Indus Valley Times

ବଲାଙ୍ଗିର ଜିଲ୍ଲାରେ ଫେବୃଆରୀ ୧୦ ତାରିଖଠାରୁ ୧୯ ତାରିଖ ପର୍ଯ୍ୟନ୍ତ ଫାଇଲେରିଆ ନିରାକରଣ ଅଭିଯାନ ନିମନ୍ତେ ସାମ୍ବାଦିକ ସମ୍ମିଳନୀ

 Breaking News

ବଲାଙ୍ଗିର ଜିଲ୍ଲାରେ ଫେବୃଆରୀ ୧୦ ତାରିଖଠାରୁ ୧୯ ତାରିଖ ପର୍ଯ୍ୟନ୍ତ ଫାଇଲେରିଆ ନିରାକରଣ ଅଭିଯାନ ନିମନ୍ତେ ସାମ୍ବାଦିକ ସମ୍ମିଳନୀ

ବଲାଙ୍ଗିର ଜିଲ୍ଲାରେ ଫେବୃଆରୀ ୧୦ ତାରିଖଠାରୁ ୧୯ ତାରିଖ ପର୍ଯ୍ୟନ୍ତ ଫାଇଲେରିଆ ନିରାକରଣ ଅଭିଯାନ ନିମନ୍ତେ ସାମ୍ବାଦିକ ସମ୍ମିଳନୀ
February 06
14:15 2025

