Indus Valley Times

ବଙ୍ଗୋପସାଗରରେ ସୃଷ୍ଟି ହେଲା ଆଉ ଏକ ଲଘୁଚାପ: ଆଜିଠୁ ୨ ତାରିଖ ଯାଏ ପାଗରେ ହେବ ପରିବର୍ତ୍ତନ

 Breaking News

ବଙ୍ଗୋପସାଗରରେ ସୃଷ୍ଟି ହେଲା ଆଉ ଏକ ଲଘୁଚାପ: ଆଜିଠୁ ୨ ତାରିଖ ଯାଏ ପାଗରେ ହେବ ପରିବର୍ତ୍ତନ

ବଙ୍ଗୋପସାଗରରେ ସୃଷ୍ଟି ହେଲା ଆଉ ଏକ ଲଘୁଚାପ: ଆଜିଠୁ ୨ ତାରିଖ ଯାଏ ପାଗରେ ହେବ ପରିବର୍ତ୍ତନ
October 29
10:02 2021

ଭୁବନେଶ୍ୱର,୨୯/୧୦ : ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗର ଓ ଶ୍ରୀଲଙ୍କା ଉପକୂଳରେ ଏକ ଲଘୁଚାପ ସୃଷ୍ଟି ହୋଇଛି। ଏହା ପ୍ରଭାବରେ ରାଜ୍ୟରେ କିଛି ଜିଲ୍ଲାରେ ସ୍ପଳ୍ପ ଧରଣ ବର୍ଷା ହେବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।
ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଆହୁରି କୁହାଯାଇଛି, ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗର ଓ ଶ୍ରୀଲଙ୍କା ଉପକୂଳରେ ଲଘୁଚାପ ସୃଷ୍ଟି ହେବା ସହ ସମାନ୍ତରାଳ ଭାବେ ଏକ ଘୂର୍ଣ୍ଣିବଳୟ ମଧ୍ୟ ସୃଷ୍ଟି ହୋଇଛି। ଏହା ପ୍ରଭାବରେ ରାଜ୍ୟରେ ଆଜିଠୁ ୨ ତାରିଖ ଯାଏ ପାଗରେ ପରିବର୍ତ୍ତନ ହେବ।
ଲଘୁଚାପ ଯୋଗୁ ୭ଟି ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ସେହି ଜିଲ୍ଲା ଗୁଡ଼ିକ ହେଉଛି- ଗଞ୍ଜାମ, ଗଜପତି, କନ୍ଧମାଳ, ରାୟଗଡ଼ା, କୋରାପୁଟ, ମାଲକାନଗିରି ଓ ନବରଙ୍ଗପୁର। ତେବେ ଅନ୍ୟ ଜିଲ୍ଲାରେ କୋହଲା ପାଗ ସାଙ୍ଗକୁ ହାଲକା ପବନ ହେବ।
ସୂଚନାଯୋଗ୍ୟ, ଦୁଇ ଦିନ ହେବ ରାଜ୍ୟର ବିଭିନ୍ନ ସ୍ଥାନରେ କୋହଲା ପାଗ ସହ ହାଲକା ପବନ ହେଉଛି। ସକାଳେ ଉଠିଲେ ଶୀତ ମଧ୍ୟ ଲାଗୁଛି।

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031