Indus Valley Times

ବଡ଼ ହୃଦୟ ଦେଖାଇଲେ ମୁଖ୍ୟମନ୍ତ୍ରୀ: ବଢ଼ିଲା ବନ୍ୟଜନ୍ତୁ ଆକ୍ରମଣରେ ମୃତ୍ୟୁକାଳୀନ ସହାୟତା ରାଶି

 Breaking News

ବଡ଼ ହୃଦୟ ଦେଖାଇଲେ ମୁଖ୍ୟମନ୍ତ୍ରୀ: ବଢ଼ିଲା ବନ୍ୟଜନ୍ତୁ ଆକ୍ରମଣରେ ମୃତ୍ୟୁକାଳୀନ ସହାୟତା ରାଶି

ବଡ଼ ହୃଦୟ ଦେଖାଇଲେ ମୁଖ୍ୟମନ୍ତ୍ରୀ: ବଢ଼ିଲା ବନ୍ୟଜନ୍ତୁ ଆକ୍ରମଣରେ ମୃତ୍ୟୁକାଳୀନ ସହାୟତା ରାଶି
June 09
17:17 2025

ଭୁବନେଶ୍ୱର, ୯/୬: ମୁଖ୍ୟମନ୍ତ୍ରୀ ମୋହନ ମାଝୀ ସୋମବାର ରାଜ୍ୟବାସୀଙ୍କ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି । ବନ୍ୟଜନ୍ତୁ ଆକ୍ରମଣରେ ମୃତ୍ୟୁକାଳୀନ ସହାୟତା ରାଶିକୁ ୬ ଲକ୍ଷରୁ ୧୦ ଲକ୍ଷ ଟଙ୍କାକୁ ବୃଦ୍ଧି କରିଛନ୍ତି ।
ଜଙ୍ଗଲ ପାର୍ଶ୍ୱବର୍ତ୍ତୀ ଗ୍ରାମ ଗୁଡିକରେ ସାଧାରଣତଃ ବନ୍ୟଜନ୍ତୁ ଆକ୍ରମଣର ନଜିର ଅଧିକ ରହିଥାଏ। ତେଣୁ ବନ୍ୟଜନ୍ତୁ ଆକ୍ରମଣରେ ଧନଜୀବନ ନଷ୍ଟ ହୋଇଥାଏ। ଏସବୁକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ କ୍ଷତିଗ୍ରସ୍ତ ଲୋକଙ୍କ ସହାୟତା ରାଶି ବୃଦ୍ଧି କରିଛନ୍ତି।
ସେହିପରି ଏଥିସହ ବାସଗୃହ କ୍ଷତିଗ୍ରସ୍ତ ହେଲେ ଅନ୍ତ୍ୟୋଦୟ ଗୃହଯୋଜନା ମିଳିବ ବୋଲି ମଧ୍ୟ ଘୋଷଣା ହୋଇଛି । ରୋଷେଇ ଘର, ଧାନ ସଂରକ୍ଷଣ ଗୃହ କିମ୍ବା ଛେଳି ଗୁହାଳ କ୍ଷତିଗ୍ରସ୍ତ ହେଲେ ୩ ହଜାର ଟଙ୍କାର ଅନୁକମ୍ପାମୂଳକ ସହାୟତା ରାଶି ପ୍ରଦାନ କରାଯିବ। ସେହିଭଳି ପକ୍କା ପାଚେରୀ, କମ୍ପାଉଣ୍ଡ ୱାଲ୍ କ୍ଷତିଗ୍ରସ୍ତ ହେଲେ ପ୍ରତି ମିଟର ପିଛା ୫ ହଜାର ସର୍ବାଧିକ ୨୫ ହଜାର ଟଙ୍କା ପର‌୍ୟ୍ୟନ୍ତ ଅନୁକମ୍ପାମୂଳକ ସହାୟତା ରାଶି ପ୍ରଦାନ କରାଯିବ ବୋଲି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ।

About Author

indadmin

indadmin

Related Articles

Archives

Calendar

July 2026
M T W T F S S
 12345
6789101112
13141516171819
20212223242526
2728293031