Indus Valley Times

ବାଣ ଫ୍ୟାକ୍ଟ୍ରିରେ ଭୟଙ୍କର ବିସ୍ଫୋରଣ, ୮ ମୃତ

 Breaking News

ବାଣ ଫ୍ୟାକ୍ଟ୍ରିରେ ଭୟଙ୍କର ବିସ୍ଫୋରଣ, ୮ ମୃତ

ବାଣ ଫ୍ୟାକ୍ଟ୍ରିରେ ଭୟଙ୍କର ବିସ୍ଫୋରଣ, ୮ ମୃତ
May 09
18:35 2024

ଶିବକାଶୀ, ୯/୫ : ତାମିଲନାଡୁର ଶିବକାଶୀରେ ଥିବା ଏକ ବାଣ କାରଖାନାରେ ଭୟଙ୍କର ବିସ୍ଫୋରଣ ଘଟିଛି। ଏହି ବିସ୍ଫୋରଣରେ ୫ ଜଣ ମହିଳାଙ୍କ ସମେତ ୮ ଜଣ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ଏହାଛଡ଼ା ଆଉ ୧୨ ଜଣ ଗୁରୁତରଭାବେ ପୋଡ଼ିଯାଇଥିବା ଜଣାଯାଇଛି ।
ସେମାନଙ୍କ ମଧ୍ୟରୁ ୨ ଜଣଙ୍କ ଅବସ୍ଥା ସଂକଟାପନ୍ନ ରହିଛି । ଆହତମାନଙ୍କ ସ୍ଥାନ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ତେବେ ଏହି ବାଣ କାରଖାନାଟି ଏକ ଲାଇସେନ୍ସଯୁକ୍ତ ବାଣ କାରଖାନା ବୋଲି ତାମିଲନାଡୁ ପୁଲିସ ପକ୍ଷରୁ ସୂଚନା ଦିଆଯାଇଛି।
ପ୍ରତ୍ୟକ୍ଷଦର୍ଶୀଙ୍କ ମତରେ ପ୍ରଚଣ୍ଡ ବିସ୍ଫୋରଣ ହେବା ପରେ କାରଖାନାର ଆଖପାଖ ଅଂଚଳ ଧୂଆଁମୟ ହୋଇଯାଇଥିଲା । ତେବେ ଏହି ବିସ୍ଫୋରଣର କାରଣ ସଂପର୍କରେ ଏପର‌୍ୟ୍ୟନ୍ତ କିଛି ଜଣାପଡ଼ିନାହିଁ । ଏ ନେଇ ତଦନ୍ତ ନିର୍ଦ୍ଦେଶ ଦିଆଯାଇଛି ବୋଲି ପୁଲିସ କହିଛି ।
ବିସ୍ଫୋରଣର ଖବର ମିଳିବା ପରେ ଉକ୍ତ ଅଂଚଳରେ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିବାକୁ ଉଦ୍ୟମ ଚଳାଇଛି । ନିଆଁ ଯେପରି ଆଖପାଖରେ ଥିବା ଅନ୍ୟ ଘର ଓ କାରଖାନାକୁ ନ ବ୍ୟାପେ ତାହା ଉପରେ ଗୁରୁତ୍ବ ଦିଆଯାଉଛି ।
ସୂଚନାଯୋଗ୍ୟ ଯେ ତାମିଲନାଡ଼ୁର ଶିବକାଶୀ ବାଣ ପାଇଁ ସମଗ୍ର ବିଶ୍ବରେ ପ୍ରସିଦ୍ଧ । ଏଠାରୁ ଦେଶବିଦେଶକୁ ବାଣ ରପ୍ତାନି ହୋଇଥାଏ । ବାଣ ଛଡ଼ା ଶିବକାଶୀ ଦିଆସିଲି ଓ କ୍ୟାଲେଣ୍ଡର ପାଇଁ ମଧ୍ୟ ପ୍ରସିଦ୍ଧ ।

About Author

indadmin

indadmin

Related Articles

Archives

Calendar

May 2024
M T W T F S S
 12345
6789101112
13141516171819
20212223242526
2728293031