Indus Valley Times

ଫେବ୍ରୁଆରୀ ୨୭ରେ ରାଜ୍ୟସଭା ନିର୍ବାଚନ; ପୂରଣ ହେବ ୫୬ ଆସନ

 Breaking News

ଫେବ୍ରୁଆରୀ ୨୭ରେ ରାଜ୍ୟସଭା ନିର୍ବାଚନ; ପୂରଣ ହେବ ୫୬ ଆସନ

ଫେବ୍ରୁଆରୀ ୨୭ରେ ରାଜ୍ୟସଭା ନିର୍ବାଚନ; ପୂରଣ ହେବ ୫୬ ଆସନ
January 29
14:45 2024

ନୂଆଦିଲ୍ଲୀ, ୨୯/୧: ଓଡ଼ିଶାର ଖାଲି ପଡୁଥିବା ୩ ଆସନ ପାଇଁ ଫେବ୍ରୁଆରି ୨୭ରେ ହେବ ରାଜ୍ୟସଭା ନିର୍ବାଚନ। ଏହି ଦିନ ଦେଶର ୫୬ଟି ଆସନ ପାଇଁ ରାଜ୍ୟସଭା ନିର୍ବାଚନ ଅନୁଷ୍ଠିତ ହେବ।
ଏନେଇ ନିର୍ବାଚନ କମିଶନ ଘୋଷଣା କରିଛନ୍ତି। କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ, ପ୍ରଶାନ୍ତ ନନ୍ଦ ଓ ଅମର ପଟ୍ଟନାୟକଙ୍କ କାର୍ଯ୍ୟକାଳ ଏପ୍ରିଲ ୩ରେ ସରିବ। ଏହାପୂର୍ବରୁ ଏହି ଆସନ ଲାଗି ନିର୍ବାଚନ ଅନୁଷ୍ଠିତ ହେବ।
ନିର୍ବାଚନ ପାଇଁ ଫେବ୍ରୁଆରି ୮ ତାରିଖରେ ବିଜ୍ଞପ୍ତି ପ୍ରକାଶ ପାଇବ। ଫେବ୍ରୁଆରି ୧୫ ହେଉଛି ନାମାଙ୍କନ ପତ୍ର ଦାଖଲର ଶେଷ ତାରିଖ।
ଏଣେ ଫେବ୍ରୁଆରି ୧୬ରେ ପ୍ରାର୍ଥୀପତ୍ର ଯାଞ୍ଚ ଓ ୨୦ ତାରିଖ ସୁଦ୍ଧା ନାମାଙ୍କନ ପ୍ରତ୍ୟାହାର କରାଯାଇପାରିବ ବୋଲି ନିର୍ବାଚନ କମିଶନଙ୍କ ପକ୍ଷରୁ ସୂଚନା ଦିଆଯାଇଛି।

About Author

indadmin

indadmin

Related Articles

Archives

Calendar

May 2024
M T W T F S S
 12345
6789101112
13141516171819
20212223242526
2728293031