Indus Valley Times

ଦିବ୍ୟାଙ୍ଗ ନାବାଳିକାକୁ ଦୁଷ୍କର୍ମ ଅଭିଯୋଗ, ଅଭିଯୁକ୍ତକୁ ୩ ବର୍ଷ ସଶ୍ରମ କାରାଦଣ୍ଡ ସହ ୩୦ ହଜାର ଜୋରିମାନା

 Breaking News

ଦିବ୍ୟାଙ୍ଗ ନାବାଳିକାକୁ ଦୁଷ୍କର୍ମ ଅଭିଯୋଗ, ଅଭିଯୁକ୍ତକୁ ୩ ବର୍ଷ ସଶ୍ରମ କାରାଦଣ୍ଡ ସହ ୩୦ ହଜାର ଜୋରିମାନା

ଦିବ୍ୟାଙ୍ଗ ନାବାଳିକାକୁ ଦୁଷ୍କର୍ମ ଅଭିଯୋଗ, ଅଭିଯୁକ୍ତକୁ ୩ ବର୍ଷ ସଶ୍ରମ କାରାଦଣ୍ଡ ସହ ୩୦ ହଜାର ଜୋରିମାନା
March 29
22:09 2023

ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟ
କନ୍ଧମାଳ,୨୯/୩: କନ୍ଧମାଳ ଜିଲ୍ଲାର ଫୁଲବାଣୀ ଫାଷ୍ଟ ଟ୍ରାକ ପୋକ୍ସୋ କୋର୍ଟ ଶୁଣାଇଛନ୍ତି ଦଣ୍ଡବିଧାନ । ବୁଧବାର ଦିବ୍ୟାଙ୍ଗ ନାବାଳିକାକୁ ଦୁଷ୍କର୍ମ ଉଦ୍ୟମ ମାମଲାର ଅଭିଯୁକ୍ତ ବଶିଷ୍ଠ ଦିଗାଲ ୩୫ଵର୍ଷକୁ ଦୋଷୀ ସାବ୍ୟସ୍ତ କରି ୩ ଵର୍ଷ ସଶ୍ରମ କାରାଦଣ୍ଡ ସହ ୩୦,୦୦୦ଟଙ୍କା ଜୋରିମାନା ଆଦେଶ ଦେଇଛନ୍ତି ବିଚାରପତି ।
୧୨ଜଣ ସାକ୍ଷୀ ବୟାନ ଆଧାରକୁ ଵିଚାର କରି ଏଭଳି ରାୟ ଶୁଣାଇଛନ୍ତି କୋର୍ଟ । ଜରିମାନା ଅନାଦେୟ ଆଉ ଅଧିକ ୩ ମାସ କାରାଦଣ୍ଡ ଭୋଗିବାକୁ ପଡ଼ିବ ବୋଲି ତାଙ୍କ ରାୟରେ ସେ ଉଲ୍ଲେଖ କରିଛନ୍ତି । ସରକାରଙ୍କ ତରଫରୁ ପୋକ୍ସୋ କୋର୍ଟର ସ୍ଵତନ୍ତ୍ର ପି.ପି. ବନମାଳୀ ବେହେରା ମାମଲା ପରିଚାଳନା କରୁଥିଲେ ।
ସୂଚନାଥାଉକି, ପୀଡ଼ିତାର ପିତା ମାତା ସ୍ୱାସ୍ଥ୍ୟ ପରିକ୍ଷା ପାଇଁ ଫୁଲବାଣୀ ଡାକ୍ତରଖାନା ଯାଇଥିବାବେଳେ ପୀଡିତା ଘରେ ଏକୁଟିଆ ଥିବାର ସୁଯୋଗରେ ଅପରାହ୍ନରେ ଅଭିଯୁକ୍ତ ଦୁଷ୍କର୍ମ ଉଦ୍ୟମ କରିଥିଲେ । ଏହି ସମୟରେ ପୀଡିତା ଚିତ୍କାର କରିଵାରୁ ତା\’ର ସାଙ୍ଗ ଦୌଡି ଆସିଥିଲା ।
ଯେଉଁଥିପାଇଁ ଦୌଡି ପଳାଇ ଥିଲା ଅଭିଯୁକ୍ତ । ପରେ ଏ ସପ୍ସକ୍ରାନ୍ତରେ ପୀଡିତା ଫିରିଙ୍ଗିଆ ଥାନାରେ ଲିଖିତ ଅଭିଯୋଗ କରିଥିଲେ । ଥାନାଧିକାରୀ ଥାନା ମାମଲା ରୁଜୁ କରି ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟରେ ହାଜର କରାଇଥିଲେ ।

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031