Indus Valley Times

ଜୟରାମପୁରରେ ଅଘଟଣ, ଘରେ ପଶି ବୃଦ୍ଧାଙ୍କୁ ଝୁଣି ମାରିଦେଲା ପାଗଳା କୁକୁର

 Breaking News

ଜୟରାମପୁରରେ ଅଘଟଣ, ଘରେ ପଶି ବୃଦ୍ଧାଙ୍କୁ ଝୁଣି ମାରିଦେଲା ପାଗଳା କୁକୁର

November 14
12:00 2024

ବାଲେଶ୍ୱର, ୧୪/୧୧ : ବୃଦ୍ଧାଙ୍କୁ ଝୁଣି ମାରିଦେଲା ପାଗଳ କୁକୁର। ବାଲେଶ୍ୱର ଜିଲ୍ଲା ଭୋଗରାଇ ଥାନା ଅନ୍ତର୍ଗତ ଜୟନାରାୟଣପୁର ପଞ୍ଚାୟତ ନାରାୟଣପୁର ଗାଁର ଏହି ଅଭାବନୀୟ ଘଟଣା ଘଟିଛି। ମୃତ ବୃଦ୍ଧା ଜଣଙ୍କ ହେଲେ ଗାଁର ବାସନ୍ତି ସାହୁ ।
ଆଜି ସକାଳେ ବାସନ୍ତି ଘର ବାହାରେ ବସିଥିବା ବେଳେ ଏକ ପାଗଳ କୁକୁର ଆସି ତାଙ୍କୁ ଆକ୍ରମଣ କରିଥିଲା। ବୃଦ୍ଧାଙ୍କ ଶରୀରର ବିଭିନ୍ନ ସ୍ଥାନରେ ଗଭୀର କ୍ଷତ ସୃଷ୍ଟି ହୋଇଥିଲା। ବୃଦ୍ଧାଙ୍କ ଚିତ୍କାର ଶୁଣି ପରିବାର ଲୋକେ ଦୌଡ଼ି ଆସିଥିଲେ।
ବୃଦ୍ଧାଙ୍କୁ ଉଦ୍ଧାର କରିବା ସହ ପାଗଳ କୁକୁରଟିକୁ ପିଟିପିଟି ମାରି ଦେଇଥିଲେ। କୁକୁରଟି କାମୁଡ଼ିବାର କିଛି ସମୟ ପରେ ବୃଦ୍ଧାଙ୍କର ମୃତ୍ୟୁ ଘଟିଥିଲା।ଅନ୍ୟପକ୍ଷରେ ମୃତକଙ୍କ ପରିବାର ଲୋକଙ୍କୁ ସହାୟତା ଯୋଗାଇଦେବାକୁ ଗ୍ରାମବାସୀ ଦାବି କରିଛନ୍ତି। ବୃଦ୍ଧାଙ୍କ ମୃତ୍ୟୁ ପରେ ପରିବାରରେ ଶୋକର ଛାୟା ଖେଳିଯାଇଛି।

About Author

indadmin

indadmin

Related Articles

Archives

Calendar

July 2026
M T W T F S S
 12345
6789101112
13141516171819
20212223242526
2728293031