Legatus

ବରଗଡ଼ ଧନୁଯାତ୍ରା: କଂସ ଭୂମିକାରେ ଅଭିନୟ କରିବେ ଭୁବନେଶ୍ୱର ପ୍ରଧାନ

 Breaking News

ବରଗଡ଼ ଧନୁଯାତ୍ରା: କଂସ ଭୂମିକାରେ ଅଭିନୟ କରିବେ ଭୁବନେଶ୍ୱର ପ୍ରଧାନ

December 01
19:25 2024

ବରଗଡ଼,୧/ ୧୨ : ବୃହତ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆସନ୍ତା ୨୦୨୫ ଜାନୁଆରୀ ୩ରୁ ଆରମ୍ଭ ହେବ। ଦୀର୍ଘ ୧୧ଦିନ ବ୍ୟାପୀ ଏହି ମହୋତ୍ସବ ଜାନୁଆରୀ ୧୩ ପର୍ଯ୍ୟନ୍ତ ଚାଲିବ। ତେବେ ଆସନ୍ତା ଧନୁଯାତ୍ରା ମହୋତ୍ସବ ପାଇଁ ରବିବାର ବରଗଡ଼ ବିଜୁ ପଟ୍ଟନାୟକ ଟାଉନ ହଲ୍‌ରେ କଂସ ଚୟନ ପ୍ରକ୍ରିୟା ହୋଇଥିଲା।
ଏହି ଚୟନ ପ୍ରକ୍ରିୟାରେ ବରଗଡ଼ ବ୍ଲକ ସର୍ଲା ଗ୍ରାମର ଭୁବନେଶ୍ବର ପ୍ରଧାନ ପ୍ରଥମ ସ୍ଥାନ ଅଧିକାର କରି ଆସନ୍ତା ଧନୁଯାତ୍ରା ମହୋତ୍ସବରେ କଂସ ଭୂମିକାରେ ଅଭିନୟ କରିବାର ସୁଯୋଗ ପାଇଛନ୍ତି। ସେ ବରଗଡ ଧନୁଯାତ୍ରା ମହୋତ୍ସବରେ ପୂର୍ବରୁ ଅନେକଥର କଂସ ଭୂମିକାରେ ଅଭିନୟ କରି ଦର୍ଶକଙ୍କୁ ମନ ଜିଣି ସାରିଛନ୍ତି। ବରଗଡ଼ ଧନୁଯାତ୍ରା ଦୃଶ୍ୟାଭିନୟରେ ତାଙ୍କର ଅନେକ ଅଭିଜ୍ଞତା ରହିଛି। ଫଳରେ ଅନ୍ୟବର୍ଷ ତୁଳନାରେ ଏଥର ତାଙ୍କ କଂସ ଦୃଶ୍ୟାଭିନୟ ଆହୁରି ଉଚ୍ଚକୋଟୀର ହେବ ବୋଲି ଦର୍ଶକ ମନରେ ଆଶା ବାନ୍ଧିଛନ୍ତି। ତେବେ ଆସନ୍ତା ଧନୁଯାତ୍ରା ମହୋତ୍ସବରେ ସେ କିଭଳି ଅଭିନୟ କରିବେ, ତାକୁ ଦର୍ଶକ ଚାହିଁ ବସିଛନ୍ତି।
ପ୍ରକାଶ ଥାଉକି, ବରଗଡ଼ ଧନୁଯାତ୍ରା ମହୋତ୍ସବରେ ଗତବର୍ଷ କଂସ ଅଭିନୟ କରିଥିବା ହୃଷୀକେଶ ଭୋଇ ମହାପ୍ରୟାଣ ଗାଡ଼ିରେ ଶବ ପରିବହନ ବାବଦକୁ ମୃତକଙ୍କ ପରିବାରଠାରୁ ଲାଞ୍ଚ ନେବା ଅଭିଯୋଗରେ ବିବାଦୀୟ ହୋଇ ପଡ଼ିଥିଲେ। ଆସନ୍ତା ଧନୁଯାତ୍ରା ତାଙ୍କ ପାଇଁ ଶେଷ ସୁଯୋଗ ଥିଲା। ମାତ୍ର ମହାପ୍ରୟାଣ ଗାଡ଼ିରେ ଶବ ପରିବହନ ବାବଦକୁ ମୃତକଙ୍କ ପରିବାରଠାରୁ ଲାଞ୍ଚ ନେବା ଘଟଣାରେ ତାଙ୍କୁ ବିଦା ହେବାକୁ ପଡ଼ିଥିଲା ଏବଂ ନୂତନ କଂସ ଚୟନର ଆବଶ୍ୟକତା ପଡ଼ିଥିଲା।
ଧନୁଯାତ୍ରା ମହୋତ୍ସବ ସମିତିର ନିଷ୍ପତ୍ତି କ୍ରମେ ଉକ୍ତ ଚୟନ ପ୍ରକ୍ରିୟାରେ ୪ଜଣ କଂସ କଳାକାର ଅଂଶଗ୍ରହଣ କରିଥିଲେ। ସେମାନଙ୍କ ମଧ୍ୟରେ ଆର୍ତ୍ତତ୍ରାଣ ସୁନାନୀ, ଜଗଦାନନ୍ଦ ମିଶ୍ର, ଭୁବନେଶ୍ବର ପ୍ରଧାନ ଏବଂ ସୁଶୀଲ କୁମାର ମେହେର ଥିଲେ। ସମସ୍ତଙ୍କୁ ପଛରେ ପକାଇ ଭୁବନେଶ୍ବର ପ୍ରଧାନ ଆଗାମୀ ଧନୁଯାତ୍ରା ମହୋତ୍ସବରେ କଂସ ଭୂମିକାରେ ଅଭିନୟ ପାଇଁ ସୁଯୋଗ ପାଇଛନ୍ତି। ଏହାକୁ ନେଇ ତାଙ୍କ ସମର୍ଥକ ମହଲରେ ଉତ୍ସାହ ପରିଲକ୍ଷିତ ହୋଇଛି।

About Author

indadmin

indadmin

Related Articles

Archives

Calendar

April 2025
M T W T F S S
 123456
78910111213
14151617181920
21222324252627
282930