Indus Valley Times

ବଢ଼ିଲା ମିଶନ ଶକ୍ତି ସପୋର୍ଟ ଷ୍ଟାଫ୍ ମାନଙ୍କର ପ୍ରୋତ୍ସାହନ ରାଶି

 Breaking News

ବଢ଼ିଲା ମିଶନ ଶକ୍ତି ସପୋର୍ଟ ଷ୍ଟାଫ୍ ମାନଙ୍କର ପ୍ରୋତ୍ସାହନ ରାଶି

March 09
19:46 2024

ଭୁବନେଶ୍ବର, ୯/୩: ମିସନ ଶକ୍ତିର କମ୍ୟୁନିଟି ସପୋର୍ଟ ଷ୍ଟାଫ୍ ମାନଙ୍କର ପ୍ରୋତ୍ସାହନ ରାଶି ବୃଦ୍ଧି ବିଷୟ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି।
ସରକାରଙ୍କ ଏହି ପ୍ରୋତ୍ସାହନ ଅର୍ଥରାଶି ବୃଦ୍ଧି ଯୋଗୁଁ ମିସନ ଶକ୍ତିର ୫୯,୫୦୯ କମ୍ୟୁନିଟି ସପୋର୍ଟ ଷ୍ଟାଫ୍ ଉପକୃତ ହେବେ। ରାଜ୍ୟରେ ମହିଳା ସଶକ୍ତୀକରଣରେ ମିସନ ଶକ୍ତିର କମ୍ୟୁନିଟି ସପୋର୍ଟ ଷ୍ଟାଫ୍ ମାନଙ୍କର ଅତୁଳନୀୟ ଅବଦାନକୁ ସମ୍ମାନ ଜଣାଇବା ସହ ସେମାନଙ୍କୁ ଉତ୍ସାହିତ କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରୋତ୍ସାହନ ରାଶିରେ ବୃଦ୍ଧି ଘୋଷଣା କରିଛନ୍ତି।
ମିସନ ଶକ୍ତି ଅଧୀନରେ ୫୯,୫୦୯ କମ୍ୟୁନିଟି ସପୋର୍ଟ ଷ୍ଟାଫ୍ ଯଥା ଏମବିକେ, ସିଆରପି-ସିଏମ, ବ୍ୟାଙ୍କ ମିତ୍ର, ପ୍ରାଣୀ ମିତ୍ର, କୃଷି ମିତ୍ର ଓ ଜୀବିକା ସହାୟିକା କାର୍ଯ୍ୟରତ ଅଛନ୍ତି ।
ଏହି ନୂତନ ଘୋଷଣା ଅନୁଯାୟୀ ମିଶନ ଶକ୍ତି ଅଧୀନରେ ଗ୍ରାମପଞ୍ଚାୟତ ସ୍ତରରେ କାର‌୍ୟ୍ୟରତ ସମସ୍ତ କମ୍ୟୁନିଟି ସପୋର୍ଟ ଷ୍ଟାଫମାନେ ଉପକୃତ ହେବେ । ଉକ୍ତ ବର୍ଦ୍ଧିତ ପ୍ରୋତ୍ସାହନ ରାଶି ୨୦୨୩ ମସିହା ଅକ୍ଟୋବର ମାସଠାରୁ ପିଛିଲାଭାବେ ନିମ୍ନମତେ ଲାଗୁ କରାଯିବ।
ଉପରୋକ୍ତ ବର୍ଦ୍ଧିତ ପ୍ରୋତ୍ସାହନ ରାଶି ପିଛିଲା ଭାବେ ଅକ୍ଟୋବର,୨୦୨୩ରୁ ପ୍ରଦାନ କରାଯିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଥିବା ବେଳେ ଏ ବାବଦକୁ ରାଜ୍ୟ ସରକାର ୯୬.୫୧ କୋଟି ଅତିରିକ୍ତ ଅର୍ଥ ରାଶିର ବ୍ୟୟ ବରାଦ କରିଛନ୍ତି। ସୂଚନାଯୋଗ୍ୟ ଯେ ୫ଟି ଅଧ୍ୟକ୍ଷଙ୍କ ଜିଲ୍ଲା ଗସ୍ତ ସମୟରେ କମ୍ୟୁନିଟି ସପୋର୍ଟ ଷ୍ଟାଫମାନେ ତାଙ୍କୁ ଭେଟି ସେମାନଙ୍କ ପ୍ରୋତ୍ସାହନ ରାଶି ବୃଦ୍ଧି ବିଷୟରେ ତାଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ।

About Author

indadmin

indadmin

Related Articles

Archives

Calendar

December 2024
M T W T F S S
 1
2345678
9101112131415
16171819202122
23242526272829
3031