Indus Valley Times

ନୂଆଁଖାଇରେ ଛୁଟି ରହିବ ବିଦ୍ୟାଳୟ

 Breaking News

ନୂଆଁଖାଇରେ ଛୁଟି ରହିବ ବିଦ୍ୟାଳୟ

ନୂଆଁଖାଇରେ ଛୁଟି ରହିବ ବିଦ୍ୟାଳୟ
September 04
18:23 2024

ଭୁବନେଶ୍ୱର,୪/୯: ଚଳିତ ବର୍ଷ ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ ପାଳନ ଅବସରରେ ୦୯.୦୯.୨୦୨୪ ରିଖ (ସୋମ‌ବାର‌) ଦିନ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଅଧୀନରେ ଥିବା ସମସ୍ତ ସରକାରୀ, ସରକାରୀ ଅନୁଦାନପ୍ରାପ୍ତ ଏବଂ ବେସରକାରୀ ବିଦ୍ୟାଳୟଗୁଡ଼ିକ ଛୁଟି ଘୋଷଣା କରିବାକୁ ବିଭାଗ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି।
ମା’ ସମଲେଶ୍ଵରୀଙ୍କ ନିକଟରେ ନବାନ୍ନ ହେବା ନେଇ ଲଗ୍ନ ଧାର୍ଯ୍ୟ ହୋଇଛି। ଆସନ୍ତା ୮ରେ ମା’ ସମଲେଶ୍ଵରୀଙ୍କ ନିକଟରେ ଲାଗି ହେବ ନବାନ୍ନ। ମଙ୍ଗଳବାର ଅପରାହ୍ନ ୪ ଟା ସମୟରେ ଶ୍ରୀ ଶ୍ରୀ ବ୍ରହ୍ମ ପଣ୍ଡିତ ମହାସଭାରେ ଏଥିପାଇଁ ଲଗ୍ନ ନିର୍ଦ୍ଧାରଣ ହୋଇଛି।
ସ୍ଥାନୀୟ ବ୍ରହ୍ମପୁରା ମନ୍ଦିରରେ ଅନୁଷ୍ଠିତ ବ୍ରହ୍ମ ପଣ୍ଡିତ ମହାସଭାର ପଣ୍ଡିତ ଓ ବିଦ୍ବାନଙ୍କ ଏକ ବୈଠକରେ ବିଷ୍ଣୁସହସ୍ର ନାମ ପାଠ ପରେ ଆସନ୍ତା ସେପ୍ଟେମ୍ବର ୮ ଭାଦ୍ରବ ଶୁକ୍ଳପକ୍ଷ ପଞ୍ଚମୀ ତିଥି ରବିବାର ପୂର୍ବାହ୍ନ ୯ଟା ୧୨ ମିନିଟ୍ ରୁ ୯ ଟା ୨୭ ମଧ୍ୟରେ ତୁଳା ଲଗ୍ନରେ ସମ୍ବଲପୁରର ଆରାଦ୍ଧ୍ୟ ଦେବୀ ମାଁ ସମଲେଶ୍ୱରୀଙ୍କ ନିକଟରେ ନବାନ୍ନ ଲାଗି ପାଇଁ ଦିନ ଓ ସମୟ ଧାର୍ଯ୍ୟ ହୋଇଛି।
ନୂଆଖାଇ ଏକ ଗଣପର୍ବ । ଧାନ ଅମଳର ଖୁସିରେ ଚାଷୀମାନେ ଏହାକୁ ପାଳନ କରିଥାନ୍ତି । ବର୍ଷା ଶେଷ ହେବାପରେ ଶରତ ଋତୁ ଧରା ପୃଷ୍ଠରେ ଅବତରଣ କରେ । ଏହି ସମୟରେ ଚାଷୀ ଜମିରେ ବେଉଷଣ କାର୍ଯ୍ୟ ଆରମ୍ଭ କରିଥାଏ ପରେ ସହଳ ଆମଳକ୍ଷମ ଧାନ ଗର୍ଭଧାରଣ କରି କେଣ୍ଡା ପକେଇବାର କାର୍ଯ୍ୟ କରିଥାଏ । ଚାଷୀ ପ୍ରଥମକରି ଆମଳକ୍ଷମ ଧାନକୁ ଇଷ୍ଟଦେବୀଙ୍କଠାରେ ସମର୍ପଣ କରିବା ହିଁ ନବାନ୍ନ ଭକ୍ଷଣ ।
ଏହାକୁ ପଶ୍ଚିମ ଓଡ଼ିଶାର ଆଞ୍ଚଳିକ ଭାଷାରେ ନୂଆଁଖାଇ କୁହାଯାଏ । ନୂଆଖାଇ ପାଳନ ନିମନ୍ତେ ଆଗରୁ “ଲଗନ” ବା “ତିଥି” ନିର୍ଣ୍ଣୟ କରି ପୂଜା ଆଦି ସହ ଆରିସା ପିଠା ଭୋଗ କରାଯାଇଥାଏ ।

About Author

indadmin

indadmin

Related Articles

Archives

Calendar

July 2026
M T W T F S S
 12345
6789101112
13141516171819
20212223242526
2728293031