Indus Valley Times

ନଡ୍ଡାଙ୍କୁ ଭେଟିଲେ ମୋହନ, ସାଙ୍ଗଠନିକ ଓ ଭବିଷ୍ୟତ କାର୍ଯ୍ୟପନ୍ଥା ଉପରେ ହେଲା ଆଲୋଚନା

 Breaking News

ନଡ୍ଡାଙ୍କୁ ଭେଟିଲେ ମୋହନ, ସାଙ୍ଗଠନିକ ଓ ଭବିଷ୍ୟତ କାର୍ଯ୍ୟପନ୍ଥା ଉପରେ ହେଲା ଆଲୋଚନା

October 04
18:39 2025

ଭୁବନେଶ୍ୱର,୪/୧୦: ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡାଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ। ଏ ନେଇ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଏକ୍ସରେ ସୂଚନା ଦେଇଛନ୍ତି। ଉଭୟଙ୍କ ମଧ୍ୟରେ ବିଭିନ୍ନ ସାଂଗଠନିକ ବିଷୟ ଉପରେ ଆଲୋଚନା ହୋଇଛି।
ରାଜନୈତିକ ସ୍ଥିତି ଓ ଭବିଷ୍ୟତର କାର୍ଯ୍ୟପନ୍ଥା ଉପରେ ବିସ୍ତୃତ ଆଲୋଚନା ମଧ୍ୟ କରିଛନ୍ତି। ଏହି ସମୟରେ ଭାଜପା ଓଡିଶା ପ୍ରଭାରୀ ବିଜୟ ପାଲ ସିଂ ତୋମର ମଧ୍ୟ ଉପସ୍ଥିତ ଥିଲେ।
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦୁଇ ଦିନିଆ ଦିଲ୍ଲୀ ଗସ୍ତରେ ଅଛନ୍ତି। ତେବେ ଏହି ୨ ଦିନର ରହଣି ମଧ୍ୟରେ ସେ ଏକାଧିକ କେନ୍ଦ୍ରମନ୍ତ୍ରୀଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଛି। ସାଂଗଠନିକ ଦିଗକୁ ନେଇ ବରିଷ୍ଠ ନେତାଙ୍କ ସହ ମଧ୍ୟ ମୁଖ୍ୟମନ୍ତ୍ରୀ ଆଲୋଚନା କରିବେ ବୋଲି ଜଣାପଡ଼ିଛି।

About Author

indadmin

indadmin

Related Articles

Archives

Calendar

July 2026
M T W T F S S
 12345
6789101112
13141516171819
20212223242526
2728293031