Indus Valley Times

ପାଣିପାଗ: ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା

 Breaking News

ପାଣିପାଗ: ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା

ପାଣିପାଗ: ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା
July 13
18:13 2025

ଭୁବନେଶ୍ୱର, ୧୩/୭ : ଏକା ସାଙ୍ଗରେ ଆସୁଛି ଦୁଇଟି ଲଘୁଚାପ । ଆଗାମୀ ୨୪ଘଣ୍ଟା ମଧ୍ୟରେ ଉତ୍ତରପଶ୍ଚିମ ମଧ୍ୟପ୍ରଦେଶ ଏବଂ ତାର ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ଥିବା ବେଳେ ଅନ୍ୟ ଏକ ଲଘୁଚାପ କ୍ଷେତ୍ର ଉତ୍ତରପଶ୍ଚିମ ବଙ୍ଗୋପସାଗର ପାର୍ଶ୍ଵବର୍ତ୍ତୀ ପଶ୍ଚିମବଙ୍ଗ ଏବଂ ଓଡିଶା ଉପକୂଳରେ ସୃଷ୍ଟି ହେବାର ସମ୍ଭାବନା ରହିଛି । ଆଗାମୀ ଦୁଇ ଦିନ ପରେ ଏହା ଲଘୁଚାପର ରୂପ ନେବ । ଏ ନେଇ ପାଣିପାଗ ବିଶେଷଜ୍ଞ ଉମାଶଙ୍କର ଦାସ ‘ଏକ୍ସ’ ଜରିଆରେ ସୂଚନା ପ୍ରଦାନ କରିଛନ୍ତି ।
ଅନ୍ୟପଟେ ଦକ୍ଷିଣ-ପଶ୍ଚିମ ଉତ୍ତର ପ୍ରଦେଶରୁ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ପର‌୍ୟ୍ୟନ୍ତ ଥିବା ଟ୍ରଫ୍ ଲାଇନ୍ ଏବେ ଉତ୍ତର ହରିୟାଣାରୁ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ପର‌୍ୟ୍ୟନ୍ତ ଦକ୍ଷିଣ ଉତ୍ତରପ୍ରଦେଶ ଦେଇ ଗତି କରୁଛି । ଯାହାର ପ୍ରଭାବରେ ଓଡ଼ିଶାରେ ଆଜିଠାରୁ ବର୍ଷାର ପରିମାଣ ବଢ଼ିବ । କିଛି ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ପାଣିପାଗ ବିଭାଗ ଚେତାବନୀ ଜାରି କରିଛି ।
ଆସନ୍ତାକାଲି ଅର୍ଥାତ୍ ୧୪ ତାରିଖରେ ପ୍ରବଳ ବର୍ଷା ସହ ବଜ୍ରପାତ ପାଇଁ ସୁନ୍ଦରଗଡ଼, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । କୋରାପୁଟ, ମାଲକାନଗିରି, ଗଜପତି, ଗଞ୍ଜାମ, ନୟାଗଡ଼, ପୁରୀ, ଖୋର୍ଦ୍ଧା, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ, ବାଲେଶ୍ବର, ଢେଙ୍କାନାଳ, ଅନୁଗୋଳ, ଦେବଗଡ଼, ସମ୍ବଲପୁର, ବରଗଡ଼ ଓ ଝାରସୁଗୁଡା ଜିଲ୍ଲାକୁ ହାଲୁକା ବର୍ଷା ସହ ବିଜୁଳି ଘଡ଼ଘଡ଼ି ପାଇଁ ପାଣିପାଗ ବିଭାଗ ୟେଲୋ ୱାର୍ଣ୍ଣିଂ ଜାରି କରିଛି ।
୧୫ ତାରିଖ ପାଇଁ ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, କୋରାପୁଟ, ମାଲକାନଗିରି, ଗଜପତି, ଗଞ୍ଜାମ, ନୟାଗଡ଼, ପୁରୀ, ଖୋର୍ଦ୍ଧା, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ, ବାଲେଶ୍ବର, ଢେଙ୍କାନାଳ, ଅନୁଗୋଳ, ଦେବଗଡ଼, ସମ୍ବଲପୁର, ବରଗଡ଼ ଓ ଝାରସୁଗୁଡା ଜିଲ୍ଲାକୁ ହାଲୁକା ବର୍ଷା ସହ ବିଜୁଳି ଘଡ଼ଘଡ଼ି ପାଇଁ ପାଣିପାଗ ବିଭାଗ ୟେଲୋ ୱାର୍ଣ୍ଣିଂ ଜାରି କରିଛି । ସେହିଭଳି ୧୬ ତାରିଖରେ କୋରାପୁଟ, ମାଲକାନଗିରି, ରାୟଗଡ଼ା, ଗଞ୍ଜାମ, ଗଜପତି, ମୟୂରଭଞ୍ଜ, କେନ୍ଦୁଝର ଓ ସୁନ୍ଦରଗଡ଼ ଜିଲ୍ଲାକୁ ହାଲୁକା ବର୍ଷା ସହ ବଜ୍ରପାତ ପାଇଁ ୱାର୍ଣ୍ଣିଂ ଜାରି କରାଯାଇଛି ।

About Author

indadmin

indadmin

Related Articles

Archives

Calendar

July 2026
M T W T F S S
 12345
6789101112
13141516171819
20212223242526
2728293031