Indus Valley Times

ବରିଷ୍ଠ କଂଗ୍ରେସ ନେତା ଗୁରୁପଦ ନନ୍ଦଙ୍କ ପରଲୋକ

 Breaking News

ବରିଷ୍ଠ କଂଗ୍ରେସ ନେତା ଗୁରୁପଦ ନନ୍ଦଙ୍କ ପରଲୋକ

October 20
20:41 2020

କଟକ,୨୦/୧୦ : ବରିଷ୍ଠ କଂଗ୍ରେସ ନେତା ତଥା ପୂର୍ବତନ ମୁଖ୍ୟ ସଚେତକ ଗୁରୁପଦ ନନ୍ଦଙ୍କ ର ମଙ୍ଗଳବାର ଦିନ ପରଲୋକ ଘଟିଛି । କଟକର ଏକ ଘରୋଇ ହସ୍ପିଟାଲରେ ଶ୍ରୀ ନନ୍ଦଙ୍କ (୭୭) ମୃତ୍ୟୁ ହୋଇଥିଲା। ତାଙ୍କର ଦୁଇ ପୁଅ ଏବଂ ଗୋଟିଏ ଝିଅ ଅଛନ୍ତି।
ଗୁରୁପଦ ନନ୍ଦ କଂଗ୍ରେସ ଟିକେଟରେ ରାଉରକେଲା ବିଧାନସଭା ନିର୍ବାଚନ ମଣ୍ଡଳୀରୁ ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ। ଏହାଛଡ଼ା ସେ ସରକାରୀ ଦଳର ମୁଖ୍ୟ ସଚେତକ ଭାବେ ବି ଦାୟିତ୍ବ ନିର୍ବାହ କରିଥିଲେ। ସେ କଟକ ଜିଲ୍ଲା କଂଗ୍ରେସ କମିଟିର ସଭାପତି ମଧ୍ୟ ଥିଲେ। ତାଙ୍କ ବିୟୋଗରେ ରାଜନୈତିକ ମହଲରେ ଶୋକର ଛାୟା ଖେଳିଯାଇଛି।

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031