Indus Valley Times

ପେଟ୍ରୋଲ ଲିଟର ପିଛା ୯ ଟଙ୍କା ୫୦ ପଇସା, ଡିଜେଲ ୭ ଟଙ୍କା କମିଲା, ଘୋଷଣା କଲେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ

 Breaking News

ପେଟ୍ରୋଲ ଲିଟର ପିଛା ୯ ଟଙ୍କା ୫୦ ପଇସା, ଡିଜେଲ ୭ ଟଙ୍କା କମିଲା, ଘୋଷଣା କଲେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ

ପେଟ୍ରୋଲ ଲିଟର ପିଛା ୯ ଟଙ୍କା ୫୦ ପଇସା, ଡିଜେଲ ୭ ଟଙ୍କା କମିଲା, ଘୋଷଣା କଲେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ
May 21
19:09 2022

ନୂଆଦିଲ୍ଲୀ, ୨୧/୫: ବର୍ଦ୍ଧିତ ଦର ଦାମକୁ ନେଇ ଚାରିଆଡ଼ୁ ସମାଲୋଚିତ ହେବା ପରେ ତୈଳ ଦାମ ହ୍ରାସ କରିବାକୁ ନିଷ୍ପତ୍ତି ନେଇଛନ୍ତି କେନ୍ଦ୍ର ସରକାର।
ପେଟ୍ରୋଲ ଲିଟର ପିଛା ୯.୫୦ ଟଙ୍କା ଓ ଡିଜେଲ ଲିଟର ପିଛା ୭ ଟଙ୍କା ହ୍ରାସ ହେବ। ଏନେଇ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଟ୍ୱିଟ କରି ସୂଚନା ଦେଇଛନ୍ତି। କେନ୍ଦ୍ର ସରକାର ଉତ୍ପାଦନ ଶୁଳ୍କ କମାଇବାକୁ ନିଷ୍ପତ୍ତି ନେଇଥିବାରୁ ତୈଳ ଦର ହ୍ରାସ ପାଇବ।
ପେଟ୍ରୋଲ ଉପରୁ ଉତ୍ପାଦନ ଶୁଳ୍କ ଲିଟର ପିଛା ୮ ଟଙ୍କା ଓ ଡିଜେଲ ଉପରୁ ଲିଟର ପିଛା ୬ ଟଙ୍କା କମାଇବାକୁ ନିଷ୍ପତ୍ତି ହୋଇଛି। ଏଥିଯୋଗୁ ପେଟ୍ରୋଲ ଓ ଡିଜେଲ ଦାମ ହ୍ରାସ ପାଇବ।
ପେଟ୍ରୋଲ ଲିଟର ପିଛା ୯.୫୦ ଟଙ୍କା ହ୍ରାସ ପାଇବାକୁ ଯାଉଥିଲେ ମଧ୍ୟ ଏବେ ବି ବିଭିନ୍ନ ସହରରେ ଏହାର ୧୦୦ ଉପରେ ରହିବ। କାରଣ ଏବେ ଅଧିକାଂଶ ସ୍ଥାନରେ ପେଟ୍ରୋଲ ଲିଟର ପିଛା ୧୧୨ ଟଙ୍କା ଉପରେ ରହିଛି।

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031