Indus Valley Times

ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଲଘୁଚାପ, ପ୍ରବଳ ବର୍ଷା ନେଇ ଆଲର୍ଟ

 Breaking News

ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଲଘୁଚାପ, ପ୍ରବଳ ବର୍ଷା ନେଇ ଆଲର୍ଟ

ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଲଘୁଚାପ, ପ୍ରବଳ ବର୍ଷା ନେଇ ଆଲର୍ଟ
September 02
10:08 2025

ଭୁବନେଶ୍ୱର, ୨/୯ : ଗତ କିଛି ଦିନ ହେବ ରାଜ୍ୟରେ ଲଘୁଚାପ ଜନିତ ବର୍ଷା ଜାରି ରହିଛି । ଉତ୍ତର ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ମ୍ୟାମାର ଉପକୂଳ ଓ ସଂଲଗ୍ନବର୍ତ୍ତୀ ଉତ୍ତରପୂର୍ବ ବଙ୍ଗୋପସାଗର ଉପରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି ।
ଆସନ୍ତା ୫ ତାରିଖ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ପାଇଁ ୟେଲୋ ଆଲର୍ଟ ଜାରି ହୋଇଛି । ପ୍ରଭାବରେ ଉତ୍ତର ବଙ୍ଗୋପସାଗରରେ ଲୋ ପ୍ରେସରର ସମ୍ଭାବନା ଥିବା ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।
ମଙ୍ଗଳବାର କୋରାପୁଟ ଓ ମାଲକାନଗିରିରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ ସହିତ କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା, ଗଜପତି, ନବରଙ୍ଗପୁର ଓ ନୂଆପଡ଼ାରେ ଭାରୀ ବର୍ଷା ଆଶଙ୍କା ଅଛି ।
ଉପକୂଳ ଓଡ଼ିଶା ଓ ଆଭ୍ୟନ୍ତରୀଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେବ ସହିତ ବିଜୁଳି, ଘଡ଼ଘଡ଼ି ସମ୍ଭାବନା ପାଇଁ ୨୨ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି ହୋଇଛି । ଏହାସହିତ କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା, ଗଜପତି, ନବରଙ୍ଗପୁର ଓ ନୂଆପଡ଼ାରେ ଭାରୀ ବର୍ଷା ଆଶଙ୍କା ରହିଥିବା ବେଳେ ଉପକୂଳ ଓଡ଼ିଶା ଓ ଆଭ୍ୟନ୍ତରୀଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି ।
କ୍ଟ

About Author

indadmin

indadmin

Related Articles

Archives

Calendar

July 2026
M T W T F S S
 12345
6789101112
13141516171819
20212223242526
2728293031