Indus Valley Times

ନିଶାଦ୍ରବ୍ୟ ତଥା ଅପମିଶ୍ରିତ ଓ ବିଷାକ୍ତ ମାଦକଦ୍ରବ୍ୟ ବିରୋଧରେ ସଚେତନତା ଅଭିଯାନ

 Breaking News

ନିଶାଦ୍ରବ୍ୟ ତଥା ଅପମିଶ୍ରିତ ଓ ବିଷାକ୍ତ ମାଦକଦ୍ରବ୍ୟ ବିରୋଧରେ ସଚେତନତା ଅଭିଯାନ

ନିଶାଦ୍ରବ୍ୟ ତଥା ଅପମିଶ୍ରିତ ଓ ବିଷାକ୍ତ ମାଦକଦ୍ରବ୍ୟ ବିରୋଧରେ ସଚେତନତା ଅଭିଯାନ
June 02
09:32 2025

ମହେନ୍ଦ୍ର କୁମାର ଦର୍ଜିଙ୍କ ରିପୋର୍ଟ
ବଲାଙ୍ଗିର, ୨/୬ : ନିଶାଦ୍ରବ୍ୟ ତଥା ଅପମିଶ୍ରିତ ଓ ବିଶାକ୍ତ ମାଦକଦ୍ରବ୍ୟ ବିରୋଧ ରେ ରାଜ୍ୟବ୍ୟାପୀ ସଚେତନତା ଅଭିଯାନ ଅଭାଷୀ ମାଧ୍ୟମରେ ଜିଲ୍ଲାରେ ଆରମ୍ଭ ହୋଇଛି।ଜିଲ୍ଲା ମୁଖ୍ୟାଳୟ ର ଅସ୍ଵାନ କକ୍ଷରେ ଅଭାଷୀ କାର୍ଯ୍ୟକ୍ରମରେ ଜିଲ୍ଲାପାଳ ଗୌରୱ ଶିୱାଜୀ ଇସାଲୱାର,ଆରକ୍ଷୀ ଅଧିକ୍ଷକ ଅଭିଳାଷ ଜି,ଅତିରିକ୍ତ ଜିଲ୍ଲାପାଳ ଡ଼ ବିଜୟାନନ୍ଦ ସେଠୀ,ଅବକାରୀ ଅଧିକ୍ଷକ ସୀତାକାନ୍ତ ମୁଦୁଲି,ଜିଲ୍ଲା ଶିକ୍ଷାଧିକାରୀ ପ୍ରଦୀପ ନାଗ,ଜିଲ୍ଲା ସଂସ୍କୃତି ଅଧିକାରୀ ରଶ୍ମୀ ରଞ୍ଜନ ମିଶ୍ର,ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ମଦନଜିତ ହୋତା,ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ ସୁଷମା ମହାପାତ୍ର ପ୍ରମୁଖ ଉପସ୍ଥିତ ଥିଲେ ।
ଚାରିଟି ପର୍ଯ୍ୟାୟରେ ବର୍ଷବ୍ୟାପୀ ସଚେତନତା କାର୍ଯ୍ୟକ୍ରମ ହେବ। ତମାଖୁ,ବିଷାକ୍ତ ମଦ ଓ ଡ୍ରଗ୍ସ୍ ବ୍ୟବହାର ଓ ପ୍ରସାରକୁ ରୋକିବା ପାଇଁ ରାଜ୍ୟବ୍ୟାପୀ ପ୍ରଥମ ପର୍ଯ୍ୟାୟରେ ବିଶ୍ୱ ତମାଖୁ ନିଷେଧ ଦିବସ ମଇ ୩୧ ତାରିଖ ଠାରୁ ଜୁନ ୨୬ ତାରିଖ ପର୍ଯ୍ୟନ୍ତ,ଦ୍ୱିତୀୟ ପର୍ଯ୍ୟାୟରେ ଜୁନ୍ ୨୬ ରୁ ଅଗଷ୍ଟ ୧୫ ପର୍ଯ୍ୟନ୍ତ,ତୃତୀୟ ପର୍ଯ୍ୟାୟରେ ଅକ୍ଟୋବର ୨ ଏବଂ ଚତୁର୍ଥ ପର୍ଯ୍ୟାୟରେ ଡିସେମ୍ବର ୨୫ରୁ ୨୦୨୬ ଜାନୁଆରୀ ୧୫ ତାରିଖ ପର୍ଯ୍ୟନ୍ତ ପ୍ରାୟ ଏକ ବର୍ଷ ଧରି ଏହି ସଚେତନତା ଅଭିଯାନ ଜାରି ରହିବ।
ଅଭାଷୀ କାର୍ଯ୍ୟକ୍ରମ ଅବସରରେ ନିଶାଦ୍ରବ୍ୟ, ଅପମିଶ୍ରିତ ଓ ବିଷାକ୍ତ ମାଦକ ଦ୍ରବ୍ୟ ବିରୁଦ୍ଧରେ ଆରମ୍ଭ ହେଉଥିବା ସଚେତନତା ଅଭିଯାନରେ ସମସ୍ତେ ସାମିଲ ହେବାକୁ ମୁଖ୍ୟମନ୍ତ୍ରୀ ଅନୁରୋଧ କରିଥିଲେ।ନିଶା ନୁହେଁ ଜୀବନକୁ ଆପଣେଇବା ପାଇଁ ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ସଂକଳ୍ପ ନେବାକୁ ଆହ୍ୱାନ ଦେଇଥିଲେ।ତମାଖୁ, ସିଗାରେଟ୍ ଓ ନିଶାଦ୍ରବ୍ୟର ବିଜ୍ଞାପନ ମଧ୍ୟ ଯୁବ ସମାଜ ଉପରେ ପ୍ରଭାବ ପକାଉଛି।
ଏହି ଛଳନାପୂର୍ଣ୍ଣ ବିଜ୍ଞାପନ ପ୍ରତି ମଧ୍ୟ ସଜାଗ ରହିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ। କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ବିଭିନ୍ନ ମାଦକ ତଥା ନିଶାଦ୍ରବ୍ୟ ବ୍ୟବହାରର କୁପରିଣାମ ବିଷୟରେ ଅବଗତ କରାଇବା ପାଇଁ ଏବଂ ଅପମିଶ୍ରିତ,ବିଶାକ୍ତ ଏବଂ ଚୋରା ମଦ କାରବାର ସମ୍ପୂର୍ଣ୍ଣ ରୋକିବା ପାଇଁ ରାଜ୍ୟବ୍ୟାପୀ ସଚେତନତା ଅଭିଯାନର ଲୋଗୋ, ଟି.ଭି. ସ୍ପଟ୍, ଥିମ୍ ସଙ୍ଗ୍ ଏବଂ ସୂଚନା ପୁସ୍ତିକା ଉନ୍ମୋଚନ କରିଥିଲେ।

About Author

indadmin

indadmin

Related Articles

Archives

Calendar

March 2026
M T W T F S S
 1
2345678
9101112131415
16171819202122
23242526272829
3031