Indus Valley Times

ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ଲଘୁଚାପ, ପ୍ରବଳ ବର୍ଷା ନେଇ ୩୦ ଜିଲ୍ଲାକୁ ଆଲର୍ଟ

 Breaking News

ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ଲଘୁଚାପ, ପ୍ରବଳ ବର୍ଷା ନେଇ ୩୦ ଜିଲ୍ଲାକୁ ଆଲର୍ଟ

ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ଲଘୁଚାପ, ପ୍ରବଳ ବର୍ଷା ନେଇ ୩୦ ଜିଲ୍ଲାକୁ ଆଲର୍ଟ
May 26
10:55 2025

ଭୁବନେଶ୍ୱର, ୨୬/୫ : ୨୭ ତାରିଖକୁ ଆସୁଛି ଲଘୁଚାପ । ଲଘୁଚାପ ସୃଷ୍ଟି ହେବାର ୨ଘଣ୍ଟା ଭିତରେ ଏହା ଅଧିକ ଘନୀଭୂତ ହେବ । ଫଳରେ ରାଜ୍ୟରେ ପ୍ରବଳ ବର୍ଷା ହେବା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ଲଘୁଚାପ ପ୍ରଭାବରେ ସାତ ଦିନ ପର‌୍ୟ୍ୟନ୍ତ ଭାରି ବର୍ଷାର ସମ୍ଭାବନା ରହିଛି । ଏହି ବର୍ଷା ମୌସୁମୀ ଅଗ୍ରସରକୁ ଆହୁରି ସକ୍ରିୟ କରିବ । ସକ୍ରିୟ ରହିଲେ ଓଡ଼ିଶାରେ ମୌସୁମୀ ଆଗମନ ନେଇ ସ୍ଥିତି ଅନୁକୂଳ ରହିବ । ଶୀଘ୍ର ମୌସୁମୀ ଆସିବାକୁ ସହାୟକ ହେବ ଲଘୁଚାପ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।
ରାଜ୍ୟରେ କାଳବୈଶାଖୀ ସହ ପ୍ରଭାବରେ ବିଭିନ୍ନ ସ୍ଥାନରେ ବର୍ଷା ହେଉଥିବା ବେଳେ ଆଗାମୀ ସାତ ଦିନ ଯାଏଁ ବର୍ଷା ଲାଗି ରହିବ । ଆଜି ସାରା ରାଜ୍ୟରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସହ ବିଜୁଳି ଘଡ଼ଘଡ଼ି ହେବ । ସେହପରି ଝଟକା ପବନର ବେଗ ୪୦-୫୦ କିମି ରହିବ। କାଲି ପାଇଁ ସମସ୍ତ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।
୨୭ ତାରିଖରେ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ । ଏହା ପ୍ରଭାବରେ ଗଞ୍ଜାମ, ଗଜପତି, ରାୟଗଡ଼ା , କଳାହାଣ୍ଡି, କନ୍ଧମାଳ ଓ କୋରାପୁଟ ଜିଲ୍ଲାରେ ପ୍ରବଳ ବର୍ଷା ହେବା । ସେହିପରି ନବରଙ୍ଗପୁର, ନୂଆପଡ଼ା, ବଲାଙ୍ଗୀର, ସୋନପୁର, ବୌଦ୍ଧ, ନୟାଗଡ଼, ଖୋର୍ଦ୍ଧା ଓ ପୁରୀ ଜିଲ୍ଲାରେ ହାଲୁକା ବର୍ଷା ସହ ବିଜୁଳି ଘଡ଼ଘଡ଼ି ହେବ । ଯାହାକୁ ନେଇ ଏ ସମସ୍ତ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।
୩୦ତାରିଖରେ ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦୁଝର ଓ ସୁନ୍ଦରଗଡ଼ ଜିଲ୍ଲାରେ ପ୍ରବଳ ବର୍ଷା ସହ ବିଜୁଳି ଘଡ଼ଘଡ଼ି ଓ ଝଟକା ପବନ ୪୦-୫୦ କିମି ବେଗରେ ବହିବ । ଏସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ସେପଟେ ୩୧ ତାରିଖରେ ମୟୂରଭଞ୍ଜ ଓ ବାଲେଶ୍ବର ଜିଲ୍ଲାରେ ପ୍ରବଳ ବର୍ଷା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

About Author

indadmin

indadmin

Related Articles

Archives

Calendar

March 2026
M T W T F S S
 1
2345678
9101112131415
16171819202122
23242526272829
3031