Indus Valley Times

ପ୍ରଭୁ ଲିଙ୍ଗରାଜଙ୍କୁ ଦର୍ଶନ କଲେ ରାଷ୍ଟ୍ରପତି, ଖାଲିପାଦରେ ଚାଲି ଚାଲି ଗଲେ ଓଡ଼ିଆ ଝିଅ

 Breaking News

ପ୍ରଭୁ ଲିଙ୍ଗରାଜଙ୍କୁ ଦର୍ଶନ କଲେ ରାଷ୍ଟ୍ରପତି, ଖାଲିପାଦରେ ଚାଲି ଚାଲି ଗଲେ ଓଡ଼ିଆ ଝିଅ

ପ୍ରଭୁ ଲିଙ୍ଗରାଜଙ୍କୁ ଦର୍ଶନ କଲେ ରାଷ୍ଟ୍ରପତି, ଖାଲିପାଦରେ ଚାଲି ଚାଲି ଗଲେ ଓଡ଼ିଆ ଝିଅ
February 11
11:38 2023

ଭୁବନେଶ୍ବର,୧୧/୨: ପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ମନ୍ଦିରରେ ପୂଜାର୍ଚ୍ଚନା ସାରି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ବାହାରିଛନ୍ତି। ସେ ସକାଳ ୯ଟା ୮ ମିନିଟ ସମୟରେ ରାଜଭବନରୁ ବାହାରି ପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ମନ୍ଦିରରେ ପହଞ୍ଚିଥିଲେ। ଖାଲି ପାଦରେ ବିନ୍ଦୁସାଗର ନିକଟରୁ ଚାଲିଚାଲି ଯାଇଥିଲେ ରାଷ୍ଟ୍ରପତି। ବିନ୍ଦୁସାଗର ଦେଇ ସେ ଲିଙ୍ଗରାଜ ମନ୍ଦିରରେ ପହଞ୍ଚିଥିଲେ। ମନ୍ଦିର ପରିସରରେ ଥିବା ସିଦ୍ଧି ବିନାୟକ ମନ୍ଦିରରେ ପ୍ରଥମେ ପୂଜାର୍ଚ୍ଚନା କରିଥିଲେ।
ତାପରେ ମହାପ୍ରଭୁ ଲିଙ୍ଗରାଜଙ୍କ ଗର୍ଭଗୃହରେ ଜଳାଭିଷେକ କରିଥିଲେ। ତାପରେ ସେ ମା ପାର୍ବତୀଙ୍କୁ ଦର୍ଶନ କରିଥିଲେ। ଏହାପରେ ମନ୍ଦିବେଢ଼ା ପରିକ୍ରମା କରିଥିଲେ। ଶେଷରେ ନନ୍ଦୀଭୃଙ୍ଗୀଙ୍କ ଦର୍ଶନ କରି ସେଠାରୁ ବାହାରିଥିଲେ। ମନ୍ଦିର ସମ୍ମୁଖରେ ତାଙ୍କୁ ସ୍ବାଗତ କରିବା ଲାଗି ଆଦିବାସୀ ନୃତ୍ୟ ଓ ବାଦ୍ୟର ଆସର ଜମିଥିଲା। କିଛି ସମୟ ପାଇଁ ରାଷ୍ଟ୍ରପତି ସେମାନଙ୍କ ପାଖରେ ଅଟକିଥିଲେ। ଏହି ସମୟରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଝିଅ ମଧ୍ୟ ଉପସ୍ଥିତ ଥିଲେ।
ମନ୍ଦିର କାର‌୍ୟ୍ୟାଳୟ ଓ ଜିଲ୍ଲା ପ୍ରଶାସନ ପକ୍ଷରୁ ବଡୁ ନିଯୋଗ ସଂପାଦକ କମଳାକାନ୍ତ ବଡୁଙ୍କୁ ରାଷ୍ଟ୍ରପତିଙ୍କ ଜଳାଭିଷେକ ଓ ପୂଜାର୍ଚ୍ଚନରେ ସହାୟତା କରିଥିଲେ। ଏହି ସମୟରେ ସେବାୟତଙ୍କ ପକ୍ଷରୁ ମହାପ୍ରଭୁ ଲିଙ୍ଗରାଜଙ୍କ ପ୍ରିୟ କୋଠ ଭୋଗ, ମୁଆଁ ଓ କୋରାଖଇ ଭେଟି ଦେଇଥିଲେ ସେବାୟତ। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଏହି କାର‌୍ୟ୍ୟକ୍ରମ ସମୟରେ କମିସନରେଟ ପୁଲିସ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଥିଲା। ନିଜେ ଜିଲ୍ଲାପାଳ କେ ସୁଦର୍ଶନ ଚକ୍ରବର୍ତ୍ତୀ ଓ ପୁଲିସ କମିସନର ସୌମେନ୍ଦ୍ର ପ୍ରିୟଦର୍ଶୀ ପ୍ରମୁଖ ବି ଉପସ୍ଥିତ ରହି ସୁରକ୍ଷା ଓ ଆନୁସାଙ୍ଗିକ ବ୍ୟବସ୍ଥାର ତଦାରଖ କରିଥିଲେ।
ମନ୍ଦିରରୁ ବାହାରି ରାଷ୍ଟ୍ରପତି ବିମାନବନ୍ଦର ଅଭିମୁଖେ ଯାତ୍ରା କରିଛନ୍ତି। ସେଠାରୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ହେଲିକେପ୍ଟର ଯୋଗେ କଟକ ବିଦ୍ୟାଧରପୁର ଜାତୀୟ ଧାନ ଗବେଷଣା କେନ୍ଦ୍ର ଗସ୍ତ କରି ଧାନ ଗବେଷଣା କେନ୍ଦ୍ରରେ ଇଣ୍ଡିଆନ ରାଇସ୍ କଂଗ୍ରେସର ଉଦଘାଟନ କରିବେ।

About Author

indadmin

indadmin

Related Articles

Archives

Calendar

May 2024
M T W T F S S
 12345
6789101112
13141516171819
20212223242526
2728293031