Indus Valley Times

ବଢ଼ୁଛି ନାବାଳିକା ମାତୃତ୍ୱ: କନ୍ୟା ସନ୍ତାନ ଜନ୍ମ ଦେଲେ ଦଶମ ଶ୍ରେଣୀ ଛାତ୍ରୀ

 Breaking News

ବଢ଼ୁଛି ନାବାଳିକା ମାତୃତ୍ୱ: କନ୍ୟା ସନ୍ତାନ ଜନ୍ମ ଦେଲେ ଦଶମ ଶ୍ରେଣୀ ଛାତ୍ରୀ

ବଢ଼ୁଛି ନାବାଳିକା ମାତୃତ୍ୱ: କନ୍ୟା ସନ୍ତାନ ଜନ୍ମ ଦେଲେ ଦଶମ ଶ୍ରେଣୀ ଛାତ୍ରୀ
February 27
18:18 2025

ବରୀ,୨୭/୨: ଯାଜପୁର ଜିଲା ବରୀ ଶିକ୍ଷା ମଣ୍ଡଳ ଅଧିନସ୍ଥ ସରକାରୀ ପଞ୍ଚାୟତ ହାଇସ୍କୁଲ ରାମପୁରର ଜନୈକ ଦଶମ ଶ୍ରେଣୀର ନାବାଳିକା ଛାତ୍ରୀ ପ୍ରସବ କରିଛନ୍ତି। ବରୀ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ସେ ଏକ କନ୍ୟା ସନ୍ତାନ ଜନ୍ମ ଦେବା ଘଟଣା ସାଧାରଣରେ ଚର୍ଚ୍ଚାର ବିଷୟ ପାଲଟିଛି। ଏହି ଘଟଣାରେ ଜଣେ ଅଭିଯୁକ୍ତଙ୍କୁ ଅଟକ ରଖି ବରୀ ପୋଲିସ ପଚରାଉଚରା ଚଳାଇଛି।
ସୂଚନା ମୁତାବକ, ଛାତ୍ରୀଜଣଙ୍କ ଚଳିତ ବର୍ଷ ମାଟ୍ରିକ ପରୀକ୍ଷା ଦେଉଥିଲେ। ସେ ଦୁଇଟି ବିଷୟରେ ପରୀକ୍ଷା ଦେବା ପରେ ବୁଧବାର ବିଳମ୍ବିତ ରାତିରେ ନିଜ ପେଟରେ ଯନ୍ତ୍ରଣା ହେଉଛି ବୋଲି ନିଜ ପରିବାର ଲୋକଙ୍କୁ କହିଥିଲେ। ଏଣୁ ତାଙ୍କୁ ବରୀ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ଅଣାଯାଇଥିଲା। ମାତ୍ର ଦାୟିତ୍ୱରେ ଥିବା ଡ଼ାକ୍ତର ସେ ଗର୍ଭବତୀ ଥିବା ଏବଂ ଏହା ପ୍ରସବ ଜନିତ ଯନ୍ତ୍ରଣା ବୋଲି ଅନୁଭବ କରି ପ୍ରସବ କରାଇଥିଲେ। ସମ୍ପୃକ୍ତ ଛାତ୍ରୀଙ୍କର ସ୍ବାସ୍ଥ୍ୟାବସ୍ଥା ଗୁରୁତର ହେବାରୁ ତାଙ୍କୁ ଅଧିକ ଚିକିତ୍ସା ନିମନ୍ତେ ଯାଜପୁର ଜିଲା ମୁଖ୍ୟ ଚିକିତ୍ସାଳୟକୁ ପଠାଇ ଦିଆଯାଇଥିବା ସୂଚନା ମିଳିଛି। ଖବର ପାଇ ବରୀ ପୋଲିସ ଓ ଉଚ୍ଚ ପଦସ୍ଥ ଅଧିକାରୀମାନେ ସ୍ଥାନୀୟ ପଞ୍ଚାୟତ ସରକାରୀ ଉଚ୍ଚ ବିଦ୍ୟାଳୟରେ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି। ତେବେ ସମ୍ପୃକ୍ତ ଛାତ୍ରୀଜଣଙ୍କ ବିଦ୍ୟାଳୟକୁ ଯିବା ସମୟରେ ବିଦ୍ୟାଳୟର କର୍ତ୍ତୃପକ୍ଷ କିମ୍ବା ସେହି ଗ୍ରାମର ଦାୟିତ୍ୱରେ ଥିବା ସ୍ବାସ୍ଥ୍ୟକର୍ମୀ କିଭଳି ଭାବରେ ଏଭଳି ଘଟଣା ଉପରେ ଅବଗତ ହୋଇ ପାରିଲେ ନାହିଁ ତାହାକୁ ନେଇ ସାଧାରଣରେ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି।
ସୂଚନାଯୋଗ୍ୟ, ଦୁଇ ଦିନ ତଳେ ମାଲକାନଗିରି ଜିଲା ଚିତ୍ରକୋଣ୍ଡା ଅନୁସୂଚିତ ଜାତି ଓ ଜନଜାତି ଆବାସିକ ବିଦ୍ୟାଳୟ ପରିସରରେ ଜଣେ ଦଶମ ଶ୍ରେଣୀ ଛାତ୍ରୀ ଏକ ଶିଶୁକୁ ଜନ୍ମ ଦେଇଥିବା ଜଣାପଡ଼ିଥିଲା। ଦଶମ ଶ୍ରେଣୀର ଛାତ୍ରୀ ଜଣକ ସୋମବାର ସକାଳେ ପରୀକ୍ଷା ଦେଇ ସ୍କୁଲ ହଷ୍ଟେଲକୁ ଫେରିଥିଲେ। ତେବେ ସା ସମୟରେ ସ୍କୁଲ ହଷ୍ଟେଲରୁ ଝିଅଙ୍କ ବାପାଙ୍କୁ ଝିଅ ହଷ୍ଟେଲରେ ନ ଥିବା ନେଇ ଫୋନ ଯାଇଥିଲା। ସ୍କୁଲରେ ଝିଅଙ୍କ ମା-ବାପା ପହଞ୍ଚିବା ପରେ ହଷ୍ଟେଲରେ ଛାତ୍ରୀ ଜଣକ ଏକ ଶିଶୁ ଜନ୍ମ ଦେଇଥିବା ଜାଣିବାକୁ ପାଇଥିଲେ। ତେବେ ସ୍କୁଲ ଚାରି କାନ୍ଥ ଭିତରେ ଏତେ ବଡ଼ ଘଟଣା କିପରି ଘଟିଲା ତାକୁ ନେଇ ମା’ବାପା ଚିନ୍ତା ପ୍ରକଟ କରିବା ସହ ଏଥିପାଇଁ ସ୍କୁଲ କର୍ତ୍ତୃପକ୍ଷଙ୍କୁ ଦାୟୀ କରିଥିଲେ। ଚିତ୍ରକୋଣ୍ଡା ପୋଲିସ ଘଟଣାସ୍ଥଳରେ ପହଞ୍ଚି ଛାତ୍ରୀଙ୍କୁ ଉଦ୍ଧାର କରିବା ସହ ହସ୍ପିଟାଲକୁ ଆଣି ଅଧିକ ଚିକିତ୍ସା ଯୋଗାଇ ତଦନ୍ତ ଆରମ୍ଭ କରିଥିଲେ। ଏହି ଘଟଣାରେ ମାଟ୍ରନ ସୁଚିତ୍ରା ଚର୍ଚ୍ଚି ବହିଷ୍କୃତ ହୋଇଥିବା ବେଳେ ଏଏନ୍‌ଏମ୍ କବିତା କୁମାରୀ ପାତ୍ର ନିଲମ୍ବିତ ହୋଇଥିଲେ। ଏହାଛଡ଼ା ସମ୍ପୃକ୍ତ ଜଣେ ଯୁବକଙ୍କୁ ଚିତ୍ରକୋଣ୍ଡା ପୋଲିସ ଗିରଫ କରିବା ପରେ କୋର୍ଟ ଚାଲାଣ କରିଥିଲା।

About Author

indadmin

indadmin

Related Articles

Archives

Calendar

July 2026
M T W T F S S
 12345
6789101112
13141516171819
20212223242526
2728293031