Indus Valley Times

ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ : ଆଗାମୀ ୨ ଦିନ ମଧ୍ୟରେ ପଶ୍ଚିମବଙ୍ଗ ଓ ଝାଡ଼ଖଣ୍ଡ ମୁହାଁ ହେବ

 Breaking News

ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ : ଆଗାମୀ ୨ ଦିନ ମଧ୍ୟରେ ପଶ୍ଚିମବଙ୍ଗ ଓ ଝାଡ଼ଖଣ୍ଡ ମୁହାଁ ହେବ

July 26
14:52 2024

ଭୁବନେଶ୍ୱର,୨୬/୭: ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ପୁଣି ଏକ ଲଘୁଚାପ। ଉତ୍ତର ବଙ୍ଗୋପସାଗର ଓ ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଥିଲା ବେଳେ ଆଗାମୀ ୨ ଦିନ ମଧ୍ୟରେ ଲଘୁଚାପଟି ପଶ୍ଚିମବଙ୍ଗ ଓ ଝାଡ଼ଖଣ୍ଡ ମୁହାଁ ହେବ। ଏହା ପ୍ରଭାବରେ ଓଡ଼ିଶାର ଅନେକ ଜିଲାରେ ଆସନ୍ତା ୫ ଦିନ ପର‌୍ୟ୍ୟନ୍ତ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।
ଏହାକୁ ଦୃଷ୍ଟିରେ ରଖି ଆଞ୍ଚଳିକ ପାଣିପାଗ ବିଜ୍ଞାନକେନ୍ଦ୍ର ପକ୍ଷରୁ ଶୁକ୍ରବାର ପାଇଁ ୨୨ ଜିଲାକୁ ୟେଲୋ ୱାର୍ନିଂ ଜାରି କରାଯାଇଛି। ଏହି ଜିଲାଗୁଡିକ ମଧ୍ୟରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ନୂଆପଡ଼ା, ବଲାଙ୍ଗୀର, କନ୍ଧମାଳ, ସୋନପୁର, ବୌଦ୍ଧ, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ, ନୟାଗଡ଼, ଖୋର୍ଦ୍ଧା, ପୁରୀ, ଢେଙ୍କାନାଳ, ଯାଜପୁର, କଟକ, ଜଗତ୍ସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ ଏବଂ ବାଲେଶ୍ୱର ଜିଲା ରହିଛି।
ସେଥିମଧ୍ୟରୁ ୧୦ ଜିଲା ବରଗଡ଼, ସମ୍ବଲପୁର, ଅନୁଗୋଳ, ନୟାଗଡ଼, ଖୋର୍ଦ୍ଧା, ଢେଙ୍କାନାଳ, କଟକ, ଜଗତ୍ସିଂହପୁର, କେନ୍ଦ୍ରାପଡ଼ା ଏବଂ ଭଦ୍ରକ ଜିଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ନେଇ ସତର୍କ ସୂଚନା ଜାରି କରାଯାଇଛି।
ଏସବୁ ଜିଲାର ଗୋଟିଏ ବା ଦୁଇଟି ସ୍ଥାନରେ ୧୨ରୁ ୨୦ ସେମି ବର୍ଷା ହୋଇପାରେ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ।
ତେବେ ୟେଲୋ ୱାର୍ନିଂ ଜାରି ହୋଇଥିବା ଅନ୍ୟ ୧୨ ଜିଲାର ଗୋଟିଏ ଦୁଇଟି ସ୍ଥାନରେ ୭ରୁ ୧୧ ସେମି ପର‌୍ୟ୍ୟନ୍ତ ବର୍ଷା ହୋଇପାରେ। ସେହିପରି ପ୍ରବଳ ବର୍ଷା ନେଇ ୨୭ ତାରିଖରେ ୭ ଜିଲା, ୨୮ ତାରିଖରେ ୫ ଜିଲା ଏବଂ ୨୯ ତାରିଖରେ ୫ ଜିଲାକୁ ୟେଲୋ ୱାର୍ନିଂ ଜାରି ହୋଇଛି।

About Author

indadmin

indadmin

Related Articles

Archives

Calendar

July 2026
M T W T F S S
 12345
6789101112
13141516171819
20212223242526
2728293031