Indus Valley Times

ନୂଆସାହି ଛକ ନିକଟରେ ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀରେ ଶ୍ରଦ୍ଧାଞ୍ଜଳି ଜଣାଇଲା ଜ଼ିଲ୍ଲା ପ୍ରଶାସନ

 Breaking News

ନୂଆସାହି ଛକ ନିକଟରେ ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀରେ ଶ୍ରଦ୍ଧାଞ୍ଜଳି ଜଣାଇଲା ଜ଼ିଲ୍ଲା ପ୍ରଶାସନ

ନୂଆସାହି ଛକ ନିକଟରେ ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀରେ ଶ୍ରଦ୍ଧାଞ୍ଜଳି ଜଣାଇଲା ଜ଼ିଲ୍ଲା ପ୍ରଶାସନ
April 28
20:46 2025

କମ୍ଭୁଧର କ୍ଷେତିଙ୍କ ରିପୋର୍ଟ
ବୌଦ୍ଧ, ୨୮/୪: (ସୋମବାର )ସକାଳ ୭ ଘଣ୍ଟା ସମୟରେ ବୌଦ୍ଧ ନୂଆସାହି ଛକ ନିକଟରେ ଥିବା ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ପ୍ରତିମୁର୍ତ୍ତିରେ ତାଙ୍କ ଜନ୍ମ ଜୟନ୍ତୀରେ ଶ୍ରଦ୍ଧାଞ୍ଜଳି ଜଣାଇଛି ଜିଲ୍ଲା ପ୍ରଶାସନ ।
ସମବାୟ ବିଭାଗ ପକ୍ଷରୁ ଆୟୋଜିତ ଜୟନ୍ତୀ କାର୍ଯ୍ୟକ୍ରମ ଅବସରରେ ଜିଲ୍ଲାପାଳ ସୁବ୍ରତ କୁମାର ପଣ୍ଡା, ଅତିରିକ୍ତ ଜିଲ୍ଲାପାଳ ଅନିରୁଦ୍ଧ ପ୍ରଧାନ, ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ପ୍ରଭାସ ଚନ୍ଦ୍ର ଦଣ୍ଡସନା, ଉପ -ଜିଲ୍ଲାପାଳ ପ୍ରବୀଣ କୁମାର ବାଣୁଆ ପ୍ରମୁଖ ଯୋଗଦେଇ ମଧୁବାବୁଙ୍କ ପ୍ରତିମୁର୍ତ୍ତିରେ ପୁଷ୍ପମାଲ୍ୟ ପ୍ରଦାନ କରି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ । କାର୍ଯ୍ୟକ୍ରମରେ ସମବାୟ ସମିତି ସମୁହର ଉପ ନିବନ୍ଧକ ହାଡ଼ିବନ୍ଧୁ ମହାକୁଡ, ସହକାରୀ ନିବନ୍ଧକ ଫକୀର ଚରଣ ବାଘ, ନିୟନ୍ତ୍ରିତ ବଜାର କମିଟି ସମ୍ପାଦକ ଭାସ୍କର ଚନ୍ଦ୍ର ପାଣିଗ୍ରାହୀ, ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ରିତାକାନ୍ତି ବଳିୟାର ସିଂହ
ଓ ଅନ୍ୟମାନେ ଉପସ୍ଥିତ ଥିଲେ । ଏହି ଅବସର ରେ ଏନ. ଏ. ସି. ବୌଦ୍ଧଗଡ଼ ପକ୍ଷରୁ ମଧ୍ୟ ମାଲ୍ୟାର୍ପଣ ଉତ୍ସବ ଅନୁଷ୍ଠିତ ହୋଇଯାଇଛି ।

About Author

indadmin

indadmin

Related Articles

Archives

Calendar

March 2026
M T W T F S S
 1
2345678
9101112131415
16171819202122
23242526272829
3031