Legatus

ବାହାନଗା ରେଳ ଦୁର୍ଘଟଣାରେ ଆକ୍ସନ : ନିଲମ୍ବିତ ହେଲେ ୭ ରେଳବାଇ କର୍ମଚାରୀ

 Breaking News

ବାହାନଗା ରେଳ ଦୁର୍ଘଟଣାରେ ଆକ୍ସନ : ନିଲମ୍ବିତ ହେଲେ ୭ ରେଳବାଇ କର୍ମଚାରୀ

July 12
17:27 2023

ବାଲେଶ୍ୱର,୧୨/୭:ବାହାନଗା ଟ୍ରେନ୍ ଦୁର୍ଘଟଣା ମାମଲାରେ ୭ ଜଣ ରେଳ କର୍ମଚାରୀଙ୍କୁ ନିଲମ୍ବନ କରାଯାଇଛି। ଦକ୍ଷିଣ ପୂର୍ବ ରେଳବାଇର ମହାପ୍ରବନ୍ଧକ (ଜିଏମ୍) ଅନୀଲ କୁମାର ମିଶ୍ରା ଏହି ସୂଚନା ଦେଇଛନ୍ତି।
ସେ କହିଛନ୍ତି, ନିଲମ୍ବିତ ହୋଇଥିବା କର୍ମଚାରୀଙ୍କ ମଧ୍ୟରେ ସିବିଆଇ ଗିରଫ କରିଥିବା ୩ ଜଣ ଷ୍ଟାଫ୍ ମଧ୍ୟ ଅଛନ୍ତି। ଏହି ଦୁର୍ଘଟଣାରେ ଷ୍ଟେସନ ମାଷ୍ଟର, ଟ୍ରାଫିକ ଇନ୍ସପେକ୍ଟର ଓ ମେଣ୍ଟେନରଙ୍କ ଭୂମିକା ମଧ୍ୟ ରହିଛି।
ସେଥିପାଇଁ ସେମାନଙ୍କୁ ମଧ୍ୟ ନିଲମ୍ବନ କରାଯାଇଛି। ଏହି କର୍ମଚାରୀମାନେ ସତର୍କ ହୋଇଯାଇଥିଲେ ଦୁର୍ଘଟଣାକୁ ଟାଳି ହୋଇଥା’ନ୍ତା। ତେଣୁ କାର୍ଯ୍ୟରେ ଅବହେଳା କରିଥିବା ନେଇ ସେମାନଙ୍କୁ ନିଲମ୍ବନ କରାଯାଇଛି। ସିବିଆଇ ଘଟଣାର ତଦନ୍ତ ଜାରି ରଖିଛି।
ବାହାନଗା ଟ୍ରେନ ଦୁର୍ଘଟଣା ପାଇଁ ଗିରଫ ହୋଇଥିବା ୩ ରେଳ କର୍ମଚାରୀ- ସିନିୟର ସେକ୍ସନ ଇଞ୍ଜିନିୟର ଅରୁଣ ମହାନ୍ତ, ସେକ୍ସନ ଇଞ୍ଜିନିୟର ମହମ୍ମଦ ଅମୀର ଖାନ୍ ଓ ଟେକ୍ନିସିଆନ ପପୁ କୁମାରଙ୍କୁ ସିବିଆଇ ପୁଣି ଥରେ ରିମାଣ୍ଡରେ ନେଇଛି। ସିବିଆଇ ପ୍ରଥମେ ସେମାନଙ୍କୁ ୫ ଦିନିଆ ରିମାଣ୍ଡରେ ନେଇଥିଲା, ଯାହା ଗତକାଲି ଶେଷ ହୋଇଥିଲା।
ଏହା ପରେ ସିବିଆଇ ସେମାନଙ୍କୁ କୋର୍ଟରେ ହାଜର କରି ପୁଣି ଥରେ ୫ ଦିନିଆ ରିମାଣ୍ଡରେ ସେମାନଙ୍କୁ ନେବାକୁ ଦାବି କରିଥିଲା। ହେଲେ କୋର୍ଟ ୪ ଦିନ ରିମାଣ୍ଡରେ ନେବାକୁ ସିବିଆଇ କୁ ଅନୁମତି ଦେଇଥିଲେ।
ବାହାନଗା ଟ୍ରେନ୍ ଦୁର୍ଘଟଣାରେ ୨୯୩ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୧୦୦୦ରୁ ଅଧିକ ଲୋକ ଆହତ ହୋଇଥିଲେ।

About Author

indadmin

indadmin

Related Articles

Archives

Calendar

March 2025
M T W T F S S
 12
3456789
10111213141516
17181920212223
24252627282930
31