Indus Valley Times

ପ୍ରବଳ ବର୍ଷା ସମ୍ଭାବନା, କିଛି ଜିଲ୍ଲା ପାଇଁ ସତର୍କ ସୂଚନା ଜାରି କଲା ପାଣିପାଗ ବିଭାଗ

 Breaking News

ପ୍ରବଳ ବର୍ଷା ସମ୍ଭାବନା, କିଛି ଜିଲ୍ଲା ପାଇଁ ସତର୍କ ସୂଚନା ଜାରି କଲା ପାଣିପାଗ ବିଭାଗ

ପ୍ରବଳ ବର୍ଷା ସମ୍ଭାବନା, କିଛି ଜିଲ୍ଲା ପାଇଁ ସତର୍କ ସୂଚନା ଜାରି କଲା ପାଣିପାଗ ବିଭାଗ
August 13
12:12 2020

ଭୁବନେଶ୍ୱର ୧୩।୦୮: ଆଜିଠୁ ରାଜ୍ୟରେ ବଢ଼ିପାରେ ବର୍ଷା। କେତେକ ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ । ୨-୩ ଦିନ ବର୍ଷା ପ୍ରକୋପ ଅଧିକ ରହିବ । ଉପକୂଳଠାରୁ ଆଭ୍ୟନ୍ତରୀଣ ଓଡ଼ିଶାରେ ଅଧିକ ବର୍ଷା ହୋଇପାରେ । ଏଭଳି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।
ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନରେ କୁହାଯାଇଛି, ଗୁରୁବାର ସୁଦ୍ଧା ଉତ୍ତର ପୂର୍ବ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହେବା ସମ୍ଭାବନା ରହିଛି । ଏହାର ପ୍ରଭାବରେ ରାଜ୍ୟରେ ବର୍ଷାର ବଢ଼ିବ । ଆଜି ରାଜ୍ୟର ଅନେକ ଜାଗାରେ ବର୍ଷା ସମ୍ଭାବନା ଅଛି । କୋରାପୁଟ, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ, ଅନୁଗୁଳ ଓ ସମ୍ବଲପୁର ଜିଲ୍ଲାର ସ୍ଥାନେ ସ୍ଥାନେ ପ୍ରବଳ ବର୍ଷା ହୋଇପାରେ । ୧୪ ତାରିଖରେ ପୁରୀ, କନ୍ଧମାଳ, ଜଗତସିଂହପୁର, ଢେଙ୍କାନାଳ, ଅନୁଗୁଳ, ଯାଜପୁର, କେନ୍ଦ୍ରାପଡ଼ା, ବାଲେଶ୍ୱର, ଭଦ୍ରକ, ଦେବଗଡ଼ର ସ୍ଥାନେ ସ୍ଥାନେ ଅଧିକ ବର୍ଷିପାରେ ।
ସେହିପରି ୧୫ରେ ବର୍ଷା ପରିମାଣ ଆହୁରି ବଢ଼ିପାରେ । ସମ୍ବଲପୁର, ସୋନପୁର, ଦେବଗଡ଼, ସୁନ୍ଦରଗଡ଼, କେନ୍ଦୁଝର, ବଲାଙ୍ଗିରରେ ପ୍ରବଳରୁ ପ୍ରବଳତର ବର୍ଷା ସ୍ଥାନେ ସ୍ଥାନେ ହୋଇପାରେ । ଆଉ କେତେକ ଜିଲ୍ଲାରେ ଗୋଟିଏ ଦୁଇଟି ଜାଗାରେ ପ୍ରବଳ ବର୍ଷା ସମ୍ଭାବନା ଅଛି । ଲଘୁଚାପ ଯୋଗୁ ଆସନ୍ତା ୧୪ ଓ ୧୫ ତାରିଖରେ ଓଡ଼ିଶା ଉପକୂଳରେ ମତ୍ସ୍ୟଜୀବୀମାନେ ସମୁଦ୍ର ଭିତରକୁ ନ ଯିବା ପାଇଁ ପରାମର୍ଶ ଦେଇଛି ପାଣିପାଗ ବିଭାଗ ।

-News7

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031