Indus Valley Times

ବନ୍ଧା ହେଲେ ୫ ସ୍ତ୍ରୀଙ୍କ ସ୍ୱାମୀ; ଲାଇନରେ ଥିଲେ ଆହୁରି ୪୯

 Breaking News

ବନ୍ଧା ହେଲେ ୫ ସ୍ତ୍ରୀଙ୍କ ସ୍ୱାମୀ; ଲାଇନରେ ଥିଲେ ଆହୁରି ୪୯

August 03
17:04 2024

ଭୁବନେଶ୍ୱର,୩/୮: ରାଜଧାନୀରେ ୫ ସ୍ତ୍ରୀଙ୍କ ସ୍ବାମୀ ବନ୍ଧା ହୋଇଛନ୍ତି। ତେବେ ତାଙ୍କ ଲାଇନ୍‌ରେ ଆଉ ୪୯ ଜଣ ଥିବା ଜଣାପଡ଼ିଛି। ଏହି ଘଟଣାର ପୋଲିସ କମିଶନର ସଞ୍ଜୀବ ପଣ୍ଡା ପ୍ରେସମିଟ କରି ପର୍ଦ୍ଦାଫାସ କରିଛନ୍ତି। ଗିରଫ ହୋଇଥିବା ବ୍ୟକ୍ତି ଜଣଙ୍କ ଯାଜପୁର ଭିଙ୍ଗାରପୁରର ସତ୍ୟଜିତ ବୋଲି ଜଣାପଡ଼ିଛି। ସତ୍ୟଜିତ ନିଜକୁ ଗୁଇନ୍ଦା ଇନ୍ସପେକ୍ଟର କହି ବାୟୋଡାଟାରେ ଦର୍ଶାଇ ମହିଳାଙ୍କୁ ଠକୁଥିଲେ।
ଅନ୍ୟପକ୍ଷେ ମହିଳା ପୋଲିସଙ୍କ ଚାଟିଂ କରି ଦୁବାଇରୁ ଭୁବନେଶ୍ବର ଫେରିଥିଲେ। ତାଙ୍କର ଏହି ନିଷ୍ପତ୍ତି ତାଙ୍କୁ ଫସାଇଥିଲା। ବିଧବା ମହିଳା ଓ ଡିଭୋର୍ସିଙ୍କୁ ଟାର୍ଗେଟ କରି ଟଙ୍କା ଠକେଇ କରୁଥିଲେ। ମହିଳାଙ୍କୁ ଫସାଇ ବାହା ହେବା ପରେ ତାଙ୍କ ନାଁରେ ଲୋନ ନେଇ ମଉଜ କରୁଥିଲେ।
ଧରାପଡ଼ିବା ପୂର୍ବରୁ ବିଦେଶ ଖସି ଯାଉଥିଲେ ବୋଲି କମିଶନର ସଞ୍ଜୀବ ପଣ୍ଡା କହିଛନ୍ତି। ସତ୍ୟଜିତ୍‌ଙ୍କ ଠାରୁ ୨ ଲକ୍ଷ ୧୦ ହଜାର ଟଙ୍କା, ୩ଟି କାର, ବୁଲେଟ ଜବତ ହୋଇଛି। ୩ ବ୍ୟାଙ୍କ ଆକାଉଣ୍ଟ ସିଜ, ବିବାହ ସମ୍ପର୍କିତ ଡକ୍ୟୁମେଣ୍ଟ ଜବତ ହୋଇଥିବା କମିଶନର ପଣ୍ଡା କହିଛନ୍ତି।

About Author

indadmin

indadmin

Related Articles

Archives

Calendar

October 2026
M T W T F S S
 1234
567891011
12131415161718
19202122232425
262728293031