ୍ରୀଙ୍କ ଶତପ୍ରତିଶତ ପାସ ହାରକୁ ସୁନିଶ୍ଚିତ କରିବା ଲକ୍ଷ୍ୟରେ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି।
ଉକ୍ତ ବୈଠକରେ ନିର୍ବାଚନ ମଣ୍ଡଳୀର ବିଭିନ୍ନ ବିଦ୍ୟାଳୟର ଶିକ୍ଷା ବ୍ୟବସ୍ଥା, ଛାତ୍ରଛାତ୍ରୀଙ୍କ ଉପସ୍ଥାନ,ଶିକ୍ଷଣ ଦକ୍ଷତା,ପାଠପଢ଼ାର ଗୁଣବତ୍ତା,ପରୀକ୍ଷା ପ୍ରସ୍ତୁତି ଏବଂ ପୂର୍ବ ପରୀକ୍ଷା ଫଳାଫଳ ସମ୍ପର୍କରେ ଆଲୋଚନା କରାଯାଇଥିଲା।
ବିଶେଷ କରି ଯେଉଁ ବିଦ୍ୟାଳୟ ଗୁଡ଼ିକରେ ପରୀକ୍ଷା ଫଳାଫଳ ଆଶାନୁରୂପ ହୋଇନାହିଁ, ସେଠାରେ ଏହାର କାରଣ ଚିହ୍ନଟ କରି ଆବଶ୍ୟକ ସୁଧାରମୂଳକ ପଦକ୍ଷେପ ଗ୍ରହଣ ଉପରେ ଗୁରୁତ୍ୱ ଦିଆଯାଇଥିଲା। ଛାତ୍ରଛାତ୍ରୀଙ୍କ ଶିକ୍ଷଣ ଦକ୍ଷତା ବୃଦ୍ଧି ସହ ଦୁର୍ବଳ ବିଷୟ ଗୁଡ଼ିକ ପ୍ରତି ଅଧିକ ଧ୍ୟାନ ଦେବା, ଆବଶ୍ୟକ ସ୍ଥଳରେ ଅତିରିକ୍ତ ଶିକ୍ଷାଦାନ ଓ ଅଭ୍ୟାସ କାର୍ଯ୍ୟକ୍ରମ କରିବା, ନିୟମିତ ଭାବେ ପରୀକ୍ଷା ଓ ମୂଲ୍ୟାୟନ କରିବା ଏବଂ ଶିକ୍ଷକ-ଛାତ୍ରଛାତ୍ରୀଙ୍କ ମଧ୍ୟରେ ସମନ୍ୱୟ ରଖିବା ନେଇ ବିସ୍ତୃତ ଆଲୋଚନା କରାଯାଇଥିଲା।
ପ୍ରତ୍ୟେକ ଛାତ୍ରଛାତ୍ରୀ ନିଜର ପ୍ରତିଭା,ସାମର୍ଥ୍ୟ ଓ ଦକ୍ଷତା ଅନୁଯାୟୀ ଆଗକୁ ବଢ଼ିପାରିବେ, କୌଣସି ଛାତ୍ରଛାତ୍ରୀ ଯେପରି ଶିକ୍ଷାରୁ ବଞ୍ଚିତ ନହୁଅନ୍ତି ଏବଂ ଚିଲିକା ନିର୍ବାଚନ ମଣ୍ଡଳୀର ବିଦ୍ୟାଳୟ ଗୁଡ଼ିକର ପରୀକ୍ଷା ଫଳାଫଳକୁ ଆଗାମୀ ଦିନରେ ଆହୁରି ଉତ୍କୃଷ୍ଟ କରାଯାଇପାରିବ,ସେ ଦିଗରେ ଗୁରୁତ୍ୱ ଦେବାକୁ ଉପସ୍ଥିତ ଅଧିକାରୀ, ପ୍ରଧାନଶିକ୍ଷକ ଓ ପ୍ରଧାନଶିକ୍ଷୟିତ୍ରୀ ମାନଙ୍କୁ ମନ୍ତ୍ରୀ ଶ୍ରୀ ହରିଚନ୍ଦନ ନିର୍ଦ୍ଦେଶ ଦେଇଛନ୍ତି।
ଏହିଅବସରରେ ଖୋରଧା ଜିଲ୍ଲା ଶିକ୍ଷା ଅଧିକାରୀ ସୋନାମିକା ରାୟ‌, ଚ଼ିଲିକା ବ୍ଲକ ଅଧ୍ୟକ୍ଷା ଜ୍ୟୋସ୍ନା ବେହେରା, ଉପାଧ୍ୟକ୍ଷ ଅରୁଣ ପଟ୍ଟନାୟକ, ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ ମଧୁସ୍ମିତା ତ୍ରିପାଠୀଙ୍କ ସମେତ ବ୍ଲକ ଶିକ୍ଷା ଅଧିକାରୀ,ସମସ୍ତ ପ୍ରଧାନଶିକ୍ଷକ/ପ୍ରଧାନଶିକ୍ଷୟିତ୍ରୀ, ସମସ୍ତ ସିଆରସିସି ପ୍ରମୁଖ ଉପସ୍ଥିତ ଥିଲେ।

About Author

indadmin

indadmin

Related Articles

Archives

Calendar

August 2026
M T W T F S S
 12
3456789
10111213141516
17181920212223
24252627282930
31