Indus Valley Times

ପିଚୁକୁଳି ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟରେ ଜିଲ୍ଲାପାଳ,ଖୋର୍ଦ୍ଧାଙ୍କ ଜନଶୁଣାଣୀ ଅନୁଷ୍ଠିତ

 Breaking News

ପିଚୁକୁଳି ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟରେ ଜିଲ୍ଲାପାଳ,ଖୋର୍ଦ୍ଧାଙ୍କ ଜନଶୁଣାଣୀ ଅନୁଷ୍ଠିତ

ପିଚୁକୁଳି ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟରେ ଜିଲ୍ଲାପାଳ,ଖୋର୍ଦ୍ଧାଙ୍କ ଜନଶୁଣାଣୀ ଅନୁଷ୍ଠିତ
December 22
20:00 2025

ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟ
ଖୋର୍ଦ୍ଧା, ୨୨/୧୨ : ଆଜି ଖୋର୍ଦ୍ଧା ଜିଲ୍ଲାପାଳ ଏବଂ ଜିଲ୍ଲା ମାଜିଷ୍ଟ୍ରେଟ ଶ୍ରୀ ଅମ୍ରିତ୍ ଋତୁରାଜ ଙ୍କ ପଲ୍ଲୀରେ ପ୍ରଶାସନ କାର୍ଯ୍ୟକ୍ରମ ଅଧୀନ ପୂର୍ବାହ୍ନରେ ବୋଲଗଡ଼ ବ୍ଲକ ଅନ୍ତର୍ଗତ ପିଚୁକୁଳି ଗ୍ରାମ ପଂଚାୟତ କାର୍ଯ୍ୟାଳୟ ପରିସରରେ ଜନଶୁଣାଣି ଅନୁଷ୍ଠିତ ହୋଇଯାଇଅଛି ।
ଉକ୍ତ ଜନଶୁଣାଣି ଶିବିରରେ ମାନ୍ୟବର ବିଧାୟକ, ବେଗୁନିଆ, ଶ୍ରୀଯୁକ୍ତ ପ୍ରଦୀପ କୁମାର ସାହୁ,ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ, ଖୋର୍ଦ୍ଧା ଜ୍ୟୋତି ଶଙ୍କର ସାହୁ, ଅତିରିକ୍ତ ଆରକ୍ଷୀ ଅଧିକ୍ଷକ, ଖୋର୍ଦ୍ଧା ଶ୍ରୀନିବାସ ମହାନ୍ତି, ଉପଜିଲ୍ଲାପାଳ, ଖୋର୍ଦ୍ଧା କିଶୋର କୁମାର ପଣ୍ଡା, ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ୱାସ୍ଥ୍ୟ ଅଧିକାରୀ ଡାକ୍ତର ସଞ୍ଜୟ ଚନ୍ଦ୍ର ରାୟ, ବିଡିଓ, ବୋଲଗଡ଼ ସୁମନ୍ ସୁଧା କୁଣ୍ଡୁ, ତହସିଲଦାର,ବୋଲଗଡ଼,ବିଜୟ କୁମାର ସେଠୀ, ସ୍ଥାନୀୟ ସରପଞ୍ଚ ଯୋଗିନାଥ ମାଝୀ ପ୍ରମୁଖ ମଞ୍ଚାସିନ ଥିଲେ ।
ଜିଲ୍ଲାପାଳ କହିଲେ ଯେ ସୁଶାସନ ସପ୍ତାହ ଚାଲିଥିବାରୁ ପ୍ରତ୍ୟେକ ଅଧିକାରୀ ନିଜ କାର୍ଯ୍ୟାଳୟ ଅଧୀନ କୌଣସି ଅଭିଯୋଗ ସମାଧାନକୁ ସ୍ଥଗିତ ରଖିବେ ନାହିଁ।
ଯଥାସମ୍ଭବ ସରକାରଙ୍କର ଏବଂ ଜିଲ୍ଲା ପ୍ରଶାସନ ନିୟମାନୁସାରେ ସେଗୁଡିକୁ ସମାଧାନ କରିବାକୁ ନିର୍ଦ୍ଦେଶ ଦେଇଥିଲେ ।
ଆଜିର ଅଭିଯୋଗ ଶୁଣାଣିରେ ମୋଟ ୮୮ ଗୋଟି ଅଭିଯୋଗ ଆସିଥିବା ବେଳେ ତନ୍ମଧ୍ୟରୁ ବ୍ୟକ୍ତିଗତ ଅଭିଯୋଗ ୭୩ ଗୋଟି ଏବଂ ଗ୍ରାମୀଣ ସମସ୍ୟା ଜନିତ ୧୫ ଗୋଟି ଅଭିଯୋଗ ଆସିଥିଲା ।
ଜିଲ୍ଲାପାଳ ତତତ୍କାଳ ୪ ଗୋଟି ଅଭିଯୋଗର ସମାଧାନ କରିଥିବା ବେଳେ ଅନ୍ୟ ଅଭିଯୋଗ ଗୁଡ଼ିକୁ ସଂପୃକ୍ତ ବିଭାଗୀୟ ଅଧିକାରୀଙ୍କୁ ଯଥାଶୀଘ୍ର ସମାଧାନ କରିବାକୁ ନିର୍ଦ୍ଦେଶ ଦେଇଥିଲେ ।
ଅଭିଯୋଗ ଶୁଣାଣି ପଲ୍ଲୀରେ ପ୍ରଶାସନ କାର୍ଯ୍ୟକ୍ରମରେ ଆସିଷ୍ଟାଣ୍ଟ କଲେକ୍ଟର, ଅଭିଯୋଗ ଭୁବନେଶ୍ଵରୀ କଅଁର, ବିଭିନ୍ନ ବିଭାଗର ଜିଲ୍ଲା ସ୍ତରୀୟ ଅଧିକାରୀ, ବିଭିନ୍ନ ଲାଇନ୍ ଡିପାର୍ଟମେଣ୍ଟ ଅଧିକାରୀ ମାନେ ଯୋଗ ଦେଇଥିଲେ ।

About Author

indadmin

indadmin

Related Articles

Archives

Calendar

March 2026
M T W T F S S
 1
2345678
9101112131415
16171819202122
23242526272829
3031