Indus Valley Times

ପ୍ରକାଶ ପାଇଲା ଯୁକ୍ତ ୨ ବାଣିଜ୍ୟ ପରୀକ୍ଷା ଫଳ, ପାସ୍ ହାର ୭୪.୯୫%

 Breaking News

ପ୍ରକାଶ ପାଇଲା ଯୁକ୍ତ ୨ ବାଣିଜ୍ୟ ପରୀକ୍ଷା ଫଳ, ପାସ୍ ହାର ୭୪.୯୫%

August 19
13:21 2020

ଭୁବନେଶ୍ବର ୧୯।୮: ପ୍ରକାଶ ପାଇଲା ଯୁକ୍ତ ୨ ବାଣିଜ୍ୟ ପରୀକ୍ଷା ଫଳ । ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ବାରା ପରିଚାଳିତ ଯୁକ୍ତ ଦୁଇ ବାଣିଜ୍ୟ ପରୀକ୍ଷା ଫଳ ପ୍ରକାଶ ପାଇଛି । ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ କାର‌୍ୟ୍ୟାଳୟରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶଙ୍କ ପରୀକ୍ଷାଫଳ ଘୋଷଣା କରିଛନ୍ତି । ଛାତ୍ରଛାତ୍ରୀମାନେ orissaresults.nic.in, www.chseodisha.nic.in, examresults.net ୱେବସାଇଟ୍ରେ ଫଳ ଦେଖିପାରିବେ ।
ବାଣିଜ୍ୟରେ ପାସ୍ ହାର ୭୪.୯୫ ପ୍ରତିଶତ ରହିଛି । ଚଳିତ ବର୍ଷ ମୋଟ୍ ୨୫ ହଜାର ୭୭୨ ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିଲେ । ସେଥିମଧ୍ୟରୁ ୧୯ ହଜାର ୩୧୮ ଜଣ ଛାତ୍ରଛାତ୍ରୀ ପାସ୍ କରିଛନ୍ତି । ପ୍ରଥମ ଶ୍ରେଣୀରେ ୬୬୧୦ ଜଣ ଛାତ୍ରଛାତ୍ରୀ ପାସ୍ କରିଥିବା ବେଳେ ଦ୍ହିତୀୟ ଶ୍ରେଣୀରେ ୪୨୫୯ ଛାତ୍ରଛାତ୍ରୀ ପାସ୍ କରିଛନ୍ତି । ସେହିପରି ତୃତୀୟ ଶ୍ରେଣୀରେ ୮୩୬୧ ଛାତ୍ରଛାତ୍ରୀ ପାସ୍ କରିଛନ୍ତି । ୪୦ ଜଣ ଛାତ୍ରଛାତ୍ରୀ ୯୦ ପ୍ରତିଶତରୁ ଅଧିକ ନମ୍ବର ରଖିଛନ୍ତି ।
୨୯ଟି ଯୁକ୍ତ ଦୁଇ କଲେଜରେ ୧୦୦ ପ୍ରତିଶତ ରେଜଲ୍ଟ ହୋଇଥିବା ବେଳେ ୨ଟି କଲେଜରେ ଶୂନ ପ୍ରତିଶତ ରେଜଲ୍ଟ ହୋଇଛି । ନୟାଗଡ ଜିଲ୍ଲାରେ ସର୍ବାଧିକ ପାସ୍ ହାର ରହିଥିବା ବେଳେ ଦେବଗଡ ଜିଲ୍ଲାରେ ସର୍ବନିମ୍ନ ପାସ୍ ହାର ରହିଛି ।
ଗତ ୧୨ ତାରିଖରେ ଯୁକ୍ତ ୨ ବିଜ୍ଞାନ ପରୀକ୍ଷା ଫଳ ପ୍ରକାଶ ପାଇଥିବା ବେଳେ ଅଗଷ୍ଟ ୩୧ ସୁଦ୍ଧା ଯୁକ୍ତ ଦୁଇ କଳା ଓ ଧନ୍ଦାମୂଳକ ଶିକ୍ଷା ପରୀକ୍ଷା ଫଳ ପ୍ରକାଶ ପାଇବ ।

-Sambad

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031