Indus Valley Times

ପୌର ନିର୍ବାଚନ ପ୍ରଚାରରେ ରହିବ ନାହିଁ କୌଣସି କୋଭିଡ୍ କଟକଣା : ରାଜ୍ୟ ନିର୍ବାଚନ କମିସନର

 Breaking News

ପୌର ନିର୍ବାଚନ ପ୍ରଚାରରେ ରହିବ ନାହିଁ କୌଣସି କୋଭିଡ୍ କଟକଣା : ରାଜ୍ୟ ନିର୍ବାଚନ କମିସନର

ପୌର ନିର୍ବାଚନ ପ୍ରଚାରରେ ରହିବ ନାହିଁ କୌଣସି କୋଭିଡ୍ କଟକଣା : ରାଜ୍ୟ ନିର୍ବାଚନ କମିସନର
March 07
15:19 2022

ଭୁବନେଶ୍ୱର, ୭/୩ : ପୌର ନିର୍ବାଚନ ପ୍ରଚାରରେ ରହିବ ନାହିଁ କୌଣସି କୋଭିଡ୍ କଟକଣା। ପ୍ରାର୍ଥୀମାନେ ପୂର୍ବରୁ ଯେମିତି ପ୍ରଚାର କରୁଥିଲେ ସେଭଳି ପ୍ରଚାର କରିପାରିବେ। ରାଜ୍ୟରେ କୋଭିଡ୍ ସଂକ୍ରମଣ କମୁଥିବାରୁ ରାଜ୍ୟ ନିର୍ବାଚନ କମିଶନ ଏହି ନିଷ୍ପତ୍ତି ନେଇଛନ୍ତି। ତେବେ ଯଦି ଆଗକୁ ସଂକ୍ରମଣ ବୃଦ୍ଧି ପାଏ ତାହା ହେଲେ କଟକଣା ନେଇ ନିଷ୍ପତ୍ତି ନିଆଯିବ ବୋଲି ରାଜ୍ୟ ନିର୍ବାଚନ କମିଶନର ଆଦିତ୍ୟ ପ୍ରସାଦ ପାଢୀ ସୂଚନା ଦେଇଛନ୍ତି।
-ଇଊଠଋଜଞଓଝଋଗଋଘଞ-
ଏଥର ମୋଟ ୧୮ଶହ ୯୯ଟି ଓ୍ୱାର୍ଡରେ ପୌର ନିର୍ବାଚଚନ ହେଉଛି। ମ୍ୟୁନିସିପାଲିଟି ଓ ବିଜ୍ଞାପିତ ଅଞ୍ଚଳ ପରିଷଦର ୧୭୩୧ ଓ ୩ ମହାନଗରର ୧୬୧ଟି ଓ୍ୱାର୍ଡରେ ଭୋଟ ଗ୍ରହଣ ହେବ। ଏଥିପାଇଁ ୪ ହଜାର ୪୭୫ଟି ବୁଥ କରାଯିବ। ୪୨ ଲକ୍ଷ ଭୋଟର ଚଳିତ ପୌର ନିର୍ବାଚନରେ ଭୋଟ ଦେବେ।
ସୋମବାର ପୌର ନିର୍ବାଚନ ପାଇଁ ନାମାଙ୍କନ ଦାଖଲର ଶେଷ ଦିନ ହୋଇଥିବା ବେଳେ ଆସନ୍ତା ୯ ତାରିଖରେ ନାମାଙ୍କନ ପତ୍ର ଯାଞ୍ଚ କରାଯିବ। ଆସନ୍ତା ୧୪ ତାରିଖ ଦିନ ୩ଟା ସୁଦ୍ଧା ପ୍ରାର୍ଥିପତ୍ର ପ୍ରତ୍ୟାହାର କରିହେବ। ନିର୍ବାଚନ ଇଭିଏମ୍ରେ ହେଉଥିବାରୁ ୩ଟି ଷ୍ଟ୍ରଙ୍ଗରୁମ ବ୍ୟବସ୍ଥା ହୋଇଛି।
ଗୋଟିଏ ଷ୍ଟ୍ରଙ୍ଗ ରୁମରେ କାଉନ୍ସିଲର କିମ୍ବା କର୍ପୋରେଟରଙ୍କ ପାଇଁ ଭୋଟଗ୍ରହଣ ହୋଇଥିବା ଇଭିଏମ୍ ରଖାଯିବ। ଅନ୍ୟ ଷ୍ଟ୍ରଙ୍ଗ ରୁମ୍ରେ ମେୟର ଓ ଚେୟାରମ୍ୟାନଙ୍କ ପାଇଁ ଭୋଟଗ୍ରହଣ ହୋଇଥିବା ଇଭିଏମ୍ ରଖାଯିବ। ତୃତୀୟ ଷ୍ଟ୍ରଙ୍ଗରୁମରେ ରିଜର୍ଭ ଋଠଗକୁ ରଖାଯିବ ବୋଲି ସୂଚନା ଦେଇଛନ୍ତି ନିର୍ବାଚନ କମିଶନର।
ପଞ୍ଚାୟତ ନିର୍ବାଚନରେ ଜଣେ ପ୍ରିଜାଇଡିଂ ଅଫିସରଙ୍କ ସହ ୩ ଜଣ ପୋଲିଂ ଅଧିକାରୀ ଥିବା ବେଳେ ଏଥର ପୌର ନିର୍ବାଚନରେ ଜଣେ ପ୍ରିଜାଇଡିଂ ଅଫିସରଙ୍କ ସହ ୪ ଜଣ ପୋଲିଂ ଅଧିକାରୀଙ୍କୁ ନିୟୋଜିତ କରାଯିବ ବୋଲି ସୂଚନା ମିଳିଛି।

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031