Indus Valley Times

ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷ, ଯାଜପୁର ଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ

 Breaking News

ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷ, ଯାଜପୁର ଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ

ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷ, ଯାଜପୁର ଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ
October 06
22:00 2026

ଗୁଲାମ୍ ଗସ୍‌ଙ୍କ ରିପୋର୍ଟ
ଯାଜପୁର, ୬/୧୦ : ଯାଜପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଅଛି। ଏହି ଅଭିଯୋଗ ଶିବିରରେ ଉପସ୍ଥିତ ରହି ଜିଲ୍ଲାପାଳ ଶ୍ରୀ ଅମ୍ବର କୁମାର କର ଜନସାଧାରଣଙ୍କ ବିଭିନ୍ନ ଆପତ୍ତି ଅଭିଯୋଗର ଶୁଣାଣି କରିଥିଲେ।
ବିଭାଗୀୟ ଅଧିକାରୀ ମାନେ ଏହି ଅଭିଯୋଗ ଗୁଡିକ ଯାଞ୍ଚ କରିବେ ଓ ଯେଉଁମାନେ ଯୋଗ୍ୟ ଅଛନ୍ତି ସେମାନଙ୍କର ଯଥାସମ୍ଭବ ସମସ୍ୟାର ସମାଧାନ କରାଯିବ ବୋଲି ଜିଲ୍ଲାପାଳ ପ୍ରକାଶ କରିଥିଲେ। ମୋଟ ୨୨୦ ଟି ଅଭିଯୋଗ ପଞ୍ଜୀକୃତ ହୋଇଥିଲା। ସେଥିମଧ୍ୟରୁ ବ୍ୟକ୍ତିଗତ ସମସ୍ୟା ସମ୍ପର୍କୀୟ ୧୫୨ ଗୋଟି, ଗୋଷ୍ଠୀଗତ ସମସ୍ୟା ସମ୍ପର୍କିତ ୦୬ ଗୋଟି, ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ସହାୟତା ନିମନ୍ତେ ୬୧ ଗୋଟି ଅଭିଯୋଗ ଓ ରେଡ୍ କ୍ରୋସ ପାଣ୍ଠିରୁ ସହାୟତା ନିମନ୍ତେ ୧ ଗୋଟି ଅଭିଯୋଗର ଶୁଣାଣି କରାଯାଇଥିଲା।
୬୫ ଟି ଅଭିଯୋଗର ତତ୍କାଳ ଫଇସଲା କରାଯାଇଥିଲା। ଏହି ମିଳିତ ଜନ ଅଭିଯୋଗ ଶୁଣାଣିରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଯୁଧିଷ୍ଠିର ନାଏକ, ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଦେବୀ ପ୍ରସାଦ ମହାନ୍ତି, ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ୱାସ୍ଥ୍ୟ ଅଧିକାରୀ ଡ଼ା. ନଗେନ୍ଦ୍ର ନାଥ ମହାପାତ୍ର, ଉପଜିଲ୍ଲାପାଳ ତାପସ ରଞ୍ଜନ ଦେହୁରୀ, ଉପଖଣ୍ଡ ଆରକ୍ଷୀ ଅଧିକାରୀ ପ୍ରଶାନ୍ତ କୁମାର ମାଝୀ, ଡେପୁଟି କଲେକ୍ଟର ଜିଲ୍ଲା ଅଭିଯୋଗ ପ୍ରକୋଷ୍ଠ ସାରସ୍ୱତ ସାହୁ, ଯାଜପୁର ଗୋଷ୍ଠୀ ଉନ୍ନୟନ ଅଧିକାରୀ ବ୍ରହ୍ମାନନ୍ଦ ବେହେରା, ତହସିଲଦାର, ଯାଜପୁର ରବିନାରାୟଣ ପାଢ଼ୀ ଓ ଜିଲ୍ଲା ସ୍ତରୀୟ ଅଧିକାରୀ, କ୍ଷେତ୍ରୀୟ ଅଧିକାରୀ, ବ୍ଲକ ସ୍ତରୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ରହି ଜନସାଧାରଣଙ୍କର ଆପତ୍ତି ଅଭିଯୋଗର ଶୁଣାଣି କରିଥିଲେ।

About Author

indadmin

indadmin

Related Articles

Archives

Calendar

October 2026
M T W T F S S
 1234
567891011
12131415161718
19202122232425
262728293031