Indus Valley Times

ବାଲିଗୁଡ଼ା : ପାଟ୍ଟଖଣ୍ଡା ଏଜେନ୍ସି ରେ ସଟ ସର୍କିଟ ଯୋଗୁଁ ନିଆଁ ଲାଗି ଲକ୍ଷାଧିକ ଟଙ୍କାର ସାମଗ୍ରୀ ନଷ୍ଟ

 Breaking News

ବାଲିଗୁଡ଼ା : ପାଟ୍ଟଖଣ୍ଡା ଏଜେନ୍ସି ରେ ସଟ ସର୍କିଟ ଯୋଗୁଁ ନିଆଁ ଲାଗି ଲକ୍ଷାଧିକ ଟଙ୍କାର ସାମଗ୍ରୀ ନଷ୍ଟ

ବାଲିଗୁଡ଼ା : ପାଟ୍ଟଖଣ୍ଡା ଏଜେନ୍ସି ରେ ସଟ ସର୍କିଟ ଯୋଗୁଁ ନିଆଁ ଲାଗି ଲକ୍ଷାଧିକ ଟଙ୍କାର ସାମଗ୍ରୀ ନଷ୍ଟ
October 03
19:50 2023

ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟ
ବାଲିଗୁଡ଼ା,୩/୧୦: କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ସହର ମଧ୍ୟ ଭାଗ ରେ ଥିବା ପାଟ୍ଟଖଣ୍ଡା ସାହି ର ପାଟ୍ଟଖଣ୍ଡା ଏଜେନ୍ସି ଗୋଦାମ ରେ ସଟ ସର୍କିଟ ଯୋଗୁଁ ନିଆଁ ଲାଗି ଲକ୍ଷାଧିକ ଟଙ୍କାର ସାମଗ୍ରୀ ନଷ୍ଟ ହୋଇଛି।
ମଙ୍ଗଳବାର ସକାଳୁ ସକାଳୁ ଗୋଦାମ ଘର ଭିତରୁ ଧୂଆଁ ବାହାରୁଥିବା ଦେଖି ସ୍ଥାନୀୟ ସାହି ପଡିଶା ଲୋକେ ଖବର ଦେବା ପରେ ଗୋଦାମ ମାଲିକ ଅନନ୍ତ କୁମାର ଦାସ ଆସି ଦେଖିବା ବେଳକୁ ନିଆଁ ଅଣାୟତ ହୋଇଯାଇଥିଲା।
ସଙ୍ଗେ ସଙ୍ଗେ ଦମକଳ ବାହିନୀ କୁ ଫୋନ କରିବା ପରେ ଦମକଳ ବାହିନୀ ପହଞ୍ଚି ଦୀର୍ଘ ତିନି ଘଣ୍ଟା ର କସରତ ପରେ ନିଆଁ କୁ ଆୟତ କରା ଯାଇଥିବା ବିଷୟ ଫାୟର ଅଫିସର ସୂର୍ଯ୍ୟ ନାରାୟଣ ଭୋଇ ପ୍ରକାଶ କରିଥିଲେ । ଉକ୍ତ ଗୋଦାମ ରେ ବିସ୍କେଟ୍ , ଚକୋଲେଟ ଓ ବିଭିନ୍ନ ଗ୍ରୋଷୋରି ସାମଗ୍ରୀ ଜଳି ପୋଡ଼ି ନଷ୍ଟ ହୋଇ ଯାଇଥିବା ଜଣାପଡିଛି ।

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031