Indus Valley Times

ଦଶରଥପୁର ବ୍ଲକ୍ କାର୍ଯ୍ୟାଳୟ ଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର

 Breaking News

ଦଶରଥପୁର ବ୍ଲକ୍ କାର୍ଯ୍ୟାଳୟ ଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର

ଦଶରଥପୁର ବ୍ଲକ୍ କାର୍ଯ୍ୟାଳୟ ଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର
March 24
20:08 2025

ଅକ୍ଷୟ ରାଉତଙ୍କ ରିପୋର୍ଟ
ଯାଜପୁର , ୨୪/୩ : ଆଜି ଯାଜପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ଯୁଗ୍ମଜନ ଅଭିଯୋଗ ଶୁଣାଣି ଶିବିର ଦଶରଥପୁର ବ୍ଳକ କାର୍ଯ୍ୟାଳୟ ଠାରେ ଅନୁଷ୍ଠିତ ହୋଇଯାଇଅଛି।
ଏହି ଅଭିଯୋଗ ଶିବିର ରେ ଉପସ୍ଥିତ ରହି ଜିଲ୍ଲାପାଳ ପି. ଅନ୍ଵେଷା ରେଡ୍ଡୀ ଜନସାଧାରଣଙ୍କ ବିଭିନ୍ନ ଆପତ୍ତି ଅଭିଯୋଗ ର ଶୁଣାଣି କରିଥିଲେ।
ବିଭାଗୀୟ ଅଧିକାରୀ ମାନେ ଏହି ଅଭିଯୋଗ ଗୁଡିକ ଯାଞ୍ଚ କରିବେ ଓ ଯେଉଁମାନେ ଯୋଗ୍ୟ ଅଛନ୍ତି ସେମାନଙ୍କର ଯଥାସମ୍ଭବ ସମସ୍ୟାର ସମାଧାନ କରାଯିବ ବୋଲି ଜିଲ୍ଲାପାଳ ପ୍ରକାଶ କରିଥିଲେ। ଆଜି ମୋଟ ୧୬୨ ଟି ଅଭିଯୋଗ ପଞ୍ଜୀକୃତ ହୋଇଥିଲା। ସେଥିମଧ୍ୟରୁ ବ୍ୟକ୍ତିଗତ ସମସ୍ୟା ସମ୍ପର୍କୀୟ ୧୨୭ ଗୋଟି, ଗୋଷ୍ଠୀଗତ ସମସ୍ୟା ସମ୍ପର୍କୀୟ /ଗ୍ରାମ୍ୟ ସମସ୍ୟା ସମ୍ପର୍କୀୟ ୧୩ ଗୋଟି, ମୁଖ୍ୟମନ୍ତ୍ରୀ ଙ୍କ ରିଲିଫ ପାଣ୍ଠି ରୁ ସହାୟତା ନିମନ୍ତେ ୨୨ ଗୋଟି ଅଭିଯୋଗର ଶୁଣାଣି କରାଯାଇଥିଲା। ୫୦ ଟି ଅଭିଯୋଗର ତତ୍କାଳ ଫଇସଲା କରାଯାଇଥିଲା।
ଏହି ମିଳିତ ଜନ ଅଭିଯୋଗ ଶୁଣାଣି ଶିବିର ରେ ଆରକ୍ଷୀ ଅଧିକ୍ଷକ ଶ୍ରୀ ୟଶପ୍ରତାପ ଶ୍ରୀମାଲ, ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ନବକ୍ରିଷ୍ଣ ଜେନା, ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ତଥା ନିର୍ବାହୀ ଅଧିକାରୀ ଶ୍ରୀ ଅଶୋକ କୁମାର ବେହୁରିଆ, ଭାରପ୍ରାପ୍ତ ଉପ ଜିଲ୍ଲାପାଳ ଶ୍ରୀ ଲମ୍ବୋଦର ଖୁଣ୍ଟିଆ , ଗୋଷ୍ଠୀ ଉନ୍ନୟନ ଅଧିକାରୀ , ଦଶରଥପୁର, ଶ୍ରୀ ଆକାଶ ପଟ୍ଟନାୟକ, ଭାରପ୍ରାପ୍ତ ତହସିଲଦାର, ଦଶରଥପୁର ଶ୍ରୀ ରଶ୍ମି ରଞ୍ଜନ ମଲ୍ଲିକ, ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ୱାସ୍ଥ୍ୟ ଅଧିକାରୀ ଡା. ପ୍ରକାଶ ଚନ୍ଦ୍ର ବଳ ଓ ଜିଲ୍ଲା ସ୍ତରୀୟ ଅଧିକାରୀ, କ୍ଷେତ୍ରୀୟ ଅଧିକାରୀ, ବ୍ଲକ ସ୍ତରୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ରହି ଜନସାଧାରଣଙ୍କର ଆପତ୍ତି ଅଭିଯୋଗ ର ଶୁଣାଣି କରିଥିଲେ।
ଶେଷରେ ଜିଲ୍ଲା ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ପକ୍ଷରୁ ସୁସୁଆ ର ସୁଶାନ୍ତ କୁମାର ସାହୁ, ବିହାରି ର ତୃପ୍ତି ରଞ୍ଜନ ଦେବତା ଙ୍କୁ ହୁଇଲ୍ ଚେୟାର, କମାରଡିହର ଗୌରାଙ୍ଗ ବେହେରା, କନିକାପଡା ର ଗୋବର୍ଦ୍ଧନ ବେହେରା, ଗ୍ରାମନନ୍ଦୀପୁର ର ରୁଦ୍ରପ୍ରତାପ ସେଠୀ ଙ୍କୁ ଟ୍ରାଇ ସାଇକଲ ଏବଂ ଇଜାପୁର ର ଅବିନାଶ ମାଝୀଙ୍କୁ ଏକ ଶ୍ରବଣ ଯନ୍ତ୍ର ବଣ୍ଟନ କରାଯାଇଥିଲା।

About Author

indadmin

indadmin

Related Articles

Archives

Calendar

July 2026
M T W T F S S
 12345
6789101112
13141516171819
20212223242526
2728293031