Indus Valley Times

ଜିଲ୍ଲାପାଳଙ୍କୁ ଗୁରୁମନ୍ତ୍ର ଦେଲେ ମୁଖ୍ୟମନ୍ତ୍ରୀ

 Breaking News

ଜିଲ୍ଲାପାଳଙ୍କୁ ଗୁରୁମନ୍ତ୍ର ଦେଲେ ମୁଖ୍ୟମନ୍ତ୍ରୀ

ଜିଲ୍ଲାପାଳଙ୍କୁ ଗୁରୁମନ୍ତ୍ର ଦେଲେ ମୁଖ୍ୟମନ୍ତ୍ରୀ
September 27
17:11 2024

ଭୁବନେଶ୍ୱର,୨୭/୯: ଲୋକସେବା ଭବନରେ ଶୁକ୍ରବାର ୨ ଦିନିଆ ଜିଲ୍ଲାପାଳ ସମ୍ମିଳନୀ ଆରମ୍ଭ ହୋଇଛି। ଏହି ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଯୋଗ ଦେଇ ପ୍ରଶାସନକୁ ଲୋକାଭିମୁଖୀ କରିବାକୁ ଗୁରୁତ୍ୱାରୋପ କରିଛନ୍ତି। ଆଜି ମୋହନ ସରକାରଙ୍କ ପ୍ରଥମ ଜିଲ୍ଲାପାଳ ସମ୍ମିଳନୀ।
ସରକାରକୁ ଆସିବା ପରେ ପ୍ରଥମ ଥର ସବୁ ଜିଲାପାଳଙ୍କୁ ନେଇ ବୈଠକ କରିଛନ୍ତି ମୁଖ୍ୟମନ୍ତ୍ରୀ। ମୁଖ୍ୟମନ୍ତ୍ରୀ କହିଛନ୍ତି, ସରକାରଙ୍କ ଯୋଜନା ତୃଣମୂଳସ୍ତରରେ ପହଞ୍ଚାଇବା ଜିଲ୍ଲାପାଳଙ୍କ ଦାୟିତ୍ୱ ରହିଛି। ସରକାର ଓ ଲୋକଙ୍କ ମଧ୍ୟରେ ମୁଖ୍ୟ ସେତୁ ହେଉଛନ୍ତି ଜିଲ୍ଲାପାଳ। ରାଜଧାନୀକୁ ଛାଡ଼ିଦେଲେ ଅନ୍ୟ ସବୁଠି ସରକାର କହିଲେ ଜିଲାପାଳଙ୍କୁ ବୁଝାଏ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।
ଜିଲାପାଳଙ୍କ ନିକଟରେ ଲୋକଙ୍କ ସମସ୍ୟା ସମାଧାନ ହୁଏ। ସରକାରୀ ଯୋଜନାର ସଫଳ ରୂପାୟନ ଓ କାର୍ଯ୍ୟକାରୀ ଜିଲାପାଳଙ୍କ ହାତରେ ନ୍ୟସ୍ତ। ସେମାନେ ଲୋକଙ୍କ ସମସ୍ୟା ସରକାରଙ୍କ ନିକଟରେ ପହଞ୍ଚାଇବେ।
ମୁଖ୍ୟମନ୍ତ୍ରୀଙ୍କ ସହ ମୁଖ୍ୟ ଶାସନ ସଚିବ ଉପସ୍ଥିତ ରହିଛନ୍ତି। ଆଜି ଜିଲାପାଳଙ୍କ ସହ ମୁଖ୍ୟମନ୍ତ୍ରୀ ବୈଠକ କରିଥିବାବେଳେ ଆସନ୍ତାକାଲି ଏସ୍‌ପିମାନଙ୍କ ସହ ବୈଠକ କରିବେ।

About Author

indadmin

indadmin

Related Articles

Archives

Calendar

September 2026
M T W T F S S
 123456
78910111213
14151617181920
21222324252627
282930