Indus Valley Times

ପୂର୍ବତନ ବିଧାୟକ ତଥା ବିଶିଷ୍ଟ ଆଦିବାସୀ ନେତା ଜର୍ଜ୍ ତିର୍କୀଙ୍କ ପରଲୋକ

 Breaking News

ପୂର୍ବତନ ବିଧାୟକ ତଥା ବିଶିଷ୍ଟ ଆଦିବାସୀ ନେତା ଜର୍ଜ୍ ତିର୍କୀଙ୍କ ପରଲୋକ

ପୂର୍ବତନ ବିଧାୟକ ତଥା ବିଶିଷ୍ଟ ଆଦିବାସୀ ନେତା ଜର୍ଜ୍ ତିର୍କୀଙ୍କ ପରଲୋକ
September 20
10:49 2025

ସୁନ୍ଦରଗଡ,୨୦/୯ : ଜଣାଶୁଣା ଆଦିବାସୀ ଓ ଶ୍ରମିକ ନେତା ତଥା ପୂର୍ବତନ ବିଧାୟକ ଜର୍ଜ ତିର୍କୀଙ୍କ ଶୁକ୍ରବାର ମଧ୍ୟରାତ୍ରିରେ ଭୁବନେଶ୍ୱର ସ୍ଥିତ ଏକ ହସ୍ପିଟାଲରେରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୬୭ବର୍ଷ ବୟସ ହୋଇଥିଲା।
ସେ ସୁନ୍ଦରଗଡ ଜିଲା ବୀରମିତ୍ରପୁର ବିଧାନସଭା ନିର୍ବାଚନମଣ୍ଡଳୀରୁ ୧୯୯୫,୨୦୦୦,୨୦୦୯ଓ୨୦୧୪ରେ ଓଡ଼ିଶା ବିଧାନସଭାକୁ ୪ ଥର ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ। ସୁନ୍ଦରଗଡ ଜିଲାର ଆଦିବାସୀ ମାନଙ୍କ ଜଳ,ଜମି ,ଜଙ୍ଗଲ ଅଧିକାର ପାଇଁ ସେ ଲଢ଼େଇ କରି ଆସୁଥିଲେ। ସେ କିଛି ମାସ ଧରି ଅସୁସ୍ଥ ହୋଇ ଚିକିତ୍ସିତ ହେଉଥିଲେ।
ଶୁକ୍ରବାର ତାଙ୍କର ସ୍ବାସ୍ଥ୍ୟାବସ୍ଥା ଗୁରୁତର ହୋଇପଡିଥିବାରୁ ତାଙ୍କୁ ପ୍ରଥମେ ରାଉରକେଲା ଓ ପରେ ସେଠାରୁ ଭୁବନେଶ୍ୱର ସ୍ଥାନାନ୍ତର କରାଯାଇଥିଲା। ତାଙ୍କର ଶେଷକୃତ୍ୟ ବୀରମିତ୍ରପୁର ଝୁନୁମୁରସ୍ଥିତ ତାଙ୍କ ପୈତୃକ ଗ୍ରାମରେ ସମ୍ପନ୍ନ ହେବ। ତାଙ୍କ ପରଲୋକରେ ସୁନ୍ଦରଗଡ ଜିଲା ତଥା ବିଭିନ୍ନ ମହଲରେ ଗଭୀର ଶୋକ ପ୍ରକାଶ ପାଇଛି।

About Author

indadmin

indadmin

Related Articles

Archives

Calendar

March 2026
M T W T F S S
 1
2345678
9101112131415
16171819202122
23242526272829
3031