Indus Valley Times

ପୁଣି ରକ୍ତ ରଞ୍ଜିତ ହେଲା ରାଜଧାନୀ, ସାଙ୍ଗକୁ ଛୁରା ମାଡ କଲା ସାଙ୍ଗ

 Breaking News

ପୁଣି ରକ୍ତ ରଞ୍ଜିତ ହେଲା ରାଜଧାନୀ, ସାଙ୍ଗକୁ ଛୁରା ମାଡ କଲା ସାଙ୍ଗ

September 03
10:38 2022

ଭୁବନେଶ୍ୱର୩/୯: ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ବ୍ୟକ୍ତିଙ୍କୁ ଛୁରାମାଡ଼ ହୋଇଛି। ଏଭଳି ଘଟଣା ଘଟିଛି ଭୁବନେଶ୍ୱର ସ୍ଥିତ ଲକ୍ଷ୍ମୀସାଗର କଦଳୀଗୋଦାମ ଅଞ୍ଚଳରେ। ଆହତ ବ୍ୟକ୍ତି ଜଣଙ୍କ ହେଲେ ଶେଖ ଅବଦୁଲ। ତାଙ୍କୁ ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।
ଗତକାଲି ରାତିରେ କୌଣସି କଥାକୁ ନେଇ ଅବଦୁଲ ସହ ଆଦିତ୍ୟଙ୍କ ପରିବାର ଲୋକଙ୍କ ମଧ୍ୟରେ ଝଗଡ଼ା ହୋଇଥିଲା। ଏହି ସମୟରେ ଆଦିତ୍ୟ ଏକ ଛୁରି ଆଣି ଅବଦୁଲକୁ ଭୁସି ଦେଇଥିଲେ। ଖବର ପାଇ ଲକ୍ଷ୍ମୀସାଗର ଥାନା ପୁଲିସ ପହଞ୍ଚି ଆଦିତ୍ୟଙ୍କୁ ଅଟକ ରଖି ପଚରାଉଚରା କରୁଛି।
ପାର୍ବଣ ଋତୁ ଚାଲିଥିବାରୁ କମିଶନରେଟ୍ ପୁଲିସ ରାଜଧାନୀରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରିଛି। ରାତିରେ ବିଭିନ୍ନ ଛକରେ ପୁଲିସ ପଇନ୍ତରା ମାରୁଛନ୍ତି। ଏହା ସତ୍ତ୍ୱେ ବି ଅପରାଧୀମାନେ ଅପରାଧ କରିବାକୁ ପଛାଉ ନାହାନ୍ତି। କେଉଁଠି ଛୁରାମାଡ଼ କରୁଛନ୍ତି ତ ଆଉ କେଉଁଠି ହତ୍ୟାକାଣ୍ଡ ଘଟାଇ ପୁଲିସକୁ ଖୋଲା ଚ୍ୟାଲେଞ୍ଜ ଦେଉଛନ୍ତି।

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031