Indus Valley Times

ନୟାଗଡ଼ ସଦର ମହକୁମାରେ ମେଡିକାଲ କଲେଜ ପ୍ରତିଷ୍ଠା ଦାବି ନେଇ ମୁଖ୍ୟମନ୍ତ୍ରୀଙ୍କୁ ଉଦ୍ଦେଶ୍ୟରେ ଦାବିପତ୍ର

 Breaking News

ନୟାଗଡ଼ ସଦର ମହକୁମାରେ ମେଡିକାଲ କଲେଜ ପ୍ରତିଷ୍ଠା ଦାବି ନେଇ ମୁଖ୍ୟମନ୍ତ୍ରୀଙ୍କୁ ଉଦ୍ଦେଶ୍ୟରେ ଦାବିପତ୍ର

ନୟାଗଡ଼ ସଦର ମହକୁମାରେ ମେଡିକାଲ କଲେଜ ପ୍ରତିଷ୍ଠା ଦାବି ନେଇ ମୁଖ୍ୟମନ୍ତ୍ରୀଙ୍କୁ ଉଦ୍ଦେଶ୍ୟରେ ଦାବିପତ୍ର
December 11
10:45 2025

ବିଶ୍ୱ ଭୂଷଣ ମହାପାତ୍ରଙ୍କ ରିପୋର୍ଟ
ନୟାଗଡ଼, ୧୧/୧୨ : ବୁଧବାର ନୟାଗଡ଼ ସଦର ମହକୁମାରେ ମେଡିକାଲ କଲେଜ ପ୍ରତିଷ୍ଠା ନେଇ ଜୟ ନୟାଗଡ଼ ଫାଉଣ୍ଡେସନ ତରଫରୁ ସଂଗଠନର ପ୍ରତିଷ୍ଠାତା ଶେଖ ଅବଦୁଲ ଆହାଦଙ୍କ ନେତୃତ୍ୱରେ ଏକ ପ୍ରତିନିଧିମଣ୍ଡଳ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ନୟାଗଡ଼ ଜିଲ୍ଲାପାଳଙ୍କ ଅନୁପସ୍ଥିତିରେ ନୟାଗଡ଼ ତହସିଲଦାର ରାଜେଶ କେଶରୀ ସ୍ବାଇଁଙ୍କୁ ଦାବିପତ୍ର ପ୍ରଦାନ କରିଛନ୍ତି।
ତତସହ ଆଗାମୀ ତା୨୦.୧୨.୨୦୨୫ରିଖ ସନ୍ଧ୍ୟା ୬ ଘଟିକା ସମୟେ ନୟାଗଡ଼ ଜଗନ୍ନାଥ ମନ୍ଦିର ଠାରୁ ଚଡଊ ବଙ୍ଗଳାରୋଡ଼ ପର୍ଯ୍ୟନ୍ତ ‘ମଶାଲ ଶୋଭାଯାତ୍ରା’ର ଆୟୋଜନ କରାଯିବା ନିମନ୍ତେ ସଙ୍ଗଠନ ପକ୍ଷରୁ ସୂଚନା ଦିଆଯାଇଅଛି।
ଆଜିର କାର୍ଯ୍ୟକ୍ରମରେ ବରିଷ୍ଠ ଆଇନଜୀବୀ ମନୋଜ କୁମାର ସାହୁ, ସମାଜସେବୀ ଶ୍ରୀଧର ପ୍ରଧାନ, ସଂଗଠନର ସଂଯୋଜକ ଶ୍ରିତମ କୁମାର ପ୍ରଧାନ, ଅମ୍ଳାନ ଅଂଶୁମାନ ସାହୁ, ସୁଶୀଲ କୁମାର ସାହୁ, ଜୀବନ ଜ୍ୟୋତିପ୍ରକାଶ ରାଉତ, ଓଁପ୍ରସାଦ ପ୍ରଧାନ, ଆଶୀର୍ବାଦ ପ୍ରଧାନ, ରାକେଶ କୁମାର ସିଠ, କାହ୍ନୁଚରଣ ଘଡେଇ, ଶୁଭମ କୁମାର ସଲ ଅବଦୁଲ ଅଜିମ ଖାଁ ପ୍ରମୁଖ ଯୋଗ ଦେଇଥିଲେ।

About Author

indadmin

indadmin

Related Articles

Archives

Calendar

March 2026
M T W T F S S
 1
2345678
9101112131415
16171819202122
23242526272829
3031