Indus Valley Times

ବିଜେପିର ନୂଆ ଟିମ୍ ଘୋଷଣା; ବୈଜୟନ୍ତ ପଣ୍ଡା ପୁଣି ରାଷ୍ଟ୍ରୀୟ ଉପାଧ୍ୟକ୍ଷ

 Breaking News

ବିଜେପିର ନୂଆ ଟିମ୍ ଘୋଷଣା; ବୈଜୟନ୍ତ ପଣ୍ଡା ପୁଣି ରାଷ୍ଟ୍ରୀୟ ଉପାଧ୍ୟକ୍ଷ

ବିଜେପିର ନୂଆ ଟିମ୍ ଘୋଷଣା; ବୈଜୟନ୍ତ ପଣ୍ଡା ପୁଣି ରାଷ୍ଟ୍ରୀୟ ଉପାଧ୍ୟକ୍ଷ
July 29
12:30 2023

ନୂଆଦିଲ୍ଲୀ,୨୯/୭: ପୂର୍ବତନ ସାଂସଦ ବୈଜୟନ୍ତ ପଣ୍ଡା ପୁଣି ହେଲେ ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ। ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ ପି ନଡ୍ଡାଙ୍କ ନୂଆ ଟିମରେ ପୁଣି ସ୍ଥାନ ପାଇଲେ ବୈଜୟନ୍ତ। ସେ ତୃତୀୟ ଥର ଲାଗି ଦଳର ଏହି ଉଚ୍ଚ ପଦ ପାଇବାରେ ସକ୍ଷମ ହୋଇଛନ୍ତି। ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ ପି ନଡ୍ଡା ୩୮ଜଣିଆ ଟିମରେ ଥିବା ନେତାଙ୍କ ନାମ ଘୋଷଣା କରିଛନ୍ତି।
ବିଜେପି ପକ୍ଷରୁ ନୂତନ ଜାତୀୟ ଉପାଧ୍ୟକ୍ଷ ଏବଂ ସାଧାରଣ ସଂପାଦକଙ୍କ ନାମ ଘୋଷଣା କରାଯାଇଛି। ଦଳର ରାଷ୍ଟ୍ରୀୟ ଉପାଧ୍ୟକ୍ଷ ଭାବରେ ଓଡ଼ିଶାର ବୈଜୟନ୍ତ ପଣ୍ଡାଙ୍କ ବ୍ୟତୀତ ରାଜସ୍ଥାନର ପୂର୍ବତନ ମୁଖ୍ୟମନ୍ତ୍ରୀ ବସୁନ୍ଧରା ରାଜେ ସିନ୍ଧିଆ, ଛତିଶଗଡ଼ର ପୂର୍ବତନ ମୁଖ୍ୟମନ୍ତ୍ରୀ ଡକ୍ଟର ରମଣ ସିଂ, ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ରଘୁବର ଦାସ ଏବଂ ସୌଦାନ ସିଂ ପ୍ରମୁଖଙ୍କୁ ନିଯୁକ୍ତ କରାଯାଇଛି। ଏହା ବ୍ୟତୀତ କୈଳାସ ବିଜୟବର୍ଗୀୟ, ଅରୁଣ ସିଂ ଏବଂ ତରୁଣ ଚୁଗଙ୍କୁ ସାଧାରଣ ସଂପାଦକ ଭାବେ ନିଯୁକ୍ତି ଦିଆଯାଇଛି।
ସୂଚନାଯୋଗ୍ୟ, ବିଜେଡିରୁ ବିଦା ହେବା ପରେ ପୂର୍ବତନ ସାଂସଦ ବୈଜୟନ୍ତ ପଣ୍ଡା ୨୦୧୯ରେ ବିଜେପିରେ ଯୋଗ ଦେଇଥିଲେ। ତାଙ୍କୁ ବିଜେପି ଏକ ବଡ଼ ପୁରସ୍କାର ଦେଇଥିଲା। ତତକାଳୀନ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଅମିତ ଶାହ ଆଜି ଶ୍ରୀ ପଣ୍ଡାଙ୍କୁ ରାଷ୍ଟ୍ରୀୟ ଉପାଧ୍ୟକ୍ଷ ଭାବେ ନିଯୁକ୍ତି ଦେଇଥିଲେ।
କେବଳ ସେତିକି ନୁେହଁ, ତାଙ୍କୁ ଦଳର ମୁଖପାତ୍ର ଭାବେ ମଧ୍ୟ ଦାୟିତ୍ବ ଦିଆଯାଇଥିଲା। ପରେ ସେ ଆସାମ ଓ ନୂଆଦିଲ୍ଲୀର ପ୍ରଭାରୀ ଭାବେ ମଧ୍ୟ ଦାୟିତ୍ବ ଗ୍ରହଣ କରିଥିଲେ। ବିଶେଷ କରି ଗତ ବିଧାନସଭା ନିର୍ବାଚନରେ ଆସାମରେ ବିଜେପିର ସଫଳତା ପଛରେ ବୈଜୟନ୍ତ ପଣ୍ଡାଙ୍କ ଭୂମିକା ଗୁରୁତ୍ବପୂର୍ଣ୍ଣ ଥିଲା।

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031