Indus Valley Times

ନବ ଦାସଙ୍କ ମୃତ୍ୟୁର ସିବିଆଇ ତଦନ୍ତ ଦୋହରାଇଲେ ଦୀପାଳି ଦାସ, କହିଲେ- ଦୁଇ ସପ୍ତାହ ମଧ୍ୟରେ କରିବୁ ଦାବି

 Breaking News

ନବ ଦାସଙ୍କ ମୃତ୍ୟୁର ସିବିଆଇ ତଦନ୍ତ ଦୋହରାଇଲେ ଦୀପାଳି ଦାସ, କହିଲେ- ଦୁଇ ସପ୍ତାହ ମଧ୍ୟରେ କରିବୁ ଦାବି

January 29
18:47 2025

ଭୁବନେଶ୍ୱର, ୨୯/୧: ନବ ଦାସ ହତ୍ୟା ମାମଲାରେ ଝିଅ ଦୀପାଳି ଦାସଙ୍କ ବଡ଼ ବୟାନ ଦେଇଛନ୍ତି। ଦୀପାଳି କହିଛନ୍ତି, ସିବିଆଇ ତଦନ୍ତ ପାଇଁ ଚିଠି ଲେଖିବୁ। ହତ୍ୟା ମାମଲାର ସିବିଆଇ ତଦନ୍ତ ପାଇଁ ଆମେ ଦାବି କରିବୁ। ଏନେଇ ଚିଠି ପ୍ରସ୍ତୁତ କରୁଛୁ, ଖୁବ ଶୀଘ୍ର ପ୍ରଦାନ କରିବୁ। କାହା ପାଇଁ ରାଜନୀତି ହୋଇପାରେ, ମୋ ପରିବାର ପାଇଁ ଦୁଃଖଦ ଘଟଣା। ଠିକ ୨ ବର୍ଷ ତଳେ ଆଜିର ଦିନରେ ନବ ଦାସଙ୍କୁ ହତ୍ୟା କରାଯାଇଥିଲା।
ଅନ୍ୟପଟେ ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସ ହତ୍ୟା ମାମଲାରେ ତଦନ୍ତ ପ୍ରକ୍ରିୟା କ’ଣ ହେବ ସେ ନେଇ ଖୁବ୍‌ଶୀଘ୍ର ସରକାର ନିଷ୍ପତ୍ତି ନେବେ ବୋଲି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ତାଙ୍କ ପ୍ରତିକ୍ରିୟାରେ କହିଥିଲେ। ମନ୍ତ୍ରୀ କହିଥିଲେ, ନବ ଦାସଙ୍କ ହତ୍ୟା ମାମଲା ଏବେ ବିଚାରାଧୀନ ରହିଛି। ଏହି ଘଟଣାର ବିଭିନ୍ନ ତଥ୍ୟ ଗୋଟି ଗୋଟି କରି ସାମ୍ନାକୁ ଆସୁଛି। ପୂର୍ବ ସରକାର ସମୟରେ ଭୟର ବାତାବରଣ ଥିବାରୁ ଅନେକ ଲୋକ ମୁହଁ ଖୋଲୁ ନ ଥିଲେ।

About Author

indadmin

indadmin

Related Articles

Archives

Calendar

March 2026
M T W T F S S
 1
2345678
9101112131415
16171819202122
23242526272829
3031