Indus Valley Times

ବିଧାନସଭାରେ ଥମୁନି ବିରୋଧୀଙ୍କ ହଟ୍ଟଗୋଳ, ଅପରାହ୍ନ ୪ଟା ଯାଏଁ ଗୃହ ମୁଲତବୀ

 Breaking News

ବିଧାନସଭାରେ ଥମୁନି ବିରୋଧୀଙ୍କ ହଟ୍ଟଗୋଳ, ଅପରାହ୍ନ ୪ଟା ଯାଏଁ ଗୃହ ମୁଲତବୀ

February 14
14:30 2025

ଭୁବନେଶ୍ୱର, ୧୪/୨: ଦ୍ବିତୀୟ ଥର ପୁଣି ବିରୋଧୀ ବିଜେଡି ଏବଂ କଂଗ୍ରେସ ସଦସ୍ୟମାନେ ହଟ୍ଟଗୋଳ କରିବାରୁ ବାଚସ୍ପତି ସୁରମା ପାଢ଼ୀ ଗୃହକୁ ଅପରାହ୍ନ ୪ଟା ଯାଏ ମୁଲତବୀ ଘୋଷଣା କରିଛନ୍ତି।
ଆଜି ବିଧାନସଭାର ବଜେଟ୍ ଅଧିବେଶନର ଦ୍ବିତୀୟ ଦିନ। ପୂର୍ବାହ୍ନ ୧୦ଟା ୩୦ ମିନିଟ ସମୟରେ ଆରମ୍ଭ ହୋଇଥିଲା। ପ୍ରଶ୍ନକାଳ ଆରମ୍ଭରୁ ଏକାଧିକ ପ୍ରସଙ୍ଗ ନେଇ ଆଜି ବିଧାନସଭାରେ ବିରୋଧୀ ବିଜେଡି ଏବଂ କଂଗ୍ରେସ ହଟ୍ଟଗୋଳ କରିଥିଲେ। ଏହାପରେ ବାଚସ୍ପତି ସୁରମା ପାଢ଼ୀ ଗୃହକୁ ମଧ୍ୟାହ୍ନ ୧୨ଟା ଯାଏ ମୁଲତବୀ ଘୋଷଣା କରିଥିଲେ।
ରାଜ୍ୟରେ ଆଇନଶୃଙ୍ଖଳା ପ୍ରସଙ୍ଗରେ ବିରୋଧୀ ଓ କଂଗ୍ରେସ ସଦସ୍ୟମାନେ ବାଚସ୍ପତିଙ୍କ ପୋଡିୟମ୍ ତଳେ ପ୍ରତିବାଦ କରିଥିଲେ।
ଏଣେ ବିଜେଡି ସଦସ୍ୟମାନେ ଚାଷୀମାରଣ ନୀତିକୁ ନେଇ ନାରାବାଜି କରିଥିଲେ। ତେବେ ହୋହଲ୍ଲା ଭିତରେ ବାଚସ୍ପତି ସୁରମା ପାଢ଼ୀ ବିରୋଧୀ ବିଜେଡି ଓ କଂଗ୍ରେସ ସଦସ୍ୟମାନଙ୍କୁ ନିଜ ନିଜ ସ୍ଥାନକୁ ଯିବା ଲାଗି ଏକାଧିକ ବାର ନିବେଦନ କରିଥିଲେ। ହେଲେ ସେଥିପ୍ରତି ସେମାନେ କର୍ଣ୍ଣପାତ କରିନଥିଲେ ।
ଏହାପରେ ବାଚସ୍ପତି ସୁରମା ପାଢ଼ୀ ଗୃହକୁ ମଧ୍ୟାହ୍ନ ୧୨ଟା ଯାଏ ମୁଲତବୀ ଘୋଷଣା କରିଥିଲେ। ପୁନର୍ବାର ସମାନ ସ୍ଥିତି ଉପୁଜିବାରୁ ଗୃହକୁ ବାଚସ୍ପତି ଅପରାହ୍ଣ ୪ଟା ଯାଏ ମୁଲତବୀ ଘୋଷଣା କରିଥିଲେ।
ସୂଚନାଯୋଗ୍ୟ, ୧୩ ଫେବ୍ରୁୟାରିଠାରୁ ବିଧାନସଭାର ବଜେଟ ଅଧିବେଶନ ଆରମ୍ଭ ହୋଇଛି। ବଜେଟ ଅଧିବେଶନରେ ୨୮ଟି କାର୍ଯ୍ୟଦିବସ ରହିଛି।
ବଜେଟ ଅଧିବେଶନ ଦୁଇଟି ପର‌୍ୟ୍ୟାୟରେ ଚାଲିବ। ଫେବ୍ରୁଆରି ୧୩ରୁ ୨୧ ତାରିଖ ପର‌୍ୟ୍ୟନ୍ତ ପ୍ରଥମ ପର୍ଯ୍ୟାୟ ଏବଂ ମାର୍ଚ୍ଚ ୭ରୁ ଏପ୍ରିଲ୍ ୫ ତାରିଖ ପର୍ଯ୍ୟନ୍ତ ଦ୍ବିତୀୟ ପର୍ଯ୍ୟାୟ ଅଧିବେଶନ ହେବ।
ଫେବ୍ରୁଆରି ୧୭ ତାରିଖରେ ୨୦୨୫-୨୬ ଆର୍ଥିକ ବର୍ଷର ବଜେଟ୍ ଉପସ୍ଥାପନ ହେବ। ଅର୍ଥ ବିଭାଗ ଦାୟିତ୍ବରେ ଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦ୍ବିତୀୟ ଥର ପାଇଁ ପୂର୍ଣ୍ଣାଙ୍ଗ ବଜେଟ୍ ଉପସ୍ଥାପନ କରିବେ।

About Author

indadmin

indadmin

Related Articles

Archives

Calendar

March 2026
M T W T F S S
 1
2345678
9101112131415
16171819202122
23242526272829
3031