Indus Valley Times

ନୟାଗଡ ସହରର ଖଣ୍ଡପଡା ରୋଡରେ ଥିବା ଶ୍ରୀ ଶ୍ୟାମ୍ ଗାର୍ମେଣ୍ଟ ସୋରୁମରେ ଅଗ୍ନିକାଣ୍ଡ

 Breaking News

ନୟାଗଡ ସହରର ଖଣ୍ଡପଡା ରୋଡରେ ଥିବା ଶ୍ରୀ ଶ୍ୟାମ୍ ଗାର୍ମେଣ୍ଟ ସୋରୁମରେ ଅଗ୍ନିକାଣ୍ଡ

ନୟାଗଡ ସହରର ଖଣ୍ଡପଡା ରୋଡରେ ଥିବା ଶ୍ରୀ ଶ୍ୟାମ୍ ଗାର୍ମେଣ୍ଟ ସୋରୁମରେ ଅଗ୍ନିକାଣ୍ଡ
October 26
18:51 2023

ବିଶ୍ୱ ଭୂଷଣ ମହାପାତ୍ର/ମମତା ମହାପାତ୍ରଙ୍କ ରିପୋର୍ଟ
ନୟାଗଡ,୨୬/୧୦: ନୟାଗଡ ସହରର ଖଣ୍ଡପଡା ରୋଡରେ ଥିବା ଶ୍ରୀ ଶ୍ୟାମ୍ ଗାର୍ମେଣ୍ଟ ସୋରୁମରେ ଅଗ୍ନିକାଣ୍ଡ । ରାତି ୩ଟାରେ ନିଆଁ ଲାଗିଥିବା ଅନୁମାନ । ନିଆଁ ଲିଭାଇବାରେ ୪ଟି ଦମକଳ ଏବଂ ୩୦ଅଧିକ ଅଗ୍ନିଶମ କର୍ମଚାରୀ ନିୟୋଜିତ । ୨କୋଟିରୁ ଅଧିକ ଟଙ୍କାର ସମ୍ପତ୍ତି ପୋଡିଯାଇଥିବା ମାଲିକଙ୍କ ସୂଚନା ।
ସର୍ଟସର୍କିଟ ଯୋଗୁ ନିଆଁ ଲାଗିଥିବା ଅନୁମାନ । ସବୁଦିନପରି ଗତକାଲି ରାତି ୧୦ଟାରେ ଦୋକାନ ମାଲିକ ଏବଂ କର୍ମଚାରୀ ଦୋକାନ ବନ୍ଦ କରି ଘରକୁ ଯାଇଥିଲେ । ରାତି ପ୍ରାୟ ୩ଟା ସମୟରେ ସ୍ଥାନୀୟ ଲୋକମାନେ ଦୋକାନରୁ ଧୁଆଁ ବାହାରୁଥିବା ଦେଖି ମାଲିକଙ୍କୁ ଖବର ଦେଇଥିଲେ । ପରେ ଅଗ୍ନିଶମ ବାହିନୀ ଖବରପାଇ ଘଟଣାସ୍ଥଳକୁ ଆସିଥିଲେ । ତେବେ ଦୋକାନ ସଂପୂର୍ଣ୍ଣ ବନ୍ଦ ଥିବାରୁ ନିଆଁ ଆୟତ କରିବା କଷ୍ଟକର ହୋଇପଡିଥିଲା ।
ନୟାଗଡ , ନୂଆଗାଁ , ଖଣ୍ଡପଡାରୁ ୪ଦମକଳଗାଡି ଏବଂ ୩୦ରୁ ଅଧିକ ଅଗ୍ନିଶମ କର୍ମଚାରୀ ନିଆଁଲିଭାରେ ନିୟୋଜିତ ହୋଇଥିଲେ । ସୋରୁମର ଆକାର ବଡ ହୋଇଥିବାରୁ ଏବଂ ଭିତରୁ ଧୁଆଁ ଯୋରରେ ବାହାରୁଥିବାରୁ ନିଆଁ ଆୟତ କରିବାକୁ ୪ଘଣ୍ଟାରୁ ଅଧିକ ସମୟ ଲାଗିଥିଲା ।
ଏପରିକି ନିଆଁ ଲିଭାଇବା ପାଇଁ ଜେସିବି ଲଗାଇ ଦୋକାନଘର ଭାଙ୍ଗିବାକୁ ପଡିଥିଲା । ନିଆଁ କିପରି ଲାଗିଲା ସେ ସମ୍ପର୍କରେ ପରେ ଜଣାପଡିବ ବୋଲି ଫାୟାର ଅଫିସର୍ କହିଥିବାବେଳେ ସିଲିଙ୍ଗରୁ ସର୍ଟସର୍କିଟ ହୋଇ ନିଆଁ ଲାଗିଥିବା ଅନୁମାନ କରାଯାଉଛି ବୋଲି ଦୋକାନ ମାଲିକ କହିଛନ୍ତି ।

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031