Indus Valley Times

ପୁଣି ମାତିଲେ ମାଓବାଦୀ : ଉଡାଇଦେଲେ ଟ୍ରେନ୍ ଲାଇନ୍, ଯାତାୟତ ବାଧାପ୍ରାପ୍ତ

 Breaking News

ପୁଣି ମାତିଲେ ମାଓବାଦୀ : ଉଡାଇଦେଲେ ଟ୍ରେନ୍ ଲାଇନ୍, ଯାତାୟତ ବାଧାପ୍ରାପ୍ତ

November 20
11:25 2021

ରାଉରକେଲା, ୨୦/୧୧ : ପୁଣି ମାତିଲେ ମାଓବାଦୀ । ଦକ୍ଷିଣପୂର୍ବ ରେଳପଥର ଚକ୍ରଧରପୁର ନିକଟ ଲୋଟା ପାହାଡ଼ ଏବଂ ସୋନୁଆ ମଧ୍ୟରେ ନକ୍ସଲମାନେ ରେଳଧାରଣାରେ ମାଇନ୍ସ ଲଗାଇ ଉଡ଼ାଇ ଦେଇଛନ୍ତି । ଫଳରେ ହାୱଡା – ମୁମ୍ବାଇ ମାର୍ଗରେ ଟ୍ରେନ ଚଳାଚଳ ବାଧାପ୍ରାପ୍ତ ହୋଇଛି। ରେଳବାଇ ପକ୍ଷରୁ ଟ୍ରାକ୍ ମରାମତି କାମ ଯୁଦ୍ଧକାଳୀନ ଭିତ୍ତରେ ଚାଲିଛି।
ଗତକାଲି ବିଳମ୍ବିତ ରାତିରେ ହୋଇଥିବା ବିସ୍ପୋରଣରେ ରେଳ ଧାରଣା କ୍ଷତିଗ୍ରସ୍ତ ହୋଇଥିବାରୁ ବହୁ ଟ୍ରେନ ହୱଡା-ମୁମ୍ବାଇ ମାର୍ଗରେ ବିଳମ୍ବରେ ଚାଲିଛି। ରାଉରକେଲା ଷ୍ଟେସନରେ ମଧ୍ୟ କିଛି ଟ୍ରେନ ଅଟକି ରହିଛି। ଟ୍ରେନ ଚଳାଚଳ ସ୍ବାଭାବିକ କରିବାକୁ ରେଳ ବିଭାଗ ପକ୍ଷରୁ ଉଦ୍ୟମ କରାଯାଉଛି।
ଟପ ମାଓବାଦୀ ନେତା କିଶନ ଦା ଏବଂ ତାଙ୍କ ପତ୍ନୀ ଶିଲା ମାରାଣ୍ଡିଙ୍କ ଗିରଫ ପ୍ରତିବାଦରେ ଏହି ବିସ୍ପୋରଣ କରାଯାଇଥିବା କୁହାଯାଉଛି। ଆରପିଏଫ, ରେଳବାଇର ବରିଷ୍ଠ ଅଧିକାରୀ ପହଞ୍ଚି ତଦନ୍ତ ଜାରି ରଖିଛନ୍ତି କ୍ଷ

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031