Indus Valley Times

ଝାରସୁଗୁଡ଼ାରେ ପ୍ରଧାନମନ୍ତ୍ରୀଙ୍କ ପ୍ରକଳ୍ପ ବର୍ଷା, ଭେଟିଦେଲେ ୬୦ ହଜାର କୋଟିରୁ ଅଧିକ ମୂଲ୍ୟର ପ୍ରକଳ୍ପ

 Breaking News

ଝାରସୁଗୁଡ଼ାରେ ପ୍ରଧାନମନ୍ତ୍ରୀଙ୍କ ପ୍ରକଳ୍ପ ବର୍ଷା, ଭେଟିଦେଲେ ୬୦ ହଜାର କୋଟିରୁ ଅଧିକ ମୂଲ୍ୟର ପ୍ରକଳ୍ପ

ଝାରସୁଗୁଡ଼ାରେ ପ୍ରଧାନମନ୍ତ୍ରୀଙ୍କ ପ୍ରକଳ୍ପ ବର୍ଷା, ଭେଟିଦେଲେ ୬୦ ହଜାର କୋଟିରୁ ଅଧିକ ମୂଲ୍ୟର ପ୍ରକଳ୍ପ
September 27
18:01 2025

ଝାରସୁଗୁଡ଼ା, ୨୭/୯ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଦ୍ୱିତୀୟ ଥର ଝାରସୁଗୁଡ଼ା ଗସ୍ତ କରିଛନ୍ତି । ଅମଲାପାଲିରେ ଆୟୋଜିତ ‘ସେବା ପକ୍ଷ’ ସମାରୋହରେ ଯୋଗ ଦେଇ ପ୍ରଧାନମନ୍ତ୍ରୀ ୫୦ ହଜାର କୋଟି ଟଙ୍କାରୁ ଉର୍ଦ୍ଧ୍ୱ ବିକାଶ ପ୍ରକଳ୍ପ ଭେଟି ଦେଇଛନ୍ତି । ସାରା ଭାରତରେ ୯୭,୫୦୦ରୁ ଅଧିକ ଦୂରସଞ୍ଚାର ଟାୱାର କାର୍ଯ୍ୟକ୍ଷମ କରାଯିବ।
ପ୍ରଧାନମନ୍ତ୍ରୀ ମୋଦୀ ଶିକ୍ଷା, ଦୂରସଞ୍ଚାର ଏବଂ ପରିବହନ କ୍ଷେତ୍ରରେ ବିଭିନ୍ନ ପ୍ରକଳ୍ପ ଭେଟି ଦେଇଛନ୍ତି । ମୋଟ ଓଡ଼ିଶା ପାଇଁ ମୋଟ୍ ୧୭ ଶହ କୋଟିର ରେଳ ପ୍ରକଳ୍ପ ଭେଟି ଦେଇଛନ୍ତି ।
ସମ୍ବଲପୁର-ସରଲା ମଧ୍ୟରେ ୨୭୩ କୋଟିର ରେଲ୍ ଫ୍ଲାଇ ଓଭର ଓ କୋରାପୁଟ-ବାଇଗୁଡ଼ା ରେଲୱେ ଦେହରୀକରଣ ପାଇଁ ୪୮୧ କୋଟି ଟଙ୍କାର ପ୍ରକଳ୍ପ ଭେଟି ଦେଇଛନ୍ତି ।
ସେହିପରି ବ୍ରହ୍ମପୁର- ସୁରତ ମଧ୍ୟରେ ଅମୃତ ଭାରତ ଏକ୍ସପ୍ରେସ୍‌ର ଶୁଭାରମ୍ଭ ହୋଇଛି । ରାଜ୍ୟର ୧୩୦ଟି ଉଚ୍ଚ ଶିକ୍ଷାନୁଷ୍ଠାନରେ ୱାଇ ଫାଇ ସୁବିଧା ପାଇଁ ୯୦ କୋଟି ଟଙ୍କାର ପ୍ରକଳ୍ପ ଭେଟି ଦେଇଛନ୍ତି ।
ଏହା ଦ୍ୱାରା ଅଢ଼େଇ ଲକ୍ଷରୁ ଊର୍ଦ୍ଧ୍ୱ ଛାତ୍ରଛାତ୍ରୀ ଉପକୃତ ହେବେ । ୫୦ ହଜାର ଅନ୍ତ୍ୟୋଦୟ ଘର କାର୍ଯ୍ୟାଦେଶ ବଣ୍ଟନ କରିଛନ୍ତି । ବୁର୍ଲା ଭୀମସାର ଓ ବ୍ରହ୍ମପୁର ଏମକେସିଜିକୁ ସୁପର ସ୍ପେଶାଲିଷ୍ଟ କରିବା ଯୋଜନା କରାଯାଇଛି ।
ସେହିପରି ଦେଶରେ ୮ଟି ଆଇଆଇଟିର ଭିତ୍ତିଭୂମି ସମ୍ପ୍ରସାରଣ ଓ ୧୨ ହଜାର ସିଟ୍ ବୃଦ୍ଧି ଘୋଷଣା କରିଛନ୍ତି । ସେହିପରି ବିଏସଏନଏଲ ଦ୍ୱାରା ସ୍ୱଦେଶୀ ୪ଜି (୫ଜି ପ୍ରସ୍ତୁତ) ନେଟୱର୍କର ଶୁଭାରମ୍ଭ ହୋଇଛି ।
ଏହି କାର୍ଯ୍ୟକ୍ରମରେ ବିଭିନ୍ନ ରାଜ୍ୟରେ ଅନେକ କେନ୍ଦ୍ର ମନ୍ତ୍ରୀ ମଧ୍ୟ ଆଭାସୀ ମାଧ୍ୟମରେ ଯୋଡ଼ି ହୋଇଥିଲେ । ଆନ୍ଧ୍ର ପ୍ରଦେଶ ମୁଖ୍ୟମନ୍ତ୍ରୀ, ଉତ୍ତର ପ୍ରଦେଶ, ମହାରାଷ୍ଟ୍ର, ଆସାମ ଓ ରାଜସ୍ଥାନ ମୁଖ୍ୟମନ୍ତ୍ରୀ ମଧ୍ୟ ଆଭାସୀ ମାଧ୍ୟମରେ ସାମିଲ ହୋଇଥିଲେ ।

About Author

indadmin

indadmin

Related Articles

Archives

Calendar

July 2026
M T W T F S S
 12345
6789101112
13141516171819
20212223242526
2728293031