Indus Valley Times

ପୂର୍ବତନ ମନ୍ତ୍ରୀ ସୁଶାନ୍ତ ସିଂହକୁ ଭେଟି ସ୍ବାସ୍ଥ୍ୟାବସ୍ଥା ପଚାରିଲେ ନବୀନ

 Breaking News

ପୂର୍ବତନ ମନ୍ତ୍ରୀ ସୁଶାନ୍ତ ସିଂହକୁ ଭେଟି ସ୍ବାସ୍ଥ୍ୟାବସ୍ଥା ପଚାରିଲେ ନବୀନ

ପୂର୍ବତନ ମନ୍ତ୍ରୀ ସୁଶାନ୍ତ ସିଂହକୁ ଭେଟି ସ୍ବାସ୍ଥ୍ୟାବସ୍ଥା ପଚାରିଲେ ନବୀନ
February 04
20:00 2025

ଭୁବନେଶ୍ୱର,୪/୩ : ପୂର୍ବତନ ମନ୍ତ୍ରୀ ତଥା ବରଗଡ଼ ଜିଲା ଭଟଲି ବିଧାନସଭା ନିର୍ବାଚନ ମଣ୍ଡଳୀର ପୂର୍ବତନ ବିଧାୟକ ସୁଶାନ୍ତ ସିଂ ଗୁରୁତର ହୋଇପଡ଼ିଛନ୍ତି।
ତାଙ୍କୁ ଅଧିକ ଚିକିତ୍ସା ପାଇଁ ଭୁବନେଶ୍ୱରସ୍ଥିତ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ତେବେ ସୁଶାନ୍ତଙ୍କ ଭେଟିବା ପାଇଁ ନବୀନ ମଙ୍ଗଳବାର ହସ୍ପିଟାଲରେ ପହଞ୍ଚିଛନ୍ତି। ହସ୍ପିଟାଲରେ ପହଞ୍ଚି ସେ ସୁଶାନ୍ତଙ୍କୁ ଭେଟିଛନ୍ତି।
ସୁଶାନ୍ତ ଦୀର୍ଘଦିନ ହେଲା ଅସୁସ୍ଥତା ଅନୁଭବ କରୁଥିଲେ। ଗତ କିଛିଦିନ ହେଲା ସେ ରାୟପୁରର ଏକ ଡାକ୍ତରଖାନାରେ ଚିକିତ୍ସିତ ହେବା ପରେ ସୋହେଲାସ୍ଥିତ ବାସଭବନକୁ ଫେରିଥିଲେ। ମାତ୍ର ପୁଣି ସେ ଅସୁସ୍ଥତା ଅନୁଭବ କରିବାରୁ ଦୁଇଦିନ ତଳେ ବରଗଡ଼ର ଏକ ଘରୋଇ ନର୍ସିଂହୋମରେ ତାଙ୍କୁ ଭର୍ତ୍ତି କରାଯାଇଥିଲା।
ସ୍ବାସ୍ଥ୍ୟାବସ୍ଥାରେ ସୁଧାର ନ ଆସିବାରୁ ତାଙ୍କୁ ଭୁବନେଶ୍ୱରସ୍ଥିତ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।
ସୋମବାର ଏହା ଜାଣି ବିରୋଧୀ ଦଳ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୁଶାନ୍ତଙ୍କୁ ଚିକିତ୍ସା କରୁଥିବା ଡାକ୍ତରଙ୍କ ସହିତ କଥା ହୋଇଥିଲେ। ଏହାସହ ସୁଶାନ୍ତଙ୍କ ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝି ଆଶୁ ଆରୋଗ୍ୟ କାମନା କରିଛନ୍ତି।

About Author

indadmin

indadmin

Related Articles

Archives

Calendar

July 2026
M T W T F S S
 12345
6789101112
13141516171819
20212223242526
2728293031