Indus Valley Times

ବରସାହି ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ ସଭା ଗୃହରେ ଖୋର୍ଦ୍ଧା ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ମିଳିବ ଅଭିଯୋଗ ଶୁଣାଣି

 Breaking News

ବରସାହି ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ ସଭା ଗୃହରେ ଖୋର୍ଦ୍ଧା ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ମିଳିବ ଅଭିଯୋଗ ଶୁଣାଣି

April 29
10:11 2025

ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟ
ଖୋର୍ଦ୍ଧା , ୨୯/୪: ସୋମବାରସକାଳ ୭ ଘଟିକା ସମୟରୁ ପୂର୍ବାହ୍ନ ୧୦ ଘଟିକା ପର୍ଯ୍ୟନ୍ତ ଖୋର୍ଦ୍ଧା ସଦର ବ୍ଲକ ଅନ୍ତର୍ଗତ, ବରସାହି ଗ୍ରାମ ପଂଚାୟତ ସଭାଗୃହ ଠାରେ ଜିଲ୍ଲାପାଳ ଶ୍ରୀ ଚଞ୍ଚଳ ରା଼ଣା ଏବଂ ଆରକ୍ଷୀ ଅଧିକ୍ଷକ ଶ୍ରୀମତୀ ସାଗରିକା ନାଥଙ୍କ ମିଳିତ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି ।
ଉକ୍ତ ମିଳିତ ଜନ ଅଭିଯୋଗ ଶୁଣାଣି ଶିବିରକୁ ଜିଲ୍ଲାପାଳ ଶ୍ରୀ ଚଞ୍ଚଳ ରାଣା ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ବିଗ୍ରହ ନିକଟରେ ପ୍ରଦୀପ ପ୍ରଜ୍ବଳନ ଓ ପୁଷ୍ପାର୍ଘ୍ୟ ପ୍ରଦାନ କରି ଉଦ୍ଘାଟନ କରିଥିଲେ । ଉକ୍ତ ଶିବିରରେ ଅତିରିକ୍ତ ଜିଲ୍ଲାପାଳ, ଖୋର୍ଦ୍ଧା ଶ୍ରୀ ପ୍ରତାପ ଚନ୍ଦ୍ର ବେଉରା, ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ, ଜିଲ୍ଲାପରିଷଦ, ଖୋର୍ଦ୍ଧା, ଶ୍ରୀ ଜ୍ୟୋତି ଶଙ୍କର ସାହୁ, ଉପଜିଲ୍ଲାପାଳ, ଖୋର୍ଦ୍ଧା ଶ୍ରୀ କିଶୋର କୁମାର ପଣ୍ଡା,ବି ଡି ଓ ,ଖୋର୍ଦ୍ଧା,ଶ୍ରୀମତୀ ଖିରାଦ୍ଵି ତନୟା ସାହୁ ତହସିଲଦାର ,ଶ୍ରୀ ବିଭାଷ ପାଣିଗ୍ରାହୀ ଯୋଗଦେଇ ଥିଲେ ।
ଆଜିର ଅଭିଯୋଗ ଶିବିରକୁ ମୋଟ ୯୫ ଗୋଟି ଅଭିଯୋଗ ଆସିଥିବା ବେଳେ ତନ୍ମଧ୍ୟରୁ ୭୮ ଗୋଟି ଅଭିଯୋଗ ବ୍ୟକ୍ତିଗତ, ୦୮ ଗୋଟି ଅଭିଯୋଗ ଗ୍ରାମୀଣ ସମସ୍ୟା ଜନିତ ଥିଲା । ଜିଲ୍ଲାପାଳ ଅଭିଯୋଗ ସ୍ଥଳରେ ୫ ଗୋଟି ଅଭିଯୋଗର ତୁରନ୍ତ ସମାଧାନ କରିଥିଲେ । ଜିଲ୍ଲାପାଳ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ଜାଗୁଲେଇ ପାଟଣାର ଅକ୍ଷୟ ବେହେରାଙ୍କୁ ୫ ହଜାର, କୁମ୍ଭିଲୋ କେରଙ୍ଗର ନକୁଳ ବଡ଼ଜେନାଙ୍କୁ ୧୦ ହଜାର ଏବଂ ବରସାହିର ଯୋଗେନ୍ଦ୍ର ବେହେରାଙ୍କୁ ୧୫ ହଜାର ଲେଖାଏଁ ମୋଟ ୩ ଜଣ ଅଭିଯୋଗ କାରିଙ୍କୁ ୩୦ ହଜାର ଟଙ୍କା ଆର୍ଥିକ ସହାୟତା ଏବଂ ଜିଲ୍ଲା ରେଡକ୍ରସ ପାଣ୍ଠିରୁ ୧ ଜଣ ଅଭିଯୋଗ କାରି ବରସାହିର ମିଲୀ ବେହେରାଙ୍କୁ ସ୍ୱାସ୍ଥ୍ୟ ଚିକିତ୍ସା ନିମନ୍ତେ ୫ ହଜାର ଟଙ୍କା ଆର୍ଥିକ ସହାୟତା ରାଶି ଯୋଗାଇ ଦେଇଥିଲେ ।
ପରେ ଜିଲ୍ଲାପାଳ ଶ୍ରୀ ରାଣା ସମନ୍ୱିତ ଶିଶୁ ବିକାଶ ଯୋଜନା, ମିଶନ ଶକ୍ତି ,ଓଡିଶା ଜୀବିକା ମିଶନ, ଗ୍ରାମୀଣ ଗୃହ, ପାନୀୟ ଜଳ, ପ୍ରାଥମିକ ଚିକିତ୍ସା ଶିବିର, ମହାତ୍ମାଗାନ୍ଧୀ ଜାତୀୟ ଗ୍ରାମୀଣ କର୍ମ ନିଯୁକ୍ତି ଯୋଜନା, ପ୍ରାଣୀ ଚିକିତ୍ସା ସଚେତନତା ଷ୍ଟଲ୍ ବୁଲି ଦେଖିଥିଲେ । ଜନଶୁଣାଣି ଶିବିରରେ ଅନ୍ୟ ମାନଙ୍କ ମଧ୍ୟରେ ଅଧିକ୍ଷଣ ଯନ୍ତ୍ରୀ,ଗ୍ରାମ୍ୟ ଜଳଯୋଗାଣ ଓ ପରିମଳ, ଖୋର୍ଦ୍ଧା ଶ୍ରୀମତୀ ରଶ୍ମିତା ଦାସ,ଡେପୁଟି କଲେକ୍ଟର, ଅଭିଯୋଗ,ଆର୍ତତ୍ରାଣ ମଲ୍ଲିକ, ସହକାରୀ କଲେକ୍ଟର, ଅଭିଯୋଗ ଭୁବନେଶ୍ୱରୀ କଅଁର, ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନ ସ୍ୱାସ୍ଥ୍ୟ ଅଧିକାରୀ,ଶ୍ରୀମତୀ ରାଜଶ୍ରୀ ପଟ୍ଟନାୟକ, ଜିଲ୍ଲା ପଂଚାୟତ ଅଧିକାରୀ, ଶ୍ୟାମଲେନ୍ଦୁ ନାୟକ,ସି.ଏସ ଓ, ସୂଗୁଡ଼ା ମୁର୍ମୁ,ଡି ଏସ ଏସ ଓ, ଦିଲ୍ଲୀପ ହିଆଲ, ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ ଶ୍ରୀମତୀ କୁସୁମ କୁମାରୀ ପ୍ରହରାଜ,ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ,ଲକ୍ଷ୍ମଣ କୁମାର ବେହେରାଙ୍କ ସମେତ ବିଭିନ୍ନ ବିଭାଗୀୟ ଜିଲ୍ଲାସ୍ତରୀୟ ଅଧିକାରୀ ଏବଂ ଲାଇନ ଡିପାର୍ଟମେଣ୍ଟ ବରିଷ୍ଠ ଯନ୍ତ୍ରୀ ଓ ଅଧିକାରୀ ଯୋଗ ଦେଇଥିଲେ।

About Author

indadmin

indadmin

Related Articles

Archives

Calendar

August 2026
M T W T F S S
 12
3456789
10111213141516
17181920212223
24252627282930
31