Legatus

ଦୀପାଳି ଦାସଙ୍କ ନୂଆ ଇନିଂସ: ବିଧାୟିକା ଭାବେ ନେଲେ ଶପଥ

 Breaking News

ଦୀପାଳି ଦାସଙ୍କ ନୂଆ ଇନିଂସ: ବିଧାୟିକା ଭାବେ ନେଲେ ଶପଥ

ଦୀପାଳି ଦାସଙ୍କ ନୂଆ ଇନିଂସ: ବିଧାୟିକା ଭାବେ ନେଲେ ଶପଥ
May 15
14:38 2023

ଭୁବନେଶ୍ବର,୧୫/୫: ଝାରସୁଗୁଡ଼ା ବିଧାୟିକା ଭାବେ ନବନିର୍ବାଚିତା ଦୀପାଳି ଦାସ ଆଜି ଶପଥ ଗ୍ରହଣ କରିଛନ୍ତି। ବିଧାନସଭାରେ ତାଙ୍କୁ ଉପବାଚସ୍ପତି ରଜନୀକାନ୍ତ ସିଂହ ଶପଥ ପାଠ କରାଇଛନ୍ତି। ମାଆ ଓ ଭାଇଙ୍କ ସହ ବିଧାନସଭା ଆସି ଶପଥ ନେଇଛନ୍ତି ଦୀପାଳି।
ଏହି ଅବସରରେ କେତେକ ମନ୍ତ୍ରୀ ଓ ବିଧାୟକ ମଧ୍ୟ ଉପସ୍ଥିତ ଥିଲେ। ଶପଥ ଗ୍ରହଣ କରିବା ପରେ ନିଜର ପ୍ରତିକ୍ରିୟାରେ ଦୀପାଳି ଦାସ କହିଛନ୍ତି, ମୁଁ ଝାରସୁଗୁଡ଼ାବାସୀଙ୍କ ସେବା କରିବି। ଏହାଛଡ଼ା ବାପାଙ୍କ ଅଧୁରା ସ୍ବପ୍ନ ପୂରଣ ଦିଗରେ କାମ କରିବି।
ଉଲ୍ଲେଖଯୋଗ୍ୟ, ଝାରସୁଗୁଡ଼ା ଉପନିର୍ବାଚନରେ ବିଜୟୀ ହୋଇଛନ୍ତି ବିଜେଡି ପ୍ରାର୍ଥୀ ଦୀପାଳି ଦାସ। ଦୀପାଳି ତାଙ୍କର ନିକଟତମ ପ୍ରତିଦ୍ବନ୍ଦ୍ବୀ ବିଜେପି ପ୍ରାର୍ଥୀ ଟଙ୍କଧର ତ୍ରିପାଠୀଙ୍କଠାରୁ ୪୮ହଜାର ୭୨୧ ଅଧିକ ଭୋଟ ପାଇ ବିଜୟୀ ହୋଇଛନ୍ତି।
ଦୀପାଳି ଦାସଙ୍କ ବିପୁଳ ବିଜୟ ପରେ ଶନିବାର ତାଙ୍କ ସହ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଫୋନ ଯୋଗେ କଥାବାର୍ତ୍ତା ହୋଇ ଅଭିନନ୍ଦନ ଜଣାଇଥିଲେ। ଏହି ବିଜୟ ସହ ଝାରସୁଗୁଡ଼ାର ବିକାଶ ପ୍ରକ୍ରିୟାକୁ ତ୍ବରାନ୍ବିତ କରିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ। ବିଜେଡି ପ୍ରାର୍ଥୀଙ୍କୁ ବିପୁଳ ଭୋଟରେ ବିଜୟ କରାଇଥିବାରୁ ଝାରସୁଗୁଡ଼ାବାସୀଙ୍କୁ ମଧ୍ୟ ମୁଖ୍ୟମନ୍ତ୍ରୀ କୃତଜ୍ଞତା ଜ୍ଞାପନ କରିଥିଲେ। ତେଣେ ଗତକାଲି ନବୀନ ନିବାସରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଦୀପାଳି ଦାସ ଭେଟିଥିଲେ।

About Author

indadmin

indadmin

Related Articles

Archives

Calendar

April 2025
M T W T F S S
 123456
78910111213
14151617181920
21222324252627
282930