Indus Valley Times

ଟୋକିଓ ପାରାଲିମ୍ପିକ୍ସ : ବ୍ୟାଡମିଣ୍ଟନରେ ସ୍ୱର୍ଣ୍ଣ ପଦକ ଜିତି ଇତିହାସ ରଚିଲେ ଓଡ଼ିଆ ପୁଅ ପ୍ରମୋଦ ଭଗତ

 Breaking News

ଟୋକିଓ ପାରାଲିମ୍ପିକ୍ସ : ବ୍ୟାଡମିଣ୍ଟନରେ ସ୍ୱର୍ଣ୍ଣ ପଦକ ଜିତି ଇତିହାସ ରଚିଲେ ଓଡ଼ିଆ ପୁଅ ପ୍ରମୋଦ ଭଗତ

ଟୋକିଓ ପାରାଲିମ୍ପିକ୍ସ : ବ୍ୟାଡମିଣ୍ଟନରେ ସ୍ୱର୍ଣ୍ଣ ପଦକ ଜିତି ଇତିହାସ ରଚିଲେ ଓଡ଼ିଆ ପୁଅ ପ୍ରମୋଦ ଭଗତ
September 04
17:00 2021

ଭୁବନେଶ୍ୱର, ୪/୯: ଚଳିତ ଟୋକିଓ ପାରାଲିମ୍ପିକ୍ସରେ ଇତିହାସ ରଚିଲେ ଓଡ଼ିଆ ପୁଅ ପ୍ରମୋଦ ଭଗତ। ବ୍ୟାଡ୍ମିଣ୍ଟନ ପୁରୁଷ ଏକକ ବର୍ଗରେ ସେ ଜିତିଛନ୍ତି ସ୍ୱର୍ଣ୍ଣ ପଦକ। ଏହା ସହିତ ପ୍ରଥମ ଭାରତୀୟ ଭାବେ ସେ ପାରାଲିମ୍ପିକ୍ସରେ ବ୍ୟାଡ୍ମିଣ୍ଟନରେ ସ୍ୱର୍ଣ୍ଣ ଜିତିଛନ୍ତି। ଅଲିମ୍ପିକ୍ସରେ ମଧ୍ୟ କୌଣସି ଭାରତୀୟ ଏ ପର୍ଯ୍ୟନ୍ତ ବ୍ୟାଡ୍ ମିଣ୍ଟନରେ ସ୍ୱର୍ଣ୍ଣ ପଦକ ଜିତି ନାହାନ୍ତି।
ସେହି ଅଭାବକୁ ଆଜି ପ୍ରମୋଦ ପୂରଣ କରି ଦେଇଛନ୍ତି। ସେ ତାଙ୍କର ବିଶ୍ୱର ୧ ନମ୍ବର ଖେଳାଳି ମାନ୍ୟତାକୁ ବି ବଜାୟ ରଖିଛନ୍ତି।
ବିଶ୍ୱର ୧ ନମ୍ବର ଖେଳାଳି ପ୍ରମୋଦ ଫାଇନାଲରେ ବ୍ରିଟେନ୍ର ଡାନିଏଲ ବେଥେଲଙ୍କୁ ୨୧-୧୪, ୨୧-୧୭ ଗେମ୍ରେ ହରାଇଛନ୍ତି। ୪୫ ମିନିଟ୍ ଧରି ଏହି ଖେଳ ଚାଲିଥିଲା। ପ୍ରଥମ ଗେମ୍ରେ ଆଗୁଆ ରହିବା ପରେ ୨ୟ ଗେମ୍ରେ ବି ପ୍ରମୋଦ ନିଜ ଦବଦବା ବଜାୟ ରଖି ଏହି ସଫଳତା ହାସଲ କରିଛନ୍ତି।
ପ୍ରମୋଦ ସ୍ୱର୍ଣ୍ଣ ଜିତିବା ସହିତ ଟୋକିଓ ଅଲିମ୍ପିକ୍ସରେ ଭାରତ ପଦକ ସଂଖ୍ୟା ୧୭କୁ ବୃଦ୍ଧି ପାଇଛି।
ଆଜିର ସେମିଫାଇନାଲ ମ୍ୟାଚ୍ରେ ପ୍ରମୋଦଙ୍କ ମୁକାବିଲା ଜାପାନରେ ଡି ଫୁଜିହାରାଙ୍କ ସହ ହୋଇଥିଲା। ଏହି ମ୍ୟାଚ୍କୁ ପ୍ରମୋଦ ଏକତରଫା ଭାବେ ଜିତି ଫାଇନାଲରେ ପ୍ରବେଶ କରିଥିଲେ।
ବିଶ୍ୱ ଚାମ୍ପିଅନଶିପରେ ପ୍ରମୋଦ ଭଗତ ୪ ଥର ସ୍ୱର୍ଣ୍ଣ ପଦକ ଜିତିଛନ୍ତି। ୨୦୧୮ ଏସିଆନ୍ ପାରା ଗେମ୍ସରେ ଗୋଟିଏ ସ୍ୱର୍ଣ୍ଣ ଓ ଗୋଟିଏ ବ୍ରୋଞ୍ଜ ପଦକ ଜିତିଥିଲେ। ୫ ବର୍ଷ ବର୍ଷ ହୋଇଥିବା ବେଳେ ପୋଲିଓର ଶିକାର ହୋଇଥିବା ପ୍ରମୋଦ ଭଗତ ହେଉଛନ୍ତି ଦେଶର ସର୍ବଶ୍ରେଷ୍ଠ ପାରା ଶଟଲର। ସେ ୪୫ଟି ଅନ୍ତର୍ଜାତୀୟ ପଦକ ଜିତିଛନ୍ତି।
ପ୍ରମୋଦ ସ୍ୱର୍ଣ୍ଣ ପଦକ ଜିତିବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ଓଡ଼ିଶାରେ ଉତ୍ସବର ମାହୋଲ ଦେଖିବାକୁ ମିଳିଛି। ବିଶେଷ କରି ବରଗଡ଼ ଜିଲ୍ଲାର ଅତାବିରା ସ୍ଥିତ ତାଙ୍କ ଜନ୍ମମାଟିରେ ଲୋକା ଖୁସିରେ ବିଭୋର ହୋଇଯାଇଛନ୍ତି।

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031