Legatus

ଦ୍ୱିତୀୟ ପର୍ଯ୍ୟାୟରେ ଆଉ ୬ ଲୋକସଭା ଆସନ ପାଇଁ ପ୍ରାର୍ଥୀ ତାଲିକା ଘୋଷଣା କଲା ବିଜେଡି

 Breaking News

ଦ୍ୱିତୀୟ ପର୍ଯ୍ୟାୟରେ ଆଉ ୬ ଲୋକସଭା ଆସନ ପାଇଁ ପ୍ରାର୍ଥୀ ତାଲିକା ଘୋଷଣା କଲା ବିଜେଡି

ଦ୍ୱିତୀୟ ପର୍ଯ୍ୟାୟରେ ଆଉ ୬ ଲୋକସଭା ଆସନ ପାଇଁ ପ୍ରାର୍ଥୀ ତାଲିକା ଘୋଷଣା କଲା ବିଜେଡି
March 27
19:09 2024

ଭୁବନେଶ୍ୱର,୨୭/୩:ରାଜ୍ୟର ୨୧ଟି ଲୋକସଭା ଆସନ ମଧ୍ୟରୁ ଆଉ ୬ଟି ପାଇଁ ଆଜି ବିଜେଡି ଘୋଷଣା କରିଛି ପ୍ରାର୍ଥୀ। ଏହା ପୂର୍ବରୁ ୯ଟି ଲୋକସଭା ଆସନ ପାଇଁ ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରାର୍ଥୀଙ୍କ ନାଁ ଘୋଷଣା କରିଥିଲେ।
ଦ୍ୱିତୀୟ ପର୍ଯ୍ୟାୟରେଯେଉଁ ୬ଟି ଆସନ ପାଇଁ ପ୍ରାର୍ଥୀ ଘୋଷଣା କରାଯାଇଛି,ତା’ ମଧ୍ୟରେ ପୁରୀ, ଢେଙ୍କାନାଳ, ଜଗତସିଂହପୁର, କନ୍ଧମାଳ, କଟକ ଓ ଯାଜପୁର ରହିଛି।
ପୁରୀ ଲୋକସଭା ଆସନ ପାଇଁ ବିଜେଡି ଅରୂପ ପଟ୍ଟନାୟକଙ୍କ ନାଁ ଘୋଷଣା କରିଥିବା ବେଳେ ଢେଙ୍କାନାଳରୁ ଅବିନାଶ ସାମଲ, ଜଗତସିଂହପୁରରୁ ରାଜଶ୍ରୀ ମଲ୍ଲିକ, କନ୍ଧମାଳରୁ ଅଚ୍ୟୁତ ସାମନ୍ତ, କଟକରୁ ସଂତୃପ୍ତ ମିଶ୍ର ଓ ଯାଜପୁରରୁ ଶର୍ମିଷ୍ଠା ସେଠୀଙ୍କୁ ପ୍ରାର୍ଥୀ କରାଯାଇଛି।
୨୦୧୯ରେ ବିଜେଡି ପୁରୀରୁ ପିନାକୀ ମିଶ୍ର, ଢେଙ୍କାନାଳରୁ ମହେଶ୍ୱର ସାହୁ ଓ କଟକରୁ ଭର୍ତ୍ତୃହରି ମହତାବଙ୍କୁ ପ୍ରାର୍ଥୀ କରିଥିଲା ଏବଂ ସେମାନେ ସମସ୍ତେ ବିଜୟୀ ହୋଇଥିଲେ। ଭର୍ତ୍ତୃହରି ମହତାବ ନିକଟରେ ବିଜେଡିରୁ ଇସ୍ତଫା ଦେଇଥିଲେ।
ସେହିପରି ଏହା ପୂର୍ବରୁ ୯ଟି ଲୋକସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଥିଲା ଦଳ। କଳାହାଣ୍ଡିରୁ ଲମ୍ବୋଦର ନିଆଲ, ସମ୍ବଲପୁରରୁ ପ୍ରଣବପ୍ରକାଶ ଦାସ, ସୁନ୍ଦରଗଡ଼ରୁ ଦିଲ୍ଲୀପ ତିର୍କୀ, ମୟୂରଭଞ୍ଜରୁ ସୁଦାମ ମାର୍ଣ୍ଡି, କେନ୍ଦ୍ରାପଡ଼ାରୁ ଅଂଶୁମାନ ମହାନ୍ତି, ନବରଙ୍ଗପୁରରୁ ପ୍ରଦୀପ କୁମାର ମାଝୀ, ଭୁବନେଶ୍ୱରରୁ ମନ୍ମଥ ରାଉତରାୟ, କୋରାପୁଟରୁ କୌଶଲ୍ୟା ହିକକା ଓ ଆସିକାରୁ ରଞ୍ଜିତା ସାହୁଙ୍କ ନାଁ ଘୋଷଣା କରାଯାଇଥିଲା।

About Author

indadmin

indadmin

Related Articles

Archives

Calendar

April 2025
M T W T F S S
 123456
78910111213
14151617181920
21222324252627
282930