Indus Valley Times

ପୁଣି ଆସୁଛି ଆଉ ଏକ ଲଘୁଚାପ, କୁମାର ପୂର୍ଣ୍ଣିମାରେ ବି ଭିଜିବ ଓଡିଶା

 Breaking News

ପୁଣି ଆସୁଛି ଆଉ ଏକ ଲଘୁଚାପ, କୁମାର ପୂର୍ଣ୍ଣିମାରେ ବି ଭିଜିବ ଓଡିଶା

ପୁଣି ଆସୁଛି ଆଉ ଏକ ଲଘୁଚାପ, କୁମାର ପୂର୍ଣ୍ଣିମାରେ ବି ଭିଜିବ ଓଡିଶା
October 08
10:08 2022

ଭୁବନେଶ୍ୱର,୮।୧୦ : ଲଗାଣ ବର୍ଷା ଯୋଗୁ ଦଶହରା ଫିକା ପଡ଼ିଥିଲା । ନବମୀ ଓ ଦଶମୀ ଦୁଇ ଦିନ ପ୍ରବଳ ବର୍ଷିଥିଲା । ଏବେ କୁମାର ପୂର୍ଣ୍ଣିମାରେ ବି ବର୍ଷାରୁ ତ୍ରାହି ମିଳିବନି । ୯ରେ ଉପକୂଳ ଓଡ଼ିଶାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବ । ୧୦ରେ ବି ଉପକୂଳ ଓ ଦକ୍ଷିଣ ଓଡ଼ିଶାରେ ବର୍ଷିବ । ପାଣିପାଗ ବିଶେଷଜ୍ଞ ଏଭଳି ସତର୍କ କରାଇଛନ୍ତି ।
ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ପୂର୍ବାନୁମାନ କହୁଛି, ୯ ତାରିଖରେ ପୁରୀ, ଖୋର୍ଦ୍ଧା, ଜଗତସିଂହପୁର,ଗଞ୍ଜାମ ଓ ଗଜପତି ଜିଲ୍ଲାର କିଛି ସ୍ଥାନରେ ପ୍ରବଳ ବର୍ଷିପାରେ । ଏହି ୫ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।
୧୦ରେ ଗଞ୍ଜାମ, ଗଜପତି, କଟକ, ପୁରୀ, ଖୋର୍ଦ୍ଧା, ଜଗତସିଂହପୁର ଓ କେନ୍ଦ୍ରାପଡ଼ା ଜିଲ୍ଲାର କିଛି ସ୍ଥାନରେ ପ୍ରବଳ ବର୍ଷା ନେଇ ସତର୍କ କରାଇଛି । ଶନିବାର ଦକ୍ଷିଣ ଉପକୂଳ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ଠାଏ ଠାଏ ବର୍ଷା ହୋଇପାରେ । ଦକ୍ଷିଣ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଲଘୁଚାପ ରୂପ ନେଇପାରେ । ଏହାର ପ୍ରଭାବରେ ରାଜ୍ୟରେ ବର୍ଷା ବଢ଼ିବ ବୋଲି ପାଣିପାଗ ବିଶେଷଜ୍ଞ କହିଛନ୍ତି
। ଅକ୍ଟୋବର ୧ରୁ ୭ ତାରିଖ ଭିତରେ ରାଜ୍ୟରେ ପ୍ରାୟ ୭୦ ମିଲିମିଟର ବର୍ଷା ହୋଇଛି । ଏହି ସମୟ ଭିତରେ ସ୍ୱାଭାବିକ ଭାବେ ୪୦ମିମି ବର୍ଷା ହେବା କଥା । କିନ୍ତୁ ଘୂର୍ଣ୍ଣିବଳୟ ପ୍ରଭାବରୁ ସ୍ୱାଭାବିକଠାରୁ ଅଧିକ ବର୍ଷିଛି । ଏହି ସମୟ ଭିତରେ ଭଦ୍ରକରେ ସର୍ବାଧିକ ୨୦୯% ଅଧିକ ବର୍ଷା ହୋଇଛି । ପୁରୀରେ ୨୦୭%, କଟକରେ ୧୯୪%, ଗଞ୍ଜାମରେ ୧୬୭%, ବାଲେଶ୍ୱରରେ ୧୬୪%, ଦେବଗଡ଼ରେ ୧୪୯%, କେନ୍ଦ୍ରାପଡ଼ାରେ ୧୫୩%, ଜଗତସିଂହପୁରରେ ୧୩୬%, ମୟୂରଭଞ୍ଜରେ ୧୩୦%, ସମ୍ବଲପୁରରେ ୧୦୪% ଅଧିକ ବର୍ଷା ହୋଇଛି । ନୂଆପଡ଼ାରେ ଅକ୍ଟୋବର ପ୍ରଥମ ସପ୍ତାହରେ ସ୍ୱାଭାବିକଠାରୁ ସବୁଠୁ କମ୍ ବର୍ଷା ହୋଇଛି । ଏଠାରେ ୬୦% କମ୍ ବର୍ଷା ହୋଇଛି । ନବରଙ୍ଗପୁରରେ ୫୫%, ମାଲକାନଗିରିରେ ୪୧% ଓ କଳାହାଣ୍ଡିରେ ୩୩% କମ୍ ବର୍ଷିଛି । କୋରାପୁଟ ଓ ବଲାଙ୍ଗୀରରେ ସ୍ୱାଭାବିକ ବର୍ଷା ହୋଇଛି । ତେବେ ଶୁକ୍ରବାର ଟିଟିଲାଗଡ଼ରେ ୩୧ ମିମି, ଢେଙ୍କାନାଳରେ ୧୨, ଦାରିଙ୍ଗିବାଡ଼ିରେ ୧୨, ହୀରାକୁଦ ଓ ତାଳଚେରରେ ୧୨ ମିମି ବର୍ଷା ହୋଇଛି ।

About Author

indadmin

indadmin

Related Articles

Archives

Calendar

May 2024
M T W T F S S
 12345
6789101112
13141516171819
20212223242526
2728293031