Indus Valley Times

ଟ୍ୱିନ ସିଟିରେ ବର୍ଷା; ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

 Breaking News

ଟ୍ୱିନ ସିଟିରେ ବର୍ଷା; ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଟ୍ୱିନ ସିଟିରେ ବର୍ଷା; ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
April 11
10:07 2024

ଭୁବନେଶ୍ୱର,୧୧/୪: ଟ୍ବିନ ସିଟିରେ ବିଜୁଳି ଘଡ଼ଘଡ଼ି ସାଙ୍ଗକୁ ଝିପିଝିପି ବର୍ଷା ଲାଗି ରହିଛି। ପଶ୍ଚିମା ଝଡ଼ ପ୍ରଭାବରେ ରାଜ୍ୟରେ ୧୦ ଜିଲାର କୋହଲା ପାଗ ସାଙ୍ଗକୁ ହାଲୁକା ବର୍ଷା ସହ ୧୪ ଜିଲାରେ ଘଡ଼ଘଡ଼ି ସହ ମଧ୍ୟମଧରଣର ବର୍ଷା ହେବା ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।
ପାଣିପାଗକେନ୍ଦ୍ରର ସୂଚନା ଅନୁସାରେ, ଆଜି ୧୦ ଜିଲାର କୋହଲା ପାଗ ସାଙ୍ଗକୁ ହାଲୁକା ବର୍ଷା ହେବା ସହ୧୪ ଜିଲାରେ ଘଡ଼ଘଡ଼ି ସହ ମଧ୍ୟମଧରଣର ବର୍ଷା ହେବ। ଏନେଇ ବରଗ ଡ଼, ବଲାଙ୍ଗିର, ସୋନପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା, ନୂଆପଡ଼ା, ବୌଦ୍ଧ, ଅନୁଗୋଳ, କେନ୍ଦୁଝର, କଟକ, ଖୋର୍ଦ୍ଧା, ଢେଙ୍କାନାଳ ଓ ଦେବଗଡ଼ ଏହିସବୁ ଜିଲାରେ ୩ ଘଣ୍ଟା ପାଇଁ ୱାର୍ଣ୍ଣିଂ ଜାରି କରାଯାଇଛି।
ସେହିପରି ୧୦ ଜିଲାରେ କୋହଲା ପାଗ ସହ ହାଲୁକା ବର୍ଷା ହେବା ନେଇ ପାଣିପାଗ ପୂର୍ବାନୁମାନ କରିଛି। ସେହି ଜିଲା ଗୁଡ଼ିକ ହେଲା ଝାରସୁଗୁଡ଼ା, ସୁନ୍ଦରଗଡ଼, ନୂଆପଡ଼ା, ସମ୍ବଲପୁର, ବରଗଡ଼, ବୌଦ୍ଧ ସୋନପୁର, ବଲାଙ୍ଗୀର, ଅନୁଗୋଳ ଓ ଦେବଗଡ଼ ।

About Author

indadmin

indadmin

Related Articles

Archives

Calendar

May 2024
M T W T F S S
 12345
6789101112
13141516171819
20212223242526
2728293031