ମହେନ୍ଦ୍ର କୁମାର ଦର୍ଜିଙ୍କ ରିପୋର୍ଟ
ବଲାଙ୍ଗିର , ୬/୨ : ବଲାଙ୍ଗିର ଜିଲ୍ଲା ର ୧୧ ଗୋଟି ବ୍ଲକ ଓ ୫ ଗୋଟି ସହରାଞ୍ଚଳ ରେ ଚଳିତ ଫେବୃଆରୀ ୧୦ ତାରିଖଠାରୁ ୧୯ ତାରିଖ ପର‌୍ୟ୍ୟନ୍ତ ଫାଇଲେରିଆ ନିରାକରଣ ଅଭିଯାନ ମାଧ୍ୟମରେ ସାମୁହିକ ଔଷଧ ସେବନ କାର୍ଯ୍ୟକ୍ରମମ କରାଯିବ।
ଏଥି ନିମନ୍ତେ ସ୍ଥାନୀୟ ଜାତୀୟ ସ୍ୱାସ୍ଥ୍ୟ ମିଶନ ସମ୍ମିଳନୀ କକ୍ଷ ରେ ଅନୁଷ୍ଠିତ ଏକ ସାମ୍ବାଦିକ ସମ୍ମିଳନୀ ରେ ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ୱାସ୍ଥ୍ୟ ଅଧିକାରୀ ଡ଼ ରମେଶ ଚନ୍ଦ୍ର ସାହୁ ଏହି ସୂଚନା ଦେଇଛନ୍ତି।ଏହି ସମୟ ମଧ୍ୟରେ ଜିଲ୍ଲାର ୧୩ ଲକ୍ଷ ୪୯ ହଜାର ୪୧ଜଣଙ୍କୁ ଫାଇଲେରିଆ ନିରାକରଣ ଅଭିଯାନ ମାଧ୍ୟମ ରେ ଔଷଧ ପ୍ରଦାନ କରାଯିବ।ଏଥି ସକାଶେ ୪୧୮୩ ଜଣ ଔଷଧ ପ୍ରଦାନକାରୀ ଓ ୨୦୮୭ ଜଣ ସ୍ୱାସ୍ଥ୍ୟକର୍ମୀ ଏବଂ ୪୧୦ ଜଣ ସୁପରଭାଇଜର ଏବଂ ୭୬ ଜଣ ମୋବାଇଲ ଦଳଙ୍କୁ ନିୟୋଜିତ କରାଯାଇଛି।
ଔଷଧ ପ୍ରଦାନକାରୀ ଓ ସ୍ୱାସ୍ଥ୍ୟକର୍ମୀ ମାନେ ଘରକୁ ଘର ଯାଇ ନିଜ ତତ୍ଵାବଧାନରେ ନିଜ ସମ୍ମୁଖରେ ଔଷଧ ଖୁଆଇବେ। ଗର୍ଭବତୀ ମହିଳା,୨ ବର୍ଷରୁ କମ ବଯସର ଶିଶୁ ଓ ଗୁରୁତର ରୋଗୀ ଙ୍କୁ ଏହି ବଟିକା ଦିଆଯିବାନାହିଁ।
ଡି॰ଇ॰ସି ବଟିକା,ଅଲବେନଡଜୋଲ ଓ ଇଭରମେକଟିନ ବଟିକା ନିୟୋଜିତ ଔଷଧ ପ୍ରଦାନକାରୀ ଓ ସ୍ୱାସ୍ଥ୍ୟକର୍ମୀ ମାନେ ଘରକୁ ଘର ଯାଇ ପରିବାର ର ସଦସ୍ୟ ସଦସ୍ୟା ମାନଙ୍କୁ ବୟସ ଅନୁସାରେ ଏହି ବଟିକା ଖୁଆଇବେ।
ଏହି ଔଷଧ ସେବନ ଦ୍ଵାରା ଶରୀର ଭିତରେ ଥିବା ମାଇକ୍ରୋ ଫାଇଲେରିଆ ପରଭୋଜୀ ସମ୍ପୂର୍ଣ ଭାବେ ମରିଯାଆନ୍ତି ଏବଂ ବଡ ପାରାସାଇଟ ମାନେ ନିସ୍ତେଜ ହୋଇଯାଆନ୍ତି ତଥା ଲୋକମାନେ ଭବିଷ୍ୟତରେ ଫାଇଲେରିଆ ରୋଗରୁ ସମ୍ପୂର୍ଣ ଆରୋଗ୍ୟ ଲାଭ କରନ୍ତି।ଏହି ଔଷଧ ସମ୍ପୂର୍ଣ ନିରାପଦ ଅଟେ ବୋଲି ଅତିରିକ୍ତ ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ଡାକ୍ତର କୁବେର ଚନ୍ଦ୍ର ମହନ୍ତ ସୂଚନା ଦେଇଥିଲେ।
ଏ ସମ୍ପର୍କରେ ଜିଲ୍ଲାରେ ଔଷଧ ପ୍ରଦାନକାରୀ ଓ ସ୍ୱାସ୍ଥ୍ୟକର୍ମୀ ମାନଙ୍କୁ ତାଲିମ ପ୍ରଦାନ,ରାତ୍ରିକାଳୀନ ରକ୍ତ ନମୁନା ସର୍ଭେ,ବ୍ଲକ ସ୍ତରୀୟ ସମନ୍ଵୟ ବୈଠକ ଏବଂ ମାଇକ୍ରୋପ୍ଲାନ ସମ୍ପୂର୍ଣ ହୋଇଯାଇଛି ବୋଲି ସେ ସୂଚନା ଦେଇଥିଲେ।ସଚେତନତା ନିମନ୍ତେ ଏ ସମ୍ପର୍କିତ ଲିଫଲେଟ ବଣ୍ଟନ ଓ ବିଦ୍ୟାଳୟ ଗୁଡିକରେ ସଚେତନତା କାର୍ଯ୍ୟକ୍ରମ କରାଯାଇଛି ବୋଲି ପ୍ରକାଶ କରିଥିଲେ।
ସାମ୍ବାଦିକ ସମ୍ମିଳନୀ ରେ ଭେକ୍ଟର ବାହିତ ରୋଗ ନିୟନ୍ତ୍ରଣ କାର‌୍ୟକ୍ରମର ଜିଲ୍ଲା ସଂଯୋଜକ ସୁରେଶ ସ୍ଵାଇଁ ଙ୍କ ସମେତ ଅନ୍ୟ ଅଧିକାରୀ ମାନେ ଉପସ୍ଥିତ ଥିଲେ।

About Author

indadmin

indadmin

Related Articles

Archives

Calendar

July 2026
M T W T F S S
 12345
6789101112
13141516171819
20212223242526
2728293